ବ୍ୟାରିକେଡ୍‌ ଭାଙ୍ଗିଲେ ଶ୍ରଦ୍ଧାଳୁ

ପୁରୀ : ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ଲାଗି ବିଳମ୍ବିତ ରାତିରୁ ଲାଗି ରହିଛି ଶ୍ରଦ୍ଧାଳୁଙ୍କ ଭିଡ। ଲୋକାରଣ୍ୟ ହୋଇ ଉଠିଛି ବଡଦାଣ୍ଡ। ପ୍ରବଳ ଭିଡ ଯୋଗୁଁ ଠେଲାପେଲା ପରିସ୍ଥିତି ସହ ବ୍ୟାରିକେଡ୍‌ ଭାଙ୍ଗିଲେ ଭକ୍ତ। ସିଂହଦ୍ୱାର ସମ୍ମୁଖରେ ଥିବା ବ୍ୟାରିକେଡ୍‌କୁ ଶ୍ରଦ୍ଧାଳୁ ଭାଙ୍ଗି ଦେଇଛନ୍ତି। ପୁଲିସ ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରୁଛି ।

ନୂଆବର୍ଷରେ ଶ୍ରୀଜିଉଙ୍କୁ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କ ଭିତରେ ପ୍ରବଳ ଉତ୍ସାହ। ଜନସମୁଦ୍ର ପାଲଟିଛି ବଡଦାଣ୍ଡ। ବଡଠାକୁରଙ୍କୁ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ। ନୂଆବର୍ଷରେ ଶ୍ରଦ୍ଧାଳୁଙ୍କ ପ୍ରବଳ ସମାଗମକୁ ଦୃଷ୍ଟିରେ ରଖି, ଗତକାଲି ରାତି ସାଢ଼େ ୧୨ରେ ଶ୍ରୀମନ୍ଦିରରେ ଦ୍ୱାରଫିଟା ନୀତି ସଂପନ୍ନ ହୋଇ ଦର୍ଶନ ଚାଲିଛି ।

ସେପଟେ ଭିଡ଼କୁ ଦୃଷ୍ଟିରେ ରଖି ପୁରୀ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଶ୍ରଦ୍ଧାଳୁ ମାର୍କେଟ ଛକଠାରୁ ଧାଡ଼ିରେ ଦର୍ଶନ ପାଇଁ ଆସୁଛନ୍ତି। ଟ୍ରାଫିକ୍ ନିୟନ୍ତ୍ରଣ ଓ ପାର୍କିଂ ପାଇଁ ପୁରୀରେ କରାଯାଇଛି ସ୍ୱତନ୍ତ୍ର ବ୍ୟବସ୍ଥା। ପୁରୀକୁ ଆସୁଥିବା ଗାଡି ଗୁଡିକ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରିଛି ପୁରୀ ପୁଲିସ।

  • Related Posts

    ମହିଳାଙ୍କୁ ଦଳିଦେଲା ଦନ୍ତା

    କୁଚିଣ୍ଡା : ଶୌଚ ହେବାକୁ ଯାଇଥିବା ବେଳେ ମହିଳାଙ୍କୁ ଗୋଡାଇ ଗୋଡାଇ ଦଳିଦେଲା ଦନ୍ତା । ମୃତ ମହିଳା ଜଣଙ୍କ ହେଲେ କୁଚିଣ୍ଡା ବନାଞ୍ଚଳ ସଇଡା ଗ୍ରାମର ଅଞ୍ଜଳି କୁସୁମ(୪୬ ବର୍ଷ) । ଗତକାଲି ଠାରୁ ଏକ ୬ ଟିକିଆ ହାତୀପଲ…

    Continue reading
    ପ୍ରକଳ୍ପ ନିର୍ଦ୍ଦେଶକଙ୍କ ଘରେ ଭିଜିଲାନ୍ସ ରେଡ୍

    ସୁନ୍ଦରଗଡ଼: ଭିଜିଲାନ୍ସ ପଞ୍ଝାରେ ପ୍ରକଳ୍ପ ନିର୍ଦ୍ଦେଶକ। ସୁନ୍ଦରଗଡ଼ ଜଳ ବିଭାଜିକା ପ୍ରକଳ୍ପ ନିର୍ଦ୍ଦେଶକ ତଥା ମୃତ୍ତିକା ସଂରକ୍ଷଣ ଉପନିର୍ଦ୍ଦେଶକ ପ୍ରସନ୍ନ ପାତ୍ରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ହୋଇଛି । ସୁନ୍ଦରଗଡ଼…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ