ବିଦ୍ୟୁତ ଆଘାତରେ ଚାଲିଗଲା ଦୁଇ ଯାଆଙ୍କ ଜୀବନ

ଢେଙ୍କାନାଳ: ବିଦ୍ୟୁତ ଆଘାତରେ ଦୁଇ ଯାଆ ମୃତ। ଢେଙ୍କାନାଳ ଜିଲ୍ଲା ବାଲିମି ଥାନା ରଂଜାଗୋଳ ଗାଁ ତଆଁଳା ସାହିରେ ବଡ଼ ଅଘଟଣ। କରେଣ୍ଟ ଲାଗି ଦୁଇ ଯାଆଙ୍କ ଜୀବନ ଚାଲି ଯାଇଛି । ମୃତକ ହେଲେ ବିଭୁତି ଦେହୁରୀଙ୍କ ପତ୍ନୀ ରଞ୍ଜୁ ଦେହୁରୀ ଓ ଗୌର ଦେହୁରୀଙ୍କ ପତ୍ନୀ ମନୀଷା ଦେହୁରୀ ।
ଗତ ରାତିରେ ଝଡ଼ ବର୍ଷା ଯୋଗୁଁ ତାଙ୍କ ଘରର ବିଦ୍ୟୁତ ତାର ଛିଣ୍ଡି ଯାଇଥିଲା। ତାର ଛିଣ୍ଡି ଯାଇଥିବାରୁ କରେଣ୍ଟ ଲାଗିଥିଲା । ଭୋର ସମୟରେ ସାନ ଯା’ଆ ମନୀଷା ରୋଷେଇ କରିବାକୁ ଯିବାବେଳେ ରୋଷେଇ ଘର ପାଖରେ ପଡିଥିବା ଛିଣ୍ଡା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ । ତାଙ୍କ ଚିତ୍କାର ଶୁଣି ବଡ଼ ଯା’ଆ ରଂଜୁ ଦେହୁରୀ ରକ୍ଷା କରିବାକୁ ଆସିଥିଲେ । ଜଣେ ଅନ୍ୟ ଜଣଙ୍କୁ ରକ୍ଷା କରିବାକୁ ଯାଇ ଚାଲିଗଲା ଉଭୟଙ୍କ ଜୀବନ। ଉଭୟଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ପ୍ରଥମେ ଖଜୁରିଆକଟା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ହିନ୍ଦୋଳ ଉପଖଣ୍ଡ ଡାକ୍ତର ଖାନାରେ ଭର୍ତ୍ତି କରାଯାଇଥିଲା। ହେଲେ ଡାକ୍ତର ୨ ଯାଆଙ୍କୁ ମୃତ ଘୋଷଣା କରିଥିଲେ । ଆଜି ଭୋର ପ୍ରାୟ ସାଢ଼େ ୪ଟା ସମୟରେ ରଂଜାଗୋଳ ତଆଁଳା ସାହିରେ ଘଟିଛି ଏହି ଅଘଟଣ । ଘଟଣା ପରେ ସ୍ଥାନୀୟ ଅଞ୍ଚଳ ରେ ଶୋକର ଛାୟା ଖେଳି ଯାଇଛି ।

  • Related Posts

    ପାଠ୍ୟପୁସ୍ତକରେ ଭୁଲ୍‌କୁ ନେଇ ମୁଖ୍ୟମନ୍ତ୍ରୀ ଗମ୍ଭୀର, ତୁରନ୍ତ ତ୍ରୁଟି ସୁଧାରିବାକୁ ନିର୍ଦ୍ଦେଶ

    ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଆଭାସୀ ମାଧ୍ୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ…

    Continue reading
    ରାଇକିଆ ବଣିକ ସଂଘର ନୂତନ କର୍ମକର୍ତ୍ତା ଚୟନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ବଣିକ ସଂଘର ନୂତନ ପରିଚାଳନା ସମିତି ଗଠନ ସ୍ଥାନୀୟ ଜଗନ୍ନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ପଦ୍ମ ଚରଣ ପଣ୍ଡା ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ସାଧାରଣ ସମ୍ପାଦକ ଦୁର୍ଯ୍ୟୋଧନ ଲେଙ୍କାଙ୍କ ଦ୍ୱାରା ଗତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ