ବିଧାନସଭାରେ କୋକେଇ ଶୋଭାଯାତ୍ରା

ଭୁବନେଶ୍ୱର: ବିଧାନସଭାରେ ବୁଧବାର ଏକ ଅଭାବନୀୟ ଘଟଣା ଦେଖାଯାଇଛି। SCB ଟ୍ରାଜେଡିକୁ ଦେଇ ଗୃହରେ କମ୍ପିଛନ୍ତି ବିରୋଧୀ। ବିଧାନସଭାରେ ପ୍ରତିକାତ୍ମକ କୋକେଇ ଶୋଭାଯାତ୍ରା ବାହାର କରିଛନ୍ତି ବିରୋଧୀ ବିଜେଡି। ‘ରାମ ନାମ ସତ୍ୟ ହେ’ ଧ୍ୱନିରେ ପ୍ରକମ୍ପିତ ହେଲା ବିଧାନସଭା ପରିସର। SCB ଘଟଣାକୁ ନେଇ ଗୃହ ମଧ୍ୟ ଭାଗରେ ବିରୋଧୀଙ୍କ ନାରାବାଜି କରିଛନ୍ତି। ଏହାସହ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀ ହୋହଲ୍ଲା କରିଛନ୍ତି। ଫଳରେ ପ୍ରଶ୍ନକାଳ ଚାଲିପାରି ନାହିଁ। ସାଢ଼େ ୧୧ଟା ଯାଏ ଗୃହ ମୁଲତବୀ ରଖିଛି।
ସେପଟେ ବିଧାନସଭା ମୁଲତବୀ ପରେ ବିଜେଡି ଓ କଂଗ୍ରେସ ବିଧାୟକମାନେ କୋକେଇ ଶୋଭାଯାତ୍ରା କରିଛନ୍ତି। ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କ ଇସ୍ତଫା ଦାବିରେ ବିଜେଡି ପ୍ରତିବାଦ କରିଛି। ରାଜ୍ୟରେ ସ୍ଵାସ୍ଥ୍ୟ ବିଭାଗ ସମ୍ପୂର୍ଣ୍ଣ ଭୁଶୁଡ଼ି ଯାଇଥିବା ବିରୋଧୀ ଅଭିଯୋଗ କରିଛି। ଅପରେସନ ସକ୍ସସେସଫୁଲ୍ ପେସେଣ୍ଟ ଡେଥ୍। ଆୟୁଷ୍ମାନ ଯୋଜନା ନୁହେଁ ତ ଶ୍ମଶାନ ଯୋଜନା କହି ବିଜେଡି ବିଧାୟକ ଅରୁଣ ସାହୁ ସରକାରଙ୍କୁ କଟାକ୍ଷ କରିଛନ୍ତି। ସ୍ଵାସ୍ଥ୍ୟ ବିଭାଗ ଏବେ ଲୋକଙ୍କ ମରିଯାଇଛି ବୋଲି ବିରୋଧୀ ଅଭିଯୋଗ ଆଣିଛନ୍ତି।

  • Related Posts

    ଉଜ୍ଜୟିନୀରେ ‘ମହାକାଳ : ଦ ମାଷ୍ଟର ଅଫ୍ ଟାଇମ୍’ ଆନ୍ତର୍ଜାତୀୟ ସମ୍ମିଳନୀ ଶୁଭାରମ୍ଭରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

    ପୁରୀ, ଉଜ୍ଜୟିନୀ ଏବଂ କାଶୀ ଭାରତୀୟ ଜ୍ଞାନ ପରମ୍ପରାର ପ୍ରମୁଖ କେନ୍ଦ୍ର – ଧର୍ମେନ୍ଦ୍ର ପ୍ରଧାନମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଡା. ମୋହନ ଯାଦବ ଏବଂ ଆରଏସଏସର ଅଖିଳ ଭାରତୀୟ କାର୍ଯ୍ୟକାରିଣୀ ସଦସ୍ୟ ସୁରେଶ ସୋନୀ ଉପସ୍ଥିତ • ଜାତୀୟ ଶିକ୍ଷା ନୀତି ଆମକୁ…

    Continue reading
    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ