ବିଧାନସଭା: ରାଜ୍ୟରେ ଦୁଇଟି ଜିଲ୍ଲାରେ ସୁନା ଖଣିର ସନ୍ଧାନ

ଭୁବନେଶ୍ୱର: ରାଜ୍ୟରେ ଦୁଇଟି ଜିଲ୍ଲାରେ ସୁନା ଖଣିର ସନ୍ଧାନ । ଦେବଗଡ ଓ କେନ୍ଦୁଝର ଜିଲ୍ଲାରେ ସୁନାଖଣି ଠାବ । ଦେବଗଡ ଜିଲ୍ଲାର ଆଡାସ-ରମାପଲ୍ଲାରେ ମିଳିଲା ସୁନା ଖଣିର ସନ୍ଧାନ । ସେହିପରି କେନ୍ଦୁଝର ଜିଲ୍ଲାର ଗୋପୁର-ଗଜିପୁର ଅଞ୍ଚଳରୁ ମଳିଛି ସୁନା ଖଣିର ସନ୍ଧାନ । ଏନେଇ ବିଧାନସଭାରେ ଉତ୍ତର ରଖି କହିଛନ୍ତି ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ।
ବିଧାନସଭାରେ ବିଜେଡି ବିଧାୟକ ଅଶ୍ୱିନୀ କୁମାର ପାତ୍ର ପ୍ରଶ୍ନ କରିଥିଲେ, ରାଜ୍ୟରେ ସନ୍ଧାନ ମିଳିଥିବା ନୂଆ ସୁନାଖଣିର ବୈଷୟିକ ଦିଗ ପ୍ରତି ଧ୍ୟାନ ଦିଆଗଲାଣି କି । ତାହା କେଉଁଠାରେ କି ପ୍ରକାର, ଏହାର ସବିଶେଷ ତଥ୍ୟ ସରକାର ଉପସ୍ଥାପନ କରିବେ କି?
ଏହାର ଉତ୍ତରରେ ଖଣି ମନ୍ତ୍ରୀ କହିଥିଲେ, ଦେବଗଡ ଜିଲ୍ଲାର ଆଡାସ ରାମପଲ୍ଲୀ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଦ୍ବାରା ଜି-୨ ସ୍ତରରେ ଅନୁସନ୍ଧାନ କାର୍ୟ୍ୟ ସରିଛି କେଉଁଝର ଜିଲ୍ଲାର ଗୋପୁର– ଗଜିପୁର ଅଞ୍ଚଳରେ ଜି-୩ ସ୍ତରର ଅନୁସନ୍ଧାନରେ ସନ୍ତୋଷଜନକ ଫଳାଫଳ ବାହାରିବା ଯୋଗୁଁ ସେ ଅଞ୍ଚଳରେ ଭାରତୀୟ ଭୂ-ବୈଜ୍ଞାନିକ ସଂସ୍ଥା ଓ ରାଜ୍ୟ ଖଣି ଓ ଭୂତତ୍ତ୍ଵ ନିର୍ଦ୍ଦେଶାଳୟର ସହଭାଗିତାରେ ଜି-୨ ସ୍ତରରେ ଅନୁସନ୍ଧାନ କାର୍ୟ୍ୟ ଚାଲୁ ରହିଛି ।ଅନୁସନ୍ଧାନକାରୀ ସଂସ୍ଥାମାନେ ଚୂଡାନ୍ତ ରିପୋର୍ଟ ପ୍ରଦାନ କଲା ପରେ ବୈଷୟିକ କମିଟିର ସୁପାରିସ କ୍ରମେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ବିଧାନସଭାରେ ଲିଖିତ ଉତ୍ତର ରଖିଲେ ଖଣି ମନ୍ତ୍ରୀ ବିଭୂତି ଭୂଷଣ ଜେନା ।

  • Related Posts

    ବିଜେପି ନେତାଙ୍କୁ ହତ୍ୟା; ୨ ଅଟକ

    କଳାହାଣ୍ଡି: କଳାହାଣ୍ଡି ମଦନପୁର ରାମପୁର ଥାନା ଅଞ୍ଚଳରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ ୨ ଜଣ ଅଟକ । ଏ ନେଇ ସୂଚନା ଦେଇଛନ୍ତି କଳାହାଣ୍ଡି ଏସପି । ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ତଦନ୍ତରୁ ଅନୁମାନ କରାଯାଉଛି…

    Continue reading
    ଆଜି ଦିଲ୍ଲୀ-ଗୁରୁଗାଓଁରେ ଇନଭେଷ୍ଟର୍ସ ମିଟ୍

    ଭୁବନେଶ୍ୱର:ଓଡ଼ିଶାରେ ଶିଳ୍ପ ନିବେଶ ବୃଦ୍ଧି ଲକ୍ଷ୍ୟରେ ଆଜି ଦିଲ୍ଲୀ ଓ ଗୁରୁଗାଓଁରେ ଆୟୋଜିତ ହେବ ଇନଭେଷ୍ଟର୍ସ ମିଟ୍ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନେତୃତ୍ୱରେ ଟିମ୍ ଓଡ଼ିଶା ବିଭିନ୍ନ ଶିଳ୍ପପତି ଓ ନିବେଶକାରୀଙ୍କ ସହ ଆଲୋଚନା କରିବ । ଏହି ମିଟ୍‌ରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ