ବିନୋଦ କୁମାରଙ୍କୁ ୩ବର୍ଷ ଜେଲ ଦଣ୍ଡାଦେଶ

ଭୁବନେଶ୍ୱର: ଓଡ଼ିଶା ଗୃହନିର୍ମାଣ ଉନ୍ନୟନ ନିଗମ(ଓଆରଏଚଡିସି) ଦୁର୍ନୀତି ମାମଲାରେ ରିଟାର୍ଡ ଆଇଏଏସ୍ ଅଫିସର ବିନୋଦ କୁମାର ଓ ଅନ୍ୟ ୨ଜଣଙ୍କୁ ୩ବର୍ଷ ଲେଖାଏଁ ସଶ୍ରମ ଜେଲ ଦଣ୍ଡାଦେଶ ହୋଇଛି। ୧୯୮୯ ବ୍ୟାଚ୍ ଆଇଏଏସ୍ ବିନୋଦ କୁମାରଙ୍କୁ ରାଜ୍ୟ ସରକାର ପୂର୍ବରୁ ଚାକିରିରୁ ବହିଷ୍କୃତ କରିଥିଲେ।

ରାଜ୍ୟ ଭିଜିଲାନ୍ସ ପକ୍ଷରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ, ଓଆରଏଚଡିସି ଦୁର୍ନୀତି ମାମଲାରେ ଭୁବନେଶ୍ୱର ଭିଜିଲାନ୍ସ ସ୍ପେଶାଲ ଜଜ୍ କୋର୍ଟ ଆଜି ବିନୋଦ କୁମାରଙ୍କ ସମେତ ଓଆରଏଚଡିସିର ପୂର୍ବତନ କାର୍ୟ୍ୟନିର୍ବାହୀ ନିର୍ଦ୍ଦେଶକ(ଟେକନିକାଲ) ପୂର୍ଣ୍ଣଚନ୍ଦ୍ର ଦାସ ଓ ଭୁବନେଶ୍ୱରସ୍ଥିତ ଏନଜିଓ ଆୱାରର ରାଜ୍ୟ ସଂଯୋଜକ ସୁବାସ ଚନ୍ଦ୍ର ପଣ୍ଡାଙ୍କୁ ୩ବର୍ଷ ସଶ୍ରମ କାରାଦଣ୍ଡ ସହ ୨୫ହଜାର ଟଙ୍କା ଲେଖାଏଁ ଜୋରିମାନା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୁକ୍ତ ସୁବାସ ଚନ୍ଦ୍ର ପଣ୍ଡାଙ୍କୁ ଅହେତୁକ ଅନୁକମ୍ପା ଦେଖାଇ ବିନୋଦ କୁମାର ଓ ପୂର୍ଣ୍ଣଚନ୍ଦ୍ର ଦାସ ବେଆଇନ ଭାବେ ଜାଲ୍ ଦସ୍ତାବିଜ ମାଧ୍ୟମରେ ଋଣ ପ୍ରଦାନ କରିଥିଲେ।ଓଆରଏଚଡିସି ଦୁର୍ନୀତି ଓ ଅର୍ଥ ତୋଷାରପାତ ମାମଲାରେ ଏହି ସଂସ୍ଥାର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଦଶମ ଥର ପାଇଁ ଦୋଷୀସାବ୍ୟସ୍ତ ହୋଇଛନ୍ତି।

  • Related Posts

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଭୁବନେଶ୍ୱର: ଶ୍ରୀମନ୍ଦିରେ ବାରମ୍ବର ହିଡେନ୍‍ କ୍ୟାମେରା ଠାବ ହେବା ପରେ ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନ ଉଠିଛି । ଏନେଇ ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ପ୍ରତିକ୍ରିୟା ରଖି କହିଛନ୍ତି ଯେ ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ । ବାରମ୍ବାର ହିଡେନ୍‍…

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ : ପୁରୀ ଦାଶଗୋବା ଗାଁରେ ଜଣେ ବ୍ୟକ୍ତିଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ଦାଶଗୋବା ଗାଁର ନାରାୟଣ ମଲ୍ଲିକ ବୋଲି ଜଣାପଡିଛି । ପୋଲିସ ଘଟଣାରେ ଦୁଇ ଜଣଙ୍କ ଅଟକ ରଖି…

    Leave a Reply

    Your email address will not be published. Required fields are marked *

    You Missed

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଆଜି ଜମ୍ମୁ କାଶ୍ମୀରକୁ ପୂର୍ଣ୍ଣ ରାଜ୍ୟ ମାନ୍ୟତା ମିଳିବା ନେଇ ଚର୍ଚ୍ଚା

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଭାତ ଖାଇବା ପରେ ଓ ପୂର୍ବରୁ ଏହି ଭୁଲ୍‌‌ କରୁଛନ୍ତି କି?

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ଶ୍ରୀମନ୍ଦିରେ ଆହୁରି କଡାକଡି ଚେକିଂ କରାଯିବ-ମନ୍ତ୍ରୀ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ପୁରୀ ସହରରେ ପୁଣି ଗଡ଼ିଲା ମୁଣ୍ଡ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ସ୍କୁଲ ହଷ୍ଟେଲ୍ ପିଲାଙ୍କୁ ଦିଆଯିବ ଡିଜିଟାଲ ସ୍ୱାସ୍ଥ୍ୟକାର୍ଡ:ମନ୍ତ୍ରୀ

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା

    ୧୪ରୁ ରାଜ୍ୟକୁ ପୁଣି ବର୍ଷା ଫେରିବାର ସମ୍ଭାବନା