ବିଶ୍ଵ ବାଇ ସାଇକେଲ ଦିବସ ପାଳିତ

ଭାରତ ସରକାର ଙ୍କ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରଣାଳୟ ଅଧିନସ୍ଥ ମେରା ଯୁବା ଭାରତ ଦେବଗଡ଼ ପକ୍ଷରୁ ରିଆମାଳ ବ୍ଳକ ସଦର ମହକୁମା ରେ ବିଶ୍ଵ ବାଇ ସାଇକେଲ ଦିବସ ପାଳିତ ହୋଇଯାଇଛି l ଏହି ଅବସରରେ ରିଆମାଳ ସ୍ଥିତ ଆମ ପାଠଶାଳା ଠାରୁ ଏକ ସାଇକେଲ ଶୋଭାଯାତ୍ରା ରେ ଶତାଧିକ ଛାତ୍ର ଛାତ୍ରୀ ବିଭିନ୍ନ ଗ୍ରାମ ପରିକ୍ରମା କରିବା ସହିତ ସାଇକେଲ ଚଳାଇ ନିଜକୁ ସୁସ୍ଥ ରଖିବା ସହିତ ପରିବେଶ କୁ ପ୍ରଦୂଷଣ ମୁକ୍ତ ରଖିବା ପାଇଁ ସଚେତନତା ବାର୍ତ୍ତା ପ୍ରସାରିତ କରିଥିଲେ l ମେରା ଯୁବା ଭାରତ ଦେବଗଡ଼ ର ପ୍ରଦୀପ କୁମାର ବିଶ୍ଵାଳ ଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଉକ୍ତ ସାଇକେଲ ଶୋଭାଯାତ୍ରା କୁ ରିଆମାଳ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆଦିତ୍ୟ କୁମାର ପଣ୍ଡା ଓ ଆମ ପାଠଶାଳା ର ଅଧ୍ୟକ୍ଷ ଗୋଲ ବଦନ ବିଶ୍ଵାଳ, ପୂର୍ବତନ ସମିତି ସଭ୍ୟ ଗାନ୍ଧୀ ଚରଣ ନାୟକ ପ୍ରମୁଖ ଯୋଗଦେଇ ସବୁଜ ପତାକା ପ୍ରଦର୍ଶନ କରି ଶୁଭାରମ୍ଭ କରିଥିଲେ l ଉକ୍ତ କାର୍ଯ୍ୟକ୍ରମରେ ଆମ ପାଠଶାଳା ର ଶିକ୍ଷକ ଉମାକାନ୍ତ ଦେହୁରୀ, ପ୍ରଶାନ୍ତ କୁମାର ନନ୍ଦ, ସନ୍ତୋଷ କୁମାର ବିଶ୍ବାଳ ଓ ଶିକ୍ଷୟିତ୍ରୀ ଆଶ୍ରିତା ପ୍ରଧାନ ପ୍ରମୁଖ ସହଯୋଗ କରିଥିଲେ l

  • Related Posts

    ଖୁବଶୀଘ୍ର ଭୁବନେଶ୍ୱର-ଜୟପୁର ବିମାନସେବା:ଅପରାଜିତା

    ଭୁବନେଶ୍ୱର : ଖୁବଶୀଘ୍ର ଭୁବନେଶ୍ୱର-ଜୟପୁର ବିମାନସେବା। ଏଥିସହିତ ଭୁବନେଶ୍ୱର ବିମାନ ବନ୍ଦର ତୃତୀୟ ଏୟାର ଟର୍ମିନାଲ କୁ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ କରାଯିବା ପାଇଁ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଙ୍କ ସହିତ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦର ର…

    Continue reading
    ତେଲ ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

    ସୁବର୍ଣ୍ଣପୁର: ସୁବର୍ଣ୍ଣପୁରରେ ଭୟାବହ ଅଗ୍ନିକାଣ୍ଡ। ଉଲୁଣ୍ଡା ବ୍ଲକ ସାହାଣୀଡିହ ଶ୍ରୀ ଜଗଦମ୍ବା ତେଲ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି । ଏନେଇ ଖବର ପାଇ ନିଆଁକୁ ଆୟତ୍ତ କରିବା ପାଇଁ ବିନିକା ଅଗ୍ନିଶମ ବିଭାଗ ଉଦ୍ୟମ ଜାରି ରଖିଛି । ଫ୍ୟାକ୍ଟ୍ରିରେ ନିଆଁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ