ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଅନ୍ତର୍ନିହିତ ଗୁଣାବଳୀର ବିକାଶର ମାଧ୍ୟମ ହେଉଛି ସୁରଭି

ଦେବଗଡ଼ ଜ଼ିଲ୍ଲା ତିଲେଇବଣି ଗୋଷ୍ଠୀ ଶିକ୍ଷା ବିଭାଗ ଆନୁକୂଲ୍ୟରେ ପଞ୍ଚାୟତ ସମିତି ଉଚ୍ଚ ବିଦ୍ୟାଳୟ ତିଲେଇବଣି ପରିସରରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଆଜି ପୂର୍ବାହ୍ନ ରେ ତିଲେଇବଣି ଗୋଷ୍ଠୀ ଶିକ୍ଷା ଅଧିକାରୀ ସିକରେନ୍ଦ୍ର ଛତ୍ରିଆଙ୍କ ସଭାପତିତ୍ୱ ରେ ଆୟୋଜିତ ଉଦଘାଟନୀ ସମାରୋହ ରେ ମୁଖ୍ୟ ଅତିଥି ତିଳେଇବଣି ପଞ୍ଚାୟତ ସମିତି ଅଧ୍ୟକ୍ଷା ବୃନ୍ଦାବତୀ ଭୋଇ ଓ ମୁଖ୍ୟ ବକ୍ତା ଭାବେ ଦେବଗଡ଼ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ଼ ତନ୍ମୟୀ ମହାନ୍ତି ଯୋଗ ଦେଇ ଛାତ୍ର ଛାତ୍ରୀ ନିଜର ସଫଳତାକୁ ବ୍ଲକ ଭିତରେ ସୀମିତ ନରଖି ରାଜ୍ୟ ସ୍ତର ପର୍ଯ୍ୟନ୍ତ ଜାରି ରଖିବା ନିମନ୍ତେ ପ୍ରୟାସ କରିବାକୁ ପରାମର୍ଶ ଦେଇଥିଲେ।ସମ୍ମାନିତ ଅତିଥି ଭାବେ ସମ୍ବଲପୁର ସାଂସଦ ପ୍ରତିନିଧି ଯୋଗେଶ କୁମାର ପ୍ରଧାନ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କୁ ନିଜର ପାରିଦର୍ଶିତା ବଜାୟ ରଖିବା ନିମନ୍ତେ ଆବଶ୍ୟକତାକୁ ଉଦାହରଣ ମାଧ୍ୟମରେ ପରାମର୍ଶ ଦେଇଥିଲେ।ଅନ୍ୟତମ ସମ୍ମାନିତ ଅତିଥି ଭାବେ ତିଳେଇବଣି ପଞ୍ଚାୟତ ସମିତି ଉପାଧ୍ୟକ୍ଷା ଆରତୀ ପ୍ରଧାନ,ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ସାହୁ, ତିଳେଇବଣି ଉଚ୍ଚ ବିଦ୍ୟାଳୟ ପ୍ରଧାନଶିକ୍ଷକ କିଶୋର ଚନ୍ଦ୍ର ପ୍ରଧାନ ଯୋଗ ଦେଇ ଛାତ୍ର ଛାତ୍ରୀ ମାନଙ୍କ ଅନ୍ତର୍ନିହିତ ଗୁଣାବଳୀ ର ବିକାଶ ପାଇଁ ସୁରଭି ଏକ ମାଧ୍ୟମ ବୋଲି ପ୍ରକାଶ କରିଥିଲେ। ଗୋଷ୍ଠୀ ବିଭାଗୀୟ ଅଧିକାରୀ ପ୍ରଶାନ୍ତ କୁମାର ପ୍ରଧାନ ସୁରଭି ର ଆଭିମୁଖ୍ୟ ସମ୍ପର୍କ ରେ ଆଲୋକପାତ କରିଥିଲେ।କାର୍ଯ୍ୟକ୍ରମ ମଞ୍ଚ ପରିଚାଳନା ସୁଗୁଡା ସି. ଆର. ସି. ସି. ପ୍ରାଣବନ୍ଧୁ ଘଡେଇ କରିଥିଲେ। ଶାନ୍ତନୁ କୁମାର ନାଥ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ବରିଷ୍ଠ ଶିକ୍ଷୟିତ୍ରୀ କାଦମ୍ବିନୀ ମିଶ୍ର ଧନ୍ୟବାଦ ପ୍ରଦାନ କରିଥିଲେ ।ସ୍ଥାନୀୟ ବିଦ୍ୟାଳୟ ଛାତ୍ରୀ ମାନଙ୍କ ଦ୍ୱାରା ସ୍ୱାଗତ ସଙ୍ଗୀତ ପରିବେଷଣ କରାଯାଇଥିଲା ।ଏହି ଅବସରରେ କ୍ଲଷ୍ଟର ସ୍ତରରୁ ଚୟନ ହୋଇ ଆସିଥିବା କନିଷ୍ଠ, ବରିଷ୍ଠ, ଉଚ୍ଚ ମାଧ୍ୟମିକ ବର୍ଗର ଛାତ୍ର ଛାତ୍ରୀ ମାନଙ୍କ ମଧ୍ୟରେ କୁଇଜ଼,ପ୍ରବନ୍ଧ, ବକୃତା, ସଙ୍ଗୀତ,ଚିତ୍ରାଙ୍କନ, ସୃଜନଶୀଳ ଲିଖନ, ଓଡ଼ିଆ ହସ୍ତାକ୍ଷର ଓ ଶୃତଲିଖନ, ପି. ଏମ. ପୋଷଣ ଚିତ୍ରକଳା, ଶିଳ୍ପାକଳା, ଦଳଗତ ନୃତ୍ୟ ଆଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା।ନୃତ୍ୟ ପ୍ରତିଯୋଗିତା ପ୍ରଗତି ଦାସ କପରଦାର , ଜନ୍ମାଜୟ ନାୟକ, ରେଶମାରାଣୀ ନାଏକ ବିଚାରକ ଦାୟିତ୍ୱ ତୁଲାଇଥିବା ବେଳେ ଶାନ୍ତନୁ ନାଥ ମଞ୍ଚ ପରିଚାଳନା କରିଥିଲେ ।ଅପରାହ୍ନ ର ଉଦଯାପନୀ କାର୍ଯ୍ୟକ୍ରମରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ସିକରେନ୍ଦ୍ର ଛତ୍ରିଆଙ୍କ ସଭାପତିତ୍ୱ ରେ ତିଳେଇବଣି ଗୋଷ୍ଠୀ ଅଧିକାରୀ ପ୍ରିୟଦର୍ଶିନୀ ମିର୍ଦ୍ଧା ମୁଖ୍ୟଅତିଥି, ତିଳେଇବଣି ଫାଣ୍ଡି ଅଧିକାରୀ ଅଚ୍ୟୁତାନନ୍ଦ ସାହୁ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ସାହୁ, ତିଳେଇବଣି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ନମିତା ନନ୍ଦ,ବିଭାଗୀୟ ଅଧିକାରୀ ପ୍ରଶାନ୍ତ କୁମାର ପ୍ରଧାନ ପ୍ରମୁଖ ମଞ୍ଚାସିନ ହୋଇ କୃତୀ ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ସଞ୍ଜୟ କୁମାର ବ୍ରହ୍ମା. ରଞ୍ଜନ ବ୍ରହ୍ମା, ସୁଜିତ କୁମାର ପାତ୍ର, ସୁଶାନ୍ତ କୁମାର ନନ୍ଦ, ଡୋଳାଧର ସ୍ୱାଇଁ, ତ୍ରିନାଥ ଖୁଣ୍ଟିଆ, ମେଘନାଦ ରଞ୍ଜିତ,ଏମ.ଆଇ.ଏସ. ରଞ୍ଜନ କୁମାର ନାୟକ, ସୁମନ କୁମାର ମହାନ୍ତି,ହରିହର ମହାପାତ୍ର, ପ୍ରଭାଶୁଣି ସି. ଆର ସି. ସି ଅଶୋକ କୁମାର ସାହୁ ଙ୍କ ସମେତ ତିଳେଇବଣି ବ୍ଲକ ର ସମସ୍ତ ଉଚ୍ଚ ବିଦ୍ୟାଳୟ ର ପ୍ରଧାନଶିକ୍ଷକ, ସି. ଆର. ସି. ସି.,ଗୋଷ୍ଠୀ କାର୍ଯ୍ୟାଳୟ ର ସମସ୍ତ କର୍ମଚାରୀ, ପ୍ରଭାସୁଣୀ କ୍ଲଷ୍ଟର ର ସମସ୍ତ ପ୍ରଧାନଶିକ୍ଷକ,ସ୍ଥାନୀୟ ବିଦ୍ୟାଳୟ ଶିକ୍ଷକ ଶିକ୍ଷୟତ୍ରୀ ସହଯୋଗ କରିଥିଲେ। ଉଦଯାପନୀ କାର୍ଯ୍ୟକ୍ରମକୁ ସୁଗୁଡା ସି.ଆର. ସି. ସି. ପ୍ରାଣବନ୍ଧୁ ଘଡେଇ ପରିଚାଳନା କରିଥିବା ବେଳେ ଟାଇଁସର ସି. ଆର. ସି. ସି. ଭେନସ କୁମାର ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ।

  • Related Posts

    ରେଡ୍‌କ୍ରସ୍‌ ପାଣ୍ଠି ଆତ୍ମସାତ୍‌ ଅଭିଯୋଗ, ପୂର୍ବତନ ବରିଷ୍ଠ ରାଜସ୍ୱ ସହାୟକ ଗିରଫ

    ବ୍ରହ୍ମପୁର: ସରକାରୀରେଡ୍‌କ୍ରସ୍‌ ପାଣ୍ଠିର ୮ ଲକ୍ଷ ୬୩ ହଜାର ୨୦୦ ଟଙ୍କା ଆତ୍ମସାତ୍‌ ଅଭିଯୋଗରେ ଓଡ଼ିଶା ଭିଜିଲାନ୍ସଗଞ୍ଜାମଜିଲ୍ଲା ଛତ୍ରପୁର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ପୂର୍ବତନ ବରିଷ୍ଠ ରାଜସ୍ୱ ସହାୟକ (ଏସ୍‌ଆର୍‌ଏ) ସଦାଶିବ ପ୍ରଧାନଙ୍କୁ ଗିରଫ କରିଛି। ସେ ବର୍ତ୍ତମାନ ସୁରଡ଼ା ତହସିଲ କାର୍ଯ୍ୟାଳୟରେ…

    Continue reading
    ଜେଲ୍ ଡିଜି ପଦରୁ ହଟିଲେ ସୁଶାନ୍ତ ନାଥ

    ଆଇପିଏସ ସ୍ତରରେ ହୋଇଛି ଅଦଳ ବଦଳ। ଜେଲ୍‌ ଡିଜି ପଦରୁ ୧୯୯୩ ବ୍ୟାଚ୍‌ର ଆଇପିଏସ୍ ଅଫିସର ସୁଶାନ୍ତ କୁମାର ନାଥଙ୍କୁ ହଟାଇ ଦିଆଯାଇଛି। ତାଙ୍କୁ ଓଏସ୍‌ଡି ଭାବେ ଗୃହ ବିଭାଗକୁ ବଦଳି କରାଯାଇଛି। ରବିବାର ଏନେଇ ଗୃହ ବିଭାଗରୁ ବିଜ୍ଞପ୍ତି ପ୍ରକାଶ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !

    ବିନା ପେଟ୍ରୋଲ, ଡିଜେଲ, ସିଏନ୍‌ଜି ଓ ବ୍ୟାଟେରିରେ ବି ଚାଲିବ ଗାଡ଼ି

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି