ବିଶ୍ବ ଜନସଂଖ୍ୟା ସଚେତନତା ଦିବସ ପାଳିତ

ଦେବଗଡ଼:ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ସମ୍ମିଳନୀ କକ୍ଷରେ ବିଶ୍ବ ଜନସଂଖ୍ୟା ସଚେତନତା ଦିବସ ପାଳିତ ହୋଇଯାଇଛି।ସିଡିଏମଓ ଡା.ସଂଘମିତ୍ରା ପଣ୍ଡାଙ୍କ ସଭାପତିତ୍ବରେ ଅନୁ‌ଷ୍ଠିତ ବୈଠକରେ ଜିଲ୍ଲାପାଳ କବୀନ୍ଦ୍ର ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ଉକ୍ତ ଦିବସ ପାଳନ ସଂପର୍କରେ ଆଲୋକପାତ କରିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଅଧୀକ୍ଷକ ଡା.ମନୋରଞ୍ଜନ ସାମଲ, ଏଡିପିଏଚଓ(ଟିବି) ଡା.ପ୍ରଭାତ ଓଝା, ଡା.ବାବୁ ସିଂ, ଡିପିଏମ ଡିପିଏମ୍ ସୁଶାନ୍ତ ପ୍ରହରାଜ, ଡିଏସଡବ୍ଲୁଓ ସୁରତୀ ପ୍ରଧାନ,ଡିଏମଆରସିଏଚ ଦୁଷ୍ମନ୍ତ ସୂତାରଙ୍କ ସମେତ ସ୍ବାସ୍ଥ୍ୟ ବିଭାଗ କର୍ମଚାରୀ ,ଆଶା ଦିଦି,ଅଙ୍ଗନୱାଡ଼ି କର୍ମୀ ଉପସ୍ଥିତ ଥିଲେ। ଦେବଗଡ଼ ଜିଲ୍ଲା ରାଜ୍ୟ ସ୍ତରରେ ଅନ୍ତରା ପୋଗ୍ରାମ ରେ ଦ୍ୱିତୀୟ ସ୍ଥାନ ଅଧିକାର କରି ପୁରସ୍କୃତ ହୋଇଥିବା‌ ସହ ଜିଲ୍ଲାରେ ଭଲ କାମ କରିଥିବା ସ୍ଵାସ୍ଥ୍ୟକର୍ମୀ, ଆଶାଦିଦି , ଅଙ୍ଗନୱାଡ଼ି କର୍ମୀ ଏବଂ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ମୁଖ୍ୟଅତିଥି ପୁରସ୍କୃତ କରିଥିଲେ। ପରେ ଏକ ସଚେତନତା ରଥକୁ ମୁଖ୍ୟଅତିଥି ଜିଲ୍ଲାପାଳ ଶ୍ରୀ ସାହୁ ,ସିଡିଏମଓ ଶ୍ରୀମତି ଡା.ପଣ୍ଡା ସବୁଜ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ।ଏହି ସଚେତନତା ରଥ ତିନି ବ୍ଲକ୍ ଓ ପଞ୍ଚାୟତକୁ ଯାଇ ସଚେତନ କରିବାର କାର୍ଯ୍ୟକ୍ରମ ରହିଛି।

  • Related Posts

    ଶାନ୍ତି ମଞ୍ଜରୀ ଦେଇ ଦେବଗଡ଼ ପୌରାଧ୍ୟକ୍ଷା ପଦରେ ପୁନଃ ଅବସ୍ଥାପିତ

    ଦେବଗଡ଼:ଦେବଗଡ଼ ପୌରପାଳିକାର ପୂର୍ବତନ ଅଧ୍ୟକ୍ଷା ଶ୍ରୀମତୀ ଶାନ୍ତି ମଞ୍ଜରୀ ଦେଇଙ୍କୁ ରାଜ୍ୟ ସରକାରଙ୍କ ଦ୍ୱାରା ଆଧାର ବିହୀନ ତଥା ଭୁଲ ଅଭିଯୋଗ ଆଧାରରେ ପଦଚ୍ୟୁତ କରାଯାଇଥିବା ବିବାଦରେ ଶେଷରେ ନ୍ୟାୟର ଜୟ ଘଟିଛି। ଏହାକୁ ଚ୍ୟାଲେଞ୍ଜ କରି ସେ ଉଚ୍ଚ ନ୍ୟାୟାଳୟର…

    Continue reading
    କୃଷିଅଧିକାରୀମାନଙ୍କୁ କାମର ହିସାବ ମାଗିଲେ ଉପମୁଖ୍ୟମନ୍ତ୍ରୀ

    ଭୁବନେଶ୍ୱର: କୃଷି ଅଧିକାରୀଙ୍କ ବାହାର ରାଜ୍ୟ ଓ ବିଦେଶ ଗସ୍ତକୁ ନେଇ ତାଗିଦ୍‌ କଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ। ଭୁବନେଶ୍ୱର କୃଷି ଭବନ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ ଉଦ୍ୟାନ କୃଷି ଅଧିକାରୀ ସମ୍ମିଳନୀରେ ସେ ଅଧିକାରୀମାନଙ୍କୁ କାମର ହିସାବ ମାଗିଛନ୍ତି।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ