ବିନୋଦ କୁମାରଙ୍କୁ ୩ବର୍ଷ ଜେଲ ଦଣ୍ଡାଦେଶ

ଭୁବନେଶ୍ୱର: ଓଡ଼ିଶା ଗୃହନିର୍ମାଣ ଉନ୍ନୟନ ନିଗମ(ଓଆରଏଚଡିସି) ଦୁର୍ନୀତି ମାମଲାରେ ରିଟାର୍ଡ ଆଇଏଏସ୍ ଅଫିସର ବିନୋଦ କୁମାର ଓ ଅନ୍ୟ ୨ଜଣଙ୍କୁ ୩ବର୍ଷ ଲେଖାଏଁ ସଶ୍ରମ ଜେଲ ଦଣ୍ଡାଦେଶ ହୋଇଛି। ୧୯୮୯ ବ୍ୟାଚ୍ ଆଇଏଏସ୍ ବିନୋଦ କୁମାରଙ୍କୁ ରାଜ୍ୟ ସରକାର ପୂର୍ବରୁ ଚାକିରିରୁ ବହିଷ୍କୃତ କରିଥିଲେ।

ରାଜ୍ୟ ଭିଜିଲାନ୍ସ ପକ୍ଷରୁ ଜାରି ପ୍ରେସ୍ ରିଲିଜ୍ ଅନୁସାରେ, ଓଆରଏଚଡିସି ଦୁର୍ନୀତି ମାମଲାରେ ଭୁବନେଶ୍ୱର ଭିଜିଲାନ୍ସ ସ୍ପେଶାଲ ଜଜ୍ କୋର୍ଟ ଆଜି ବିନୋଦ କୁମାରଙ୍କ ସମେତ ଓଆରଏଚଡିସିର ପୂର୍ବତନ କାର୍ୟ୍ୟନିର୍ବାହୀ ନିର୍ଦ୍ଦେଶକ(ଟେକନିକାଲ) ପୂର୍ଣ୍ଣଚନ୍ଦ୍ର ଦାସ ଓ ଭୁବନେଶ୍ୱରସ୍ଥିତ ଏନଜିଓ ଆୱାରର ରାଜ୍ୟ ସଂଯୋଜକ ସୁବାସ ଚନ୍ଦ୍ର ପଣ୍ଡାଙ୍କୁ ୩ବର୍ଷ ସଶ୍ରମ କାରାଦଣ୍ଡ ସହ ୨୫ହଜାର ଟଙ୍କା ଲେଖାଏଁ ଜୋରିମାନା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଅଭିଯୁକ୍ତ ସୁବାସ ଚନ୍ଦ୍ର ପଣ୍ଡାଙ୍କୁ ଅହେତୁକ ଅନୁକମ୍ପା ଦେଖାଇ ବିନୋଦ କୁମାର ଓ ପୂର୍ଣ୍ଣଚନ୍ଦ୍ର ଦାସ ବେଆଇନ ଭାବେ ଜାଲ୍ ଦସ୍ତାବିଜ ମାଧ୍ୟମରେ ଋଣ ପ୍ରଦାନ କରିଥିଲେ।ଓଆରଏଚଡିସି ଦୁର୍ନୀତି ଓ ଅର୍ଥ ତୋଷାରପାତ ମାମଲାରେ ଏହି ସଂସ୍ଥାର ପୂର୍ବତନ ପରିଚାଳନା ନିର୍ଦ୍ଦେଶକ ବିନୋଦ କୁମାର ଦଶମ ଥର ପାଇଁ ଦୋଷୀସାବ୍ୟସ୍ତ ହୋଇଛନ୍ତି।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପାଠ୍ୟପୁସ୍ତକ ତ୍ରୁଟି ମାମଲା; ୨୦୦ରୁ ୨୫୦ ଜଣ ସମ୍ପୃକ୍ତ କହିଲେ କ୍ରାଇମବ୍ରାଞ୍ଚ ଡିଜି

    ଭୁବନେଶ୍ୱର: ସ୍କୁଲ ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଟିମ୍ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି । ଏହି ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଏହି ମାମଲାରେ ପ୍ରାୟ ୨୦୦ରୁ ୨୫୦…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ