ବିଧାନସଭାରେ ମନ୍ତ୍ରୀଙ୍କ ସୂଚନା: ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ଇଣ୍ଟରନେଟ

ଭୁବନେଶ୍ୱର: ୨୦୨୫ ମାର୍ଚ୍ଚ ସୁଦ୍ଧା ସବୁ ଗାଁକୁ ଇଣ୍ଟରନେଟ ସେବା ଯୋଗାଇ ଦିଆଯିବ । ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ । ତାଙ୍କ ସୂଚନା ଅନୁଯାୟୀ ସଂଯୋଗ ହୋଇନଥିବା ସବୁ ଗ୍ରାମରେ ସେବା ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି । ଇଣ୍ଟରନେଟ ସମସ୍ୟା ଦୂର ପାଇଁ ଏଡିଏମଙ୍କ ଅଧ୍ୟକ୍ଷତାରେ ଟାସ୍କ ଫୋର୍ସ ଗଠନ କରାଯାଇଛି । ଟାୱାର ବସାଇବାକୁ ଜମି ଅଧିଗ୍ରହଣ ନେଇ ସମ୍ପୃକ୍ତ ଟାସ୍କଫୋର୍ସ କାମ କରିବ । ରାଜ୍ୟରେ ୪୭, ୯୦୨ଟି ମୋବାଇଲ ଟାୱାରରୁ ୧୨,୬୦୨ଟି ୫-ଜି ଟାୱାର ରହିଛି । ପାହାଡ଼ିଆ ଅଞ୍ଚଳରେ ବି ଖୁବଶୀଘ୍ର ମୋବାଇଲ ଓ ଇଣ୍ଟରନେଟ ସେବା ମିଳିବ । ସାତକୋଶିଆରେ ଇଣ୍ଟରନେଟ ସୁବିଧା ପାଇଁ ସ୍ୱତନ୍ତ୍ର ଯୋଜନା ହେଉଛି ବୋଲି ଆଇଟି ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୋମବାର ବିଧାନସଭାରେ ସୂଚନା ଦେଇଛନ୍ତି ।

  • Related Posts

    ବେଳାଭୂମିରେ ମଦ ବିକିପାରିବ ଓଟିଡିସି

    ଭୁବନେଶ୍ଵର: ଅବକାରୀ ବିଭାଗର ନୂଆ ଗାଇଡଲାଇନ୍। ଟେଟ୍ରା ପ୍ୟାକରେ ମିଳିବ ମଦ। ୧୮୦ ମିଲି ପର୍ଯ୍ୟନ୍ତ ମଦ ଟେଟ୍ରା ପ୍ୟାକରେ ଉପଲବ୍ଧ ହେବ। ଏଥିରେ ୬ଟି ସୁରକ୍ଷା ଲେୟର ରହିବ। ସେପଟେ ପୁରୀ ବେଳାଭୂମିରେ ମଦ ଦୋକାନ ଖୋଲିବାକୁ ଅନୁମତି ମିଳିବ…

    Continue reading
    ୮ ନକଲି ସିଆଇଡିକୁ ବାନ୍ଧିଲା ଅସଲି ପୁଲିସ

    ଭୁବନେଶ୍ୱର : ନକଲି ସିଆଇଡିଙ୍କୁ ବାନ୍ଧିଲା ଅସଲି ପୁଲିସ। ଚନ୍ଦ୍ରଶେଖର ପୁଲିସ ଏହି ନକଲି ସିଆଇଡି ଅଧିକାରୀଙ୍କୁ ଗିରଫ କରିଛି। ସିଆଇଡି ପରିଚୟ ଦେଇ ଏମାନେ ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ବ୍ୟବସାୟୀଙ୍କୁ ଲୁଟୁଥିଲେ। ଚନ୍ଦ୍ରଶେଖରପୁରର ଏକ ଘରୋଇ ଶିକ୍ଷାନୁଷ୍ଠାନ ବାହାରେ ଗିରଫ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ