ବିଦା ହେବେ ଅଣଛାତ୍ର: ବାଣୀବିହାରରେ ଅପରେସନ୍ ବ୍ଲୁ ଷ୍ଟାର

ଭୁବନେଶ୍ୱର: ବାଣୀବିହାର କ୍ୟାମ୍ପସରେ ଅପରେସନ୍ ବ୍ଲୁ ଷ୍ଟାର୍ । ହଷ୍ଟେଲରୁ ବିଦା ହେବେ ଅଣଛାତ୍ର । ୧,୨,୩,୫ ନଂ ହଷ୍ଟେଲର ତାଲା ଭାଙ୍ଗି ଯାଞ୍ଚ କଲେ କର୍ତ୍ତୃପକ୍ଷ । ରୁମ୍‌ରୁ କଢା ହେଲା ଅଣଛାତ୍ରଙ୍କ ଜିନିଷପତ୍ର । ସ୍ଥିତି ନିୟନ୍ତ୍ରଣ କରିବାକୁ ୧୦ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି ।
ଉତ୍କଳ ବିଶ୍ୱବିଦ୍ୟାଳୟର ହଷ୍ଟେଲ ଛାଡ଼ୁ ନାହାନ୍ତି ଅଣଛାତ୍ର । ସେମାନଙ୍କୁ ହଟାଇବାକୁ ପୁଲିସର ବଡ଼ ପ୍ରସ୍ତୁତି । ବିଶ୍ୱବିଦ୍ୟାଳୟର ହଷ୍ଟେଲରୁ ଅଣଛାତ୍ର ମୁକ୍ତ କରିବାକୁ ନିଷ୍ପତ୍ତି ନିଆଯାଇଛି । ସେଥିପାଇଁ ସୋମବାର କ୍ୟାମ୍ପସ ପରିସରରେ ୧୦ ପ୍ଲାଟୁନ ଫୋର୍ସ ମୁତୟନ ରହିଛନ୍ତି । ହଷ୍ଟେଲ ନମ୍ୱର ୧,୨,୩ ଓ୫ ରୁ ଅଣଛାତ୍ରଙ୍କୁ କାଢିବା ପାଇଁ ବ୍ୟାପକ ପୁଲିସ ଫୋର୍ସ ପହଞ୍ଚି ଥିବା ବେଳେ ଘଟଣା ସ୍ଥଳରେ ଚାପା ଉତ୍ତେଜନା ସୃଷ୍ଟି ହୋଇଛି । ତେଣୁ ଦଙ୍ଗା ଭଳି ଅପ୍ରିତିକର ସ୍ଥିତି ନିୟନ୍ତ୍ରଣ କରିବା ପାଇଁ ସ୍ୱତନ୍ତ୍ର ଯାନ ଆସି ପହଞ୍ଚିଛି । ଘଟଣା ସ୍ଥଳରେ ବରିଷ୍ଠ ପୁଲିସ ଅଧିକାରୀ ମଧ୍ୟ ଉପସ୍ଥିତ ରହିଛନ୍ତି ।
ସେପଟେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ମଧ୍ୟ ଏଥିପାଇଁ ଏକ ସ୍ୱତନ୍ତ୍ର ଟିମ୍‌ ଗଠନ କରିଛନ୍ତି । ଏଥିପାଇଁ ବିଭିନ୍ନ ବିଭାଗର ଅଧ୍ୟାପକଙ୍କୁ ଦାୟିତ୍ୱ ଦିଆଯାଇଛି । ସ୍ଥିତି ପରଖିବା ପାଇଁ ହଷ୍ଟେଲରେ କୁଳପତି ଓ ପିଜି କାଉନସିଲ ଚେୟାରମ୍ୟାନ ଆସି ପହଞ୍ଚିଛନ୍ତି । ସମସ୍ତ ବରିଷ୍ଠ ଅଧିକାରୀ ଏବଂ ବିଶ୍ୱବିଦ୍ୟାଳୟର କର୍ତ୍ତୃପକ୍ଷଙ୍କ ଉପସ୍ଥିତିରେ ହଷ୍ଟେଲ ଯାଞ୍ଚ କରି ସମସ୍ତ ଅଣଛାତ୍ରଙ୍କୁ କଢାଯାଉଛି ।

  • Related Posts

    ଦଡୀଙ୍ଗିଆ ପଞ୍ଚାୟତରେ ଜନଶୁଣାଣୀ କାର୍ଯ୍ୟକ୍ରମ

    ରାଇକିଆ: ରାଇକିଆ ବ୍ଲକର ଦଡୀଙ୍ଗିଆ ପଞ୍ଚାୟତ ସଭା ଗୃହ ରେ ଅତିରିକ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଦିବ୍ୟସିଂ କଂହରଙ୍କ ଅଧ୍ୟକ୍ଷତାର ଜନଶୁଣାଣୀ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା. ଜନଶୁଣାଣୀରେ ମୋଟ ୧୧ ଟି ଅଭିଯୋଗ ମଧ୍ୟରେ ସାମୁହିକ ୪ଟି ଅଭିଯୋଗ ଏବଂ ୭…

    Continue reading
    ବାଲିଘାଟରୁ ଶ୍ରମିକର ମୃତଦେହ ଉଦ୍ଧାର ଘଟଣା: ଅଭିଯୁକ୍ତ ଗିରଫ

    ଦେବଗଡ଼:ଗତ ଜୁନ ମାସ ୨୧ ତାରିଖ ଦିନ ରାତିରେ ଦେବଗଡ଼ ଜିଲ୍ଲାର ବାରକୋଟ ଥାନାର ସିଂହଶାଳ ପଞ୍ଚାୟତର ଚଟିଆପାଲି ବାଲିଘାଟରୁ ଶ୍ରମିକ ଇନ୍ଦ୍ର ମୁଣ୍ଡାଙ୍କର ଗଳିତ ମୃତଦେହ ଉଦ୍ଧାର କରିଥିଲା ପୁଲିସ। ଏନେଇ ପୁଲିସ ମାମଲା ରୁଜୁ କରି ଘଟଣାର ତଦନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ