ବିଶ୍ୱର 4ର୍ଥ ସର୍ବବୃହତ ଅର୍ଥନୈତିକ ଦେଶ ହେଲା ଭାରତ

ନୂଆଦିଲ୍ଲୀ: ବିଶ୍ବର ଚତୁର୍ଥ ସର୍ବବୃହତ ଅର୍ଥନୈତିକ ଦେଶ ହେଲା ଭାରତ । ଭାରତ ୪ର୍ଥ ସର୍ବବୃହତ ଅର୍ଥନୈତିକ ଦେଶ । ବିଶ୍ବର ସର୍ବବୃହତ ଚତୁର୍ଥ ଅର୍ଥନୈତିକ ଦେଶ ପାଲଟିଲା ଭାରତ । ଜାପାନକୁ ପଛରେ ପକାଇ ପଞ୍ଚମରୁ ୪ର୍ଥ ସ୍ଥାନକୁ ଉନ୍ନୀତ ହେଲା ଭାରତ । ଏନେଇ ସୂଚନା ଦେଲେ ନିତି ଆୟୋଗ ସିଇଓ । ଆମେରିକା, ଚୀନ ଓ ଜର୍ମାନୀ ପରେ ଭାରତ ୪ର୍ଥ ସ୍ଥାନରେ ରହିଛି । IMFର ତଥ୍ୟ ଅନୁସାରେ ଭାରତ ଏବେ ୪ର୍ଥ ସ୍ଥାନରେ ରହିଛି ।
ନୀତି ଆୟୋଗ ସିଇଓ ବିଭିଆର ସୁବ୍ରମଣ୍ୟମ କହିଛନ୍ତି, “ଭାରତ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୀତି ହୋଇଛି ଏବଂ ତିନି ବର୍ଷ ମଧ୍ୟରେ ତୃତୀୟ ସ୍ଥାନରେ ପହଞ୍ଚିପାରେ । ଭାରତ ଆନୁଷ୍ଠାନିକ ଭାବରେ ଜାପାନକୁ ପଛରେ ପକାଇ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୀତି ହୋଇଛି । ଭାରତ ଅର୍ଥନୈତିକ ପଥରେ ଏକ ଐତିହାସିକ ମାଇଲଖୁଣ୍ଟ ହାସଲ କରିଛି ।”
ଦଶମ ଗଭର୍ଣ୍ଣିଂ କାଉନସିଲ ବୈଠକ ସମୟରେ ନୀତି ଆୟୋଗର ସିଇଓ ବିଭିଆର ସୁବ୍ରହ୍ମଣ୍ୟମ ଏହା କହିଛନ୍ତି। ଆନ୍ତର୍ଜାତୀୟ ମୁଦ୍ରା ପାଣ୍ଠି (IMF) ର ସଦ୍ୟତମ ତଥ୍ୟ ଆଧାରରେ, ଭାରତର ମୋଟ ଘରୋଇ ଉତ୍ପାଦ (GDP) 4 ଟ୍ରିଲିୟନ ଡଲାର । ଏହା ବର୍ତ୍ତମାନ କେବଳ ଆମେରିକା, ଚୀନ୍ ଏବଂ ଜର୍ମାନୀ ପଛରେ ଅଛି ।

ଗଭର୍ଣ୍ଣିଂ କାଉନସିଲ ବୈଠକ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଯେପରି 2047 ମସିହା ସୁଦ୍ଧା, ଭାରତର ସ୍ୱାଧୀନତାର 100 ବର୍ଷ ପୂର୍ତ୍ତି ସୁଦ୍ଧା ବିକଶିତ ଭାରତ ହୋଇପାରିବ ସେ ଉପରେ ସବିଶେଷ ଆଲୋଚନା ହୋଇଥିଲା ।ଏହି ବୈଠକରେ 36ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ମଧ୍ୟରୁ 31ଟି ଅଂଶଗ୍ରହଣ କରିଥିଲେ, ବିଭିନ୍ନ ରାଜନୈତିକ ବର୍ଗର ନେତାମାନେ କେନ୍ଦ୍ର ସରକାରଙ୍କ ପଦକ୍ଷେପ ନୁହେଁ ବରଂ ଏକ ଜାତୀୟ ଆନ୍ଦୋଳନ ଭାବରେ କ୍ରମାଗତ ଭାବରେ ପ୍ରସ୍ତୁତ ହୋଇଥିବା କଥାକୁ ପ୍ରତିକ୍ରିୟା ଦେଇଥିଲେ।

  • Related Posts

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ

    ଏଣିକି ଆଉ ଡାକ୍ତର କରିପାରିବେନି ରିଲ୍ସ। ରୋଗୀଙ୍କୁ ବ୍ୟବହାର କରି ନିଜର ପ୍ରଚାର ପ୍ରସାର କରିପାରିବେନି ଡାକ୍ତର। ନିଜକୁ ‘ନମ୍ବର ୱାନ୍’ କିମ୍ବା ‘ବେଷ୍ଟ ଡାକ୍ତର’ କହି ରୋଗୀଙ୍କୁ କରିପାରିବେନି ଆକର୍ଷିତ। ରୋଗୀଙ୍କୁ ଆକୃଷ୍ଟ କରିବାକୁ AIରେ ତିଆରି ପ୍ରମୋସନାଲ୍ କଣ୍ଟେଣ୍ଟ,…

    Continue reading
    ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ: ଦିଲ୍ଲୀରେ ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖ

    ଦିଲ୍ଲୀରେ ସ୍ଥିତି ସ୍ୱାଭାବିକ କରିବାକୁ ସୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ । ମେଟ୍ରୋ ସେବା, ଇଣ୍ଟରନେଟ୍ ଓ ଯାତାୟାତକୁ ସ୍ୱାଭାବିକ ରଖିବାକୁ କହିଛନ୍ତି କୋର୍ଟ । ଆଇନଶୃଙ୍ଖଳା କିମ୍ବା ଟ୍ରାଫିକ୍‌ ସମସ୍ୟା ନଥିଲେ ରାସ୍ତାରେ ଲାଗିଥିବା ବ୍ୟାରିକେଡ୍‌ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ