ବ୍ୟବସାୟୀ ଅପହରଣ ମାମଲା, ମହିଳା ଏସଆଇ ଅଟକ

ବଲାଙ୍ଗିର: ବ୍ୟବସାୟୀ ନରେନ୍ଦ୍ର ସାହୁ ଅପହରଣ ମାମଲାରେ ନୂଆ ଟ୍ବିଷ୍ଟ। ଘଟଣା ପଛରେ ସାମନାକୁ ଆସିଲା ପୋଲିସର ସମ୍ପୃକ୍ତି। ମହିଳା ଏସଆଇ ସ୍ନେହାମଞ୍ଜରୀ ସାହୁ ଅଟକ। ଏସଆଇ ଅଟକ ଥିବା ନେଇ ବଲାଙ୍ଗିର ପୋଲିସ ପକ୍ଷରୁ ସୂଚନା ମିଳିଛି। ମହିଳା ଏସଆଇ ହେଉଛନ୍ତି ଅପହରଣର ମାଷ୍ଟରମାଇଣ୍ଡ କୁହାଯାଉଥିବା କ୍ଷିତୀଶ ସାହୁର ଭଉଣୀ।

ପୂର୍ବରୁ କ୍ଷୀତିଶ ସାହୁକୁ ଗିରଫ କରିସାରିଛି ପୋଲିସ। ମାମଲାରେ ଆଉ କିଛି ଲୋକଙ୍କୁ ମଧ୍ୟ ଅଟକ ରଖିଛି ପୋଲିସ। ମହିଳା ଏସଆଇଙ୍କ ସହ ସଞ୍ଜୟ ଜେନା ଅଟକ ଥିବା ସୂଚନା ମିଳିଛି। ଆଜି କୋର୍ଟ ଚାଲାଣ ହେବେ ଅଭିଯୁକ୍ତ କ୍ଷୀତିଶ ସାହୁ ଓ ସଞ୍ଜିତ ବେହେରା।

ହନୁମାନ ଟଙ୍କା ପାଇଁ ମୋଟା ଅଙ୍କର ଟଙ୍କା କାରାବାରକୁ ନେଇ ଏହି ଅପହରଣ ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି। ବଲାଙ୍ଗିରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ। ଗତ ୧୪ ତାରିଖ ଅପରାହ୍ଣରେ ତାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା। ଭୁବନେଶ୍ବର ସ୍ପେଶାଲ ସ୍କ୍ବାଡ୍ ସହାୟତାରେ ଖଣ୍ଡଗିରି ଅଞ୍ଚଳରୁ ଉଦ୍ଧାର ହୋଇଥିଲେ ନରେନ୍ଦ୍ର।

  • Related Posts

    ବାଣୀବିହାର: ଅଣଛାତ୍ରଙ୍କୁକ୍ୟାମ୍ପସ ଛାଡ଼ି ଚାଲିଯିବାକୁ ସିପି-ଡିସିପିଙ୍କ ଅପିଲ୍

    ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟ ବାଣୀବିହାର କ୍ୟାମ୍ପସରେ ଛାତ୍ର ଉତ୍ତେଜନା ଥମିବାର ନାଁ ନେଉନାହିଁ। କ୍ୟାମ୍ପସ ଭିତରକୁ ଅଣଛାତ୍ରଙ୍କ ପ୍ରବେଶକୁ ନେଇ ପରିସ୍ଥିତି ଅଶାନ୍ତ ରହିଛି, ଯାହାଫଳରେ ନିର୍ଦ୍ଧାରିତ ‘ହ୍ବାଏ ଆଇ ଷ୍ଟାଣ୍ଡ ଫର୍‌’ ବୈଠକ ମଧ୍ୟ ଆରମ୍ଭ ହୋଇପାରିନାହିଁ। କ୍ୟାମ୍ପସ ଅଡିଟୋରିୟମ…

    Continue reading
    ଝାରସୁଗୁଡ଼ା ବିମାନବନ୍ଦରର ବିକାଶ ଲାଗି କେନ୍ଦ୍ର ସରକାର ମଞ୍ଜୁର କରିଛନ୍ତି ୨୧୦୦ କୋଟି: ପ୍ରଦୀପ ପୁରୋହିତ

    ଝାରସୁଗୁଡ଼ା: ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରର ବିକାଶ ଓ ସମ୍ପ୍ରସାରଣ ଲାଗି ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ତତ୍ପରତା ଦେଖାଇଛନ୍ତି। ଏ ନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରାଯାଇଛି। ରନ୍‌ୱେ ସମ୍ପ୍ରସାରଣ ପାଇଁ ୧୬୮.୮୮ ଏକର ଜମି ଅଧିଗ୍ରହଣ ପ୍ରକ୍ରିୟା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ