ବିରୋଧୀ ଦଳ ନେତାଙ୍କୁ ଭେଟିଲେ ପୁରୀ ଛତିଶା ନିଯୋଗ ସେବାୟତ

ଭୁବନେଶ୍ୱର :ପୁରୀ ଛତିଶା ନିଯୋଗ ସେବାୟତ ମାନଙ୍କର ଏକ ପ୍ରିତିନିଧି ଦଳ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ତାଙ୍କ ବାସଭବନ ନବୀନ ନିବାସରେ ଭେଟିଥିଲେ । ଏହି ସାକ୍ଷାତ ସମୟରେ ସେମାନେ ଶ୍ରୀମନ୍ଦିରର ତଥା ପୁରୀ ସହରର ବିକାଶ ପାଇଁ ନବୀନ ପଟ୍ଟନାୟକ ସରକାର ସମୟରେ ହୋଇଥିବା ବିଭିନ୍ନ କାର୍ୟ୍ୟ ପାଇଁ ତାଙ୍କୁ ଧନ୍ୟବାଦ ଜଣାଇଥିଲେ । ‘ପୁରୀ ଆପଣ ବହୁତ କିଛି କରିଛନ୍ତି । ରଥଯାତ୍ରାକୁ ନିଶ୍ଚୟ ଆସିବେ’ ବୋଲି ସେବାୟତମାନେ ଶ୍ରୀ ପଟ୍ଟନାୟକଙ୍କୁ ଆମନ୍ତ୍ରଣ କରିଥିଲେ ।

ଜୁନ ୨୭ ତାରିଖରେ ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ଶୃଙ୍ଖଳିତ ଭାବରେ ପାଳନ କରିବା ପାଇଁ ଶ୍ରୀ ପଟ୍ଟନାୟକ ସେବାୟତ ମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ସାକ୍ଷାତ ସମୟରେ ସାଂସଦ ଶ୍ରୀ ଶୁଭାଶୀଷ ଖୁଣ୍ଟିଆ ଉପସ୍ଥିତ ଥିଲେ ।

ଅନମାନଙ୍କ ମଧ୍ୟରେ ସର୍ବଶ୍ରୀ ସାଇନା ଖୁଣ୍ଟିଆ, ଗୌରହରି ପ୍ରଧାନ, ଲୋକନାଥ ମହାସୁଆର, ରବିଶଙ୍କର ପଢିଆରୀ, କାଶୀନାଥ ମହାସୁଆର, ଦାମୋଦର ପ୍ରତିହାରୀ, ହରିଆ ସୁଆର, ଅସିତ୍‌ ମେକାପ, କୃଷ୍ଣଚନ୍ଦ୍ର ଗୋଚ୍ଛିକାର ଓ ଜମେଶ୍ୱର ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

  • Garvita Odia

    Related Posts

    ଡ୍ରାମା କରୁଛନ୍ତି ମୋହନ ସରକାର:ସୁର

    ମୋଦୀଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ବିଜେପି ସରକାର ଉପରେ ବର୍ଷିଲେ କଂଗ୍ରେସ ନେତା । ରାଜ୍ୟରେ ବଢୁଥିବା ଦୁଷ୍କର୍ମ ମାମଲା ଓ ନାରୀ ସୁରକ୍ଷା ପ୍ରସଙ୍ଗରେ ଉଭୟ ପ୍ରଧାନମନ୍ତ୍ରୀ ମୋଦୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ କଡ଼ା ସମାଲୋଚନା କରି ସୁର…

    ଚିକିତ୍ସା ପାଇଁ ମୁମ୍ୱାଇ ଯିବେ ନବୀନ

    ଭୁବନେଶ୍ୱର: ଚିକିତ୍ସା ପାଇଁ ମୁମ୍ୱାଇ ଯିବେ ନବୀନ ପଟ୍ଟନାୟକ । ଜୁନ ୨୨ ତାରିଖରେ ସେ ମୁମ୍ୱାଇ ଯିବେ । କୋକିଲାବେନ୍ ଧିରୁଭାଇ ଅମ୍ୱାନୀ ଡାକ୍ତରଖାନାରେ ହେବେ ଚିକିତ୍ସିତ । ସର୍ଭିକାଲ ଆଥ୍ରାଇଟିସ୍ ସମସ୍ୟା ନେଇ ହେବେ ଚିକିତ୍ସିତ । ଡାକ୍ତର…

    Leave a Reply

    Your email address will not be published. Required fields are marked *

    You Missed

    ସମ୍ ହସ୍ପିଟାଲରେ ଯୁବକଙ୍କ ଶ୍ୱାସ ନଳୀରୁ ପ୍ଲାଷ୍ଟିକ୍ ହୁଇସିଲ୍ ବାହାର କରିବାରେ ସଫଳ ହେଲେ ଡାକ୍ତରୀ ଟିମ୍

    ସମ୍ ହସ୍ପିଟାଲରେ ଯୁବକଙ୍କ ଶ୍ୱାସ ନଳୀରୁ ପ୍ଲାଷ୍ଟିକ୍ ହୁଇସିଲ୍ ବାହାର କରିବାରେ ସଫଳ ହେଲେ ଡାକ୍ତରୀ ଟିମ୍

    ଡ୍ରାମା କରୁଛନ୍ତି ମୋହନ ସରକାର:ସୁର

    ଡ୍ରାମା କରୁଛନ୍ତି ମୋହନ ସରକାର:ସୁର

    ଆସନ୍ତାକାଲି ଆଇଆଇଏମସି ଢେଙ୍କାନାଳଠାରେ ସ୍ପଟ୍‌ ଆଡମିଶନ୍‌

    ଆସନ୍ତାକାଲି ଆଇଆଇଏମସି ଢେଙ୍କାନାଳଠାରେ ସ୍ପଟ୍‌ ଆଡମିଶନ୍‌

    ଚିକିତ୍ସା ପାଇଁ ମୁମ୍ୱାଇ ଯିବେ ନବୀନ

    ଚିକିତ୍ସା ପାଇଁ ମୁମ୍ୱାଇ ଯିବେ ନବୀନ

    ଘାଇ ତଳକୁ ଖସି ୨ ତୀର୍ଥଯାତ୍ରୀଙ୍କ ମୃତ୍ୟୁ

    ଘାଇ ତଳକୁ ଖସି ୨ ତୀର୍ଥଯାତ୍ରୀଙ୍କ ମୃତ୍ୟୁ

    ୧୫ ଅଗଷ୍ଟରୁ ନୂଆ ଫାସ୍‌ ଟ୍ୟାଗ୍ ନିୟମ

    ୧୫ ଅଗଷ୍ଟରୁ ନୂଆ ଫାସ୍‌ ଟ୍ୟାଗ୍ ନିୟମ