ବିଧାୟକଙ୍କ ଆପତ୍ତିଜନକ ଭିଡିଓ ଭାଇରାଲ ପ୍ରସଙ୍ଗ: ଘଟଣାର ସତ୍ୟାସତ୍ୟ ଗଣମାଧ୍ୟମ ଲୋକଲୋଚନକୁ ଆଣୁ: ବିଜେଡି

ଭୁବନେଶ୍ୱର: ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରାୟଙ୍କ ଆପତ୍ତିଜନକ ଭିଡିଓ ଭାଇରାଲ ପ୍ରସଙ୍ଗରେ ରାଜ୍ୟର ପ୍ରମୁଖ ଗଣମାଧ୍ୟମ ଓ ବରିଷ୍ଠ ପତ୍ରକାର ମାନେ ଏହି ଘଟଣା ଉପରୁ ପରଦା ଉଠାନ୍ତୁ ବୋଲି ବିଜୁ ଜନତା ଦଳ ଆହ୍ୱାନ କରିଛି । ପ୍ରମୁଖ ଗଣମାଧ୍ୟମ ଓ ବରିଷ୍ଠ ସାମ୍ୱାଦିକମାନଙ୍କ ଉପସ୍ଥିତିରେ ଏହି ଘଟଣା ଘଟିଥିବାରୁ ଏହାର ସତ୍ୟାସତ୍ୟକୁ ଲୋକଲୋଚନକୁ ଆଣିବାର ଗୁରୁ ଦାୟିତ୍ୱ ସେମାନେ ବହନ କରନ୍ତୁ ବୋଲି ବିଜେଡି କହିଛି ।
ବିଜେଡି ତରଫରୁ ଜାରି କରାଯାଇଥିବା ଏକ ପ୍ରେସ ବିବୃତ୍ତିରେ ଦଳର ଗଣମାଧ୍ୟମ ସଂଯୋଜକ ଡ. ଲେନିନ ମହାନ୍ତି କହିଛନ୍ତି, ନିକଟରେ ରାଜ୍ୟର ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଗଣମାଧ୍ୟମକୁ ଏକ ବାଇଟ ଦେଉଥିବା ସମୟରେ ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନ ସାମନ୍ତରାୟଙ୍କର ଏକ ଆପତିଜନକ ଭିଡିଓ ଭାଇରାଲ ହେବା ପରେ ଏହାକୁ ନେଇ ରାଜ୍ୟବାସୀଙ୍କ ମନରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି ହୋଇଥିଲା । ରାଜ୍ୟର ପ୍ରମୁଖ ଗଣମାଧ୍ୟମ ଓ ଏହାର ବରିଷ୍ଠ ପ୍ରତିନିଧି ମାନଙ୍କ ଉପସ୍ଥିତିରେ ଏହି ଘଟଣା ଘଟିଥିଲା, ଯାହା ସେମାନଙ୍କ କ୍ୟାମେରାରେ ରେକର୍ଡ ହୋଇଥିଲା । ସ୍ପଷ୍ଟ ଦିବାଲୋକରେ ଘଟିଥିବା ଏହି ଘଟଣାକୁ ବିଧାୟକ ଶ୍ରୀ ଦ୍ୟାନ ସାମନ୍ତରାୟଙ୍କ ଧର୍ମ ପତ୍ନୀ ଏହାକୁ ବିଜେଡି ଏଆଇ ଦ୍ୱାରା ପ୍ରସ୍ତୁତ କରି ଭାଇରାଲ କରୁଛି ବୋଲି ଅଭିଯୋଗ କରି ଜିଲ୍ଲାର ଏସପିଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି । କିନ୍ତୁ, ଏହି ଘଟଣା ଘଟିବାର ପାଞ୍ଚ ଦିନ ବିତି ଯାଇଥିଲେ ମଧ୍ୟ ପୋଲିସ ଦ୍ୱାରା ଏହାର ସତ୍ୟାସତ୍ୟ ନେଇ କୌଣସି ସୂଚନା ଦିଆଯାଇ ନାହିଁ । ବିଧାୟକଙ୍କ ପତ୍ନୀଙ୍କ ଏହି ଦାବି ଓ ପୋଲିସ ନିକଟକୁ ଦେଇଥିବା ଏହି ଚିଠି କେବଳ ଧର୍ମକୁ ଆଖିଠାର ସଦୃଶ୍ୟ ଓ ଏହା କେବଳ ରାଜ୍ୟବାସୀଙ୍କୁ ଭ୍ରମିତ କରିବା ପାଇଁ ଉଦିଷ୍ଟ ।
ଡ ମହାନ୍ତି ଆହୁରି କହିଛନ୍ତି, ଆଜି ଜାତୀୟ ପ୍ରେସ ଦିବସ ପାଳିତ ହେଉଥିବା ବେଳେ ସତ୍ୟର ଉନ୍ମୋଚନ ପାଇଁ ଗଣମାଧ୍ୟମର ଗୁରୁତ୍ୱ ଉପରେ ଆଲୋଚନା ହେଉଛି । ଏହି ଅବସରରେ, ରାଜ୍ୟର ପ୍ରମୁଖ ଗଣମାଧ୍ୟମ ଓ ଏହାର ବରିଷ୍ଠ ସାମ୍ୱାଦିକ ମାନଙ୍କ ସମ୍ମୁଖରେ ଘଟିଥିବା ଏହି ଘଟଣାର ସତ୍ୟାସତ୍ୟ ଉନ୍ମୋଚନ କରିବାର ଗୁରୁଦାୟିତ୍ୱ ଗଣମାଧ୍ୟମ ଗ୍ରହଣ କରୁ, ଯାହା ଦ୍ୱାରା ରାଜ୍ୟବାସୀ ପ୍ରକୃତ ସତ୍ୟ ଉପରେ ଅବଗତ ହେବେ । ପ୍ରମୁଖ ଗଣମାଧ୍ୟମର କ୍ୟାମେରାରେ ରେକର୍ଡ ହୋଇ ରହିଥିବା ଘଟଣାକୁ ଏଆଇ ଦ୍ୱାରା ତିଆରି କରାଯାଇଛି ବୋଲି ମନ୍ତବ୍ୟ ଦେବା ଓ ପୋଲିସ ଅଧିକାରୀଙ୍କ ନିକଟକୁ ଚିଠି ଲେଖିବା କେବଳ ରାଜ୍ୟବାସୀଙ୍କୁ ଭ୍ରମିତ କରିବା ପାଇଁ ଉଦିଷ୍ଟ ।

  • Related Posts

    ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    ଭୁବନେଶ୍ୱର ୧୭/୧୧/୨୦୨୬ : ଓଡ଼ିଶାରେ ଗ୍ରାମୀଣ ବିକାଶକୁ ଆଗକୁ ବଢ଼ାଇବା ପାଇଁ ନିଜର ପ୍ରତିବଦ୍ଧତାକୁ ଆହୁରି ସୁଦୃଢ଼ କରି, ବେଦାନ୍ତ ଆଲୁମିନିୟମ ମେଟାଲ ଲିମିଟେଡ୍ (ଭିଏଏମଏଲ୍), ଲାଞ୍ଜିଗଡ଼, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲାରେ ଏହାର କାର୍ଯ୍ୟକ୍ଷେତ୍ର ନିକଟବର୍ତ୍ତୀ ଗ୍ରାମଗୁଡ଼ିକରେ ଇନ୍ଧନ-ଦକ୍ଷ ଚୁଲା…

    Continue reading
    ସୋଆ କପ୍‌ ୨୦୨୬ ଉଦ୍‌ଘାଟିତ

    ଭୁବନେଶ୍ୱର, ୧୭/୧୧: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ର ବାର୍ଷିର୍କ କ୍ରୀଡା ଉତ୍ସବ ‘ସୋଆ କପ୍‌’ ମଙ୍ଗଳବାର ବିଶ୍ୱବିଦ୍ୟାଳୟର କ୍ୟାମ୍ପସ ୫ ସୋଆ ଷ୍ଟାଡିୟମ୍‌ ଠାରେ ଉଦ୍‌ଘାଟିତ ହୋଇଯାଇଛି । ପ୍ରାୟ ୧ ମାସରୁ ଊଦ୍ଧ୍ୱର୍ ଦିନ ଧରି ଚାଲିବାକୁ ଥିବା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !