ବିରୋଧୀଙ୍କ ହଟ୍ଟଗୋଳ, ୪ଟା ଯାଏଁ ଗୃହ ମୁଲତବି

ଭୁବନେଶ୍ବର: ମୌସୁମୀ ଅଧିବେଶନର ଦ୍ବିତୀୟ ଦିନ ଆରମ୍ଭରୁ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ । ପ୍ରଶ୍ନକାଳ ଆରମ୍ଭରୁ ହୋହାଲ୍ଲା । MMDR ବିଲ୍ ପ୍ରତ୍ୟାହାର ଦାବିରେ କଂଗ୍ରେସ ସଦସ୍ୟଙ୍କ ହୋହଲ୍ଲା । ପ୍ଲାକାର୍ଡ ଧରି ଗୃହ ମଧ୍ୟଭାଗ୍ୟରେ କଂଗ୍ରେସ ସଦସ୍ୟଙ୍କ ନାରାବାଜି । ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ ବିଜେଡିର ନାରାବାଜି । ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି ଘୋଷଣା କଲେ ବାଚସ୍ପତି ।
ଓଡ଼ିଶା ବିଧାନସଭାର ୯ ଦିନିଆ ମୌସୁମୀ ଅଧିବେଶନର ପ୍ରଥମ ଦିନରେ ମଧ୍ୟ ବିରୋଧୀଙ୍କ ପ୍ରବଳ ହଟ୍ଟଗୋଳ ଓ ନାରାବାଜି ଯୋଗୁଁ ଗୃହ ସମ୍ପୂର୍ଣ୍ଣ ଅଚଳ ହୋଇପଡ଼ିଥିଲା । ସ୍କୁଲ ପାଠ୍ୟପୁସ୍ତକରେ ଥିବା ତ୍ରୁଟି ଏବଂ କେନ୍ଦ୍ର ସରକାରଙ୍କ MMDR ଆଇନ ପ୍ରସଙ୍ଗକୁ ନେଇ ବିଜେଡି ଓ କଂଗ୍ରେସ ବିଧାୟକମାନେ ଗୃହରେ ହଙ୍ଗାମା କରିଥିଲେ ।ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ବିରୋଧୀ ସଭ୍ୟମାନେ ଗୃହର ମଧ୍ୟଭାଗକୁ ଆସି ହଟ୍ଟଗୋଳ କରିଥିଲେ । ବିଜେଡି ବିଧାୟକମାନେ ପାଠ୍ୟପୁସ୍ତକ ତ୍ରୁଟିକୁ ପୋଷ୍ଟର ଓ ପ୍ଲାକାର୍ଡ ମାଧ୍ୟମରେ ଦେଖାଇ ନାରାବାଜି କରିଥିଲେ। ଅନ୍ୟପଟେ, କଂଗ୍ରେସ ବିଧାୟକମାନେ MMDR ସଂଶୋଧନ ଆଇନକୁ ପ୍ରତ୍ୟାହାର କରିବା ଦାବିରେ ନାରାବାଜି କରିଥିଲେ। କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ଓ ବିଜେଡି ବିଧାୟକ ଧ୍ରୁବଚରଣ ସାହୁ ରିପୋଟର୍ସ ଟେବୁଲ ଉପରେ ଛିଡ଼ା ହୋଇ ପ୍ରତିବାଦ ଜଣାଇଥିଲେ। ହଟ୍ଟଗୋଳ ଯୋଗୁଁ ନା ପ୍ରଶ୍ନକାଳ ଚାଲିପାରିନଥିଲା ଶୂନ୍ୟକାଳ। ବାଚସ୍ପତି ସୁରମା ପାଢ଼ୀ ଓ ଉପବାଚସ୍ପତି ଗୃହକୁ ବାରମ୍ବାର ମୁଲତବୀ ରଖିବାକୁ ବାଧ୍ୟ ହୋଇଥିଲେ। ଅପରାହ୍ନରେ ହଟ୍ଟଗୋଳ ଭିତରେ ସରକାର ୬ଟି ଗୁରୁତ୍ୱପୂର୍ଣ୍ଣ ବିଲ୍ ଆଗତ କରିଥିଲେ ବି କୌଣସି ଆଲୋଚନା ହୋଇପାରିନଥିଲା।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    କଲେଜ ନିର୍ବାଚନ : ସୋମବାର ସୁଦ୍ଧା କାର୍ଯ୍ୟସୂଚୀ

    ଭୁବନେଶ୍ୱର, ୩ ।୧୦ : ଖୁବ୍‌ଶୀଘ୍ର କଲେଜ ନିର୍ବାଚନ ତାରିଖ ଘୋଷଣା କରାଯିବ । ଆଜି ତାରିଖ ଘୋଷଣା ହେବବୋଲି ଅନୁମାନ କରାଯାଉଥିଲା । ତେବେ ରାଜନୀତିକ କାରଣବଶତଃ ତାରିଖ ଘୋଷଣା ହୋଇପାରିନାହିଁ । ରବିବାର କିମ୍ବା ସୋମବାର କଲେଜ ନିର୍ବାଚନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ