ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା

ଦେବଗଡ଼:ଦେବଗଡ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଆଜି ବିଦ୍ୟାଳୟସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଆଚାର୍ଯ୍ୟ ଉମାକାନ୍ତ ରଣାଙ୍କ ତତ୍ତ୍ବାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଶିକ୍ଷାବିତ ଡ.ରାମଚନ୍ଦ୍ର ମହାପାତ୍ର, ଉଦୟ ପ୍ରଧାନ, ଅବସରପ୍ରାପ୍ତ କଲେଜ ପ୍ରଧ୍ୟାପକ ଅଶୋକ ମିଶ୍ର, ଶିକ୍ଷୟତ୍ରୀ ସ୍ମିତାରାଣୀ ପ୍ରଧାନ, ବିଦ୍ୟାଳୟ ପରିଚାଳନା ସମିତିର ସଭାପତି ପରମାନନ୍ଦ ସାହୁ ଅତିଥି ଭାବେ ଯୋଗ ଦେଇ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ଏଥିରେ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ବିଭିନ୍ନ ପ୍ରକଳ୍ପ ପ୍ରଦର୍ଶିତ କରିଥିଲେ।ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ।କାର୍ଯ୍ୟକ୍ରମକୁ ସୁମିତ୍ରା ଗଡନାୟକ ପରିଚାଳନା କରିଥିବାବେଳେ ପରିଚାଳନା ସମିତିର କୋଷାଧ୍ୟକ୍ଷ ରଞ୍ଜନ ପ୍ରଧାନ ଧନ୍ୟବାଦ ଦେଇଥିଲେ। ବିଜ୍ଞାନ ପ୍ରମୁଖ ମିଲିରାଣୀ ଧର ବୃତ୍ତକଥନ ପାଠ କରିଥିଲେ।କାର୍ଯ୍ୟକ୍ରମରେ ପରିଚାଳନା ସମିତିର ସଦସ୍ୟା ସ୍ନିଗ୍ଧାରାଣୀ ନନ୍ଦ, ପଲ୍ଲିଶ୍ରୀ ନାଏକଙ୍କ ସମେତ ବିଦ୍ୟାଳୟର ଆଚାର୍ଯ୍ୟ/ଆଚାର୍ଯ୍ୟା, କର୍ମଚାରୀ ଉପସ୍ଥିତ ଥିଲେ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ