ବିଷ୍ଣୁପଦ ସେଠୀଙ୍କ ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ : ଭାରତୀୟ ପ୍ରଶାସନିକ ସେବାର ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ପରବର୍ତ୍ତୀ ଶୁଣାଣି ପର୍ୟ୍ୟନ୍ତ ସିବିଆଇ ପକ୍ଷରୁ ତାଙ୍କ ସହ ପତ୍ନୀ ଓ ଝିଅ ବିରୋଧରେ କୌଣସି ପ୍ରକାର କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇ ପାରିବ ନାହିଁ ବୋଲି ଅଦାଲତ ଆଦେଶରେ ସ୍ପଷ୍ଟ କରିଛନ୍ତି। ବିଚାରପତି ଏସ୍‌‌.କେ.ପାଣିଗ୍ରାହୀଙ୍କ ଅଦାଲତରେ ମଙ୍ଗଳବାର ମାମଲାର ଶୁଣାଣି ହୋଇଥିଲା। ସିବିଆଇ ପକ୍ଷରୁ ଜବାବ ଦାଖଲ କରାଯାଇଥିବା ବେଳେ ବିଷ୍ଣୁପଦଙ୍କୁ ଜବାବ ଦାଖଲ ଲାଗି ଅଦାଲତ ନିର୍ଦେଶ ଦେଇଛନ୍ତି। ମାର୍ଚ୍ଚ ୧୮କୁ ମାମଲାର ପରବର୍ତ୍ତୀ ଶୁଣାଣି ନିମନ୍ତେ ସମୟ ଧାର୍ୟ୍ୟ ହୋଇଛି। ବ୍ରିଜ୍‌‌ ଆଣ୍ଡ ରୁଫ୍‌‌ କର୍ପୋରେସନ୍‌‌ ଲିମିଟେଡ୍‌‌ ଲାଞ୍ଚ ମାମଲାରେ ସିବିଆଇ ପକ୍ଷରୁ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ଚଢ଼ଉ କରାଯାଇଥିଲା। ସିବିଆଇ ଅଧିକାରୀମାନେ ତାଙ୍କ ଘରେ ଚଢ଼ଉ କରି ରେକର୍ଡପତ୍ର ଯାଞ୍ଚ କରିଥିଲେ। ସିବିଆଇର ଏତାଦୃଶ କାର୍ୟ୍ୟାନୁଷ୍ଠାନକୁ ବିରୋଧ / ତଥା ଗିରଫଦାରୀ ଆଶଙ୍କାକୁ ଏଡାଇବା ଲାଗି ବିଷ୍ଣୁପଦ ସେଠୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଅଦାଲତ ମାମଲାର ଶୁଣାଣି କରି ଅନ୍ତରୀଣ ସୁରକ୍ଷା ପ୍ରଦାନ କରିଥିଲେ। ମାମଲାର ବିବରଣୀ ମୁତାବକ, ବ୍ରିଜ୍‌‌ ଆଣ୍ତ ରୁଫ୍‌‌ କ​ର୍ପୋରେସନ୍‌‌ ଲିମିଟେଡ୍‌‌ର ଜେନେରାଲ ମ୍ୟାନେଜର୍‌‌ ଚଞ୍ଚଳ ମୁଖାର୍ଜୀ, ସନ୍ତୋଷ ମହାରଣା ଏବଂ ଅନ୍ୟମାନଙ୍କ ନାମରେ ଏକ ବିଲ୍‌‌ ପାସ୍‌‌ ପାଇଁ ୧୦ ଲକ୍ଷ ଟଙ୍କା ଲାଞ୍ଚ କାରବାର ହୋଇଥିବା ଅଭିଯୋଗରେ ସିବିଆଇ ପକ୍ଷରୁ ମାମଲା ରୁଜୁ କରାଯାଇଛି। ଉକ୍ତ ଏତଲାରେ ଆଇଏସ୍‌ ବିଷ୍ଣୁପଦଙ୍କ ନାଁ ନଥିଲେ ମଧ୍ୟ ସିବିଆଇ ପକ୍ଷରୁ କିଛି ଦିନ ପୂର୍ବେ ତାଙ୍କ ଘରେ ଚଢ଼ଉ କରାଯାଇ ରେକର୍ଡ ପତ୍ର ଯାଞ୍ଚ କରାଯାଇଛି। ଆବେଦନକାରୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ଦେବାଶିଷ ପଣ୍ଡା ମାମଲା ପରିଚାଳନା କରୁଛନ୍ତି।

  • Related Posts

    ବିପଦସଙ୍କୁଳ କାଠ ପୋଲ ଭରଷାରେ ଦେସିଙ୍କୁଳି ଗ୍ରାମବାସୀ

    ଦେବଗଡ଼:ନିର୍ବାଚନ ପରେ ନିର୍ବାଚନ ଯାଉଛି ସତ କିନ୍ତୁ ଜିଲ୍ଲାରେ ବଦଳୁନି ଗ୍ରାମାଞ୍ଚଳର ଗମନାଗମନର ଚିତ୍ର।ନାଳ ଉପରେ ଥିବା ପୁରୁଣା ପୋଲଟି ବହୁ ବର୍ଷ ହେବ ବର୍ଷାରେ ଧୋଇ ଯିବାରୁ ଭୁସୁଡି ପଡିବା ସହିତ ନାଳ ଉପରେ ପୋଲ ନିର୍ମାଣ କରିବା ପାଇଁ…

    Continue reading
    ବିଭିନ୍ନ ପ୍ରମୁଖ ଯୋଜନାର ସମନ୍ୱୟରେ ସୁଦୃଢ଼ ହେବ ସ୍କୁଲ ଶିକ୍ଷା ବ୍ୟବସ୍ଥା- ଧର୍ମେନ୍ଦ୍ର ପ୍ରଧାନ

    ନୂଆଦିଲ୍ଲୀ, ମଇ ୨୯ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀ ଠାରେ ‘ସମଗ୍ର ଶିକ୍ଷା ଅଭିଯାନ’ ଅଧୀନରେ ପାଣ୍ଠି ପ୍ରଦାନ ଏବଂ ଏହାର ବିନିଯୋଗ ନେଇ ଏକ ବିସ୍ତୃତ ସମୀକ୍ଷା ବୈଠକ କରିଛନ୍ତି । ଶିକ୍ଷା ମନ୍ତ୍ରଣାଳୟର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ