ବ୍ରହ୍ମପୁର ଏସପିଙ୍କ ପାଇଁ ବଢିଲା ଅଡୁଆ

ବ୍ରହ୍ମପୁର: ବ୍ରହ୍ମପୁର ଏସପି ଶ୍ରବଣା ବିବେକ ଏମ୍‌ଙ୍କ ପାଇଁ ବଢିଲା ଅଡୁଆ । ନିର୍ବାଚନୀ ମାମଲାରେ ବ୍ରହ୍ମପୁର ଏସପିଙ୍କୁ ଜବାବ ମାଗିଛନ୍ତି ହାଇକୋର୍ଟ । ବ୍ରହ୍ମପୁର ବିଜେପି ବିଧାୟକ କେ.ଅନିଲ କୁମାରଙ୍କ ବିରୋଧରେ ରୁଜୁ ନିର୍ବାଚନୀ ମାମଲାରେ ଏସପିଙ୍କୁ ନୋଟିସ କରାଯାଇଛି । ପୀତବାସ ପଣ୍ଡା ହତ୍ୟା ମାମଲାରେ ଗଣମାଧ୍ୟମକୁ ଏସପି ଦେଇଥିବା ବୟାନକୁ ନେଇ ଅସନ୍ତୋଷ ବ୍ୟକ୍ତ କରିଛନ୍ତି ଅଦାଲତ । ନିର୍ବାଚନ ମାମଲା ବିଚାରଧୀନ ଥିବା ବେଳେ ଏସପିଙ୍କ ବୟାନକୁ କୋର୍ଟ କଡା ନିନ୍ଦା କରିଛନ୍ତି । ଏସପିଙ୍କ ବୟାନ କାହିଁକି ଅଦାଲତ ଅବମାନନା ଭାବେ ଗ୍ରହଣ କରାଯିବ ନାହିଁ ତାହାର ସ୍ପଷ୍ଟୀକରଣ ମାଗିଛନ୍ତି ହାଇକୋର୍ଟ । ଆସନ୍ତା ୭ତାରିଖ ସୁଦ୍ଧା ଲିଖିତ ଜବାବ ଦେବାକୁ ନିର୍ଦେଶ ଦିଆଯାଇଛି । ବିଚାରପତି ଶଶିକାନ୍ତ ମିଶ୍ରଙ୍କ ଖଣ୍ଡପୀଠ ଏ ମାମଲାର ଶୁଣାଣି କରି ଏହି ନିର୍ଦେଶ ଦେଇଛନ୍ତି ।

  • Related Posts

    ଭୁବନେଶ୍ୱରରେ ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ

    ଓଡ଼ିଶା ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖୁସି ଖବର। ଓଡ଼ିଶା ସିଭିଲ୍ ସର୍ଭିସ୍ ପରୀକ୍ଷା ଦେବା ପାଇଁ ରହିଥିବା ସର୍ବାଧିକ ୬ଟି ସୁଯୋଗକୁ ଉଠାଇ ଦିଆଯିବ। ଏହି ପରୀକ୍ଷା ଦେବା ପାଇଁ ସର୍ବୋଚ୍ଚ ବୟସସୀମା ପର୍ଯ୍ୟନ୍ତ ସୁଯୋଗ ମିଳିବ। ୮୦ତମ ସ୍ୱାଧୀନତା…

    Continue reading
    ଗଡମାଣତୀର ପଞ୍ଚାୟତରେ ପତାକା ଉତ୍ତୋଳନ କଲେ ଜେନ-ଜୀ

    ବେଗୁନିଆ : ଗଡମାଣତୀର ପଞ୍ଚାୟତର ସରପଞ୍ଚ କରୁଣାକର ଦଳସିଂହରାୟ ସ୍ୱାଧୀନତା ଦିବସ ଅବସରରେ ଏକ ଅଭିନବ ପ୍ରୟାସ କରିଛନ୍ତି । ସମ୍ପ୍ରତି ପଲ୍ଲୀରୁ ଦିଲ୍ଲୀ ପର୍ଯ୍ୟନ୍ତ ଜେନ-ଜୀଙ୍କୁ ନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଯୁକ୍ତ ଦୁଇର ଛାତ୍ର ଶୁଭାଶିଷ ସାମନ୍ତରାୟଙ୍କ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ