ଭାରତର ୧୪ତମ ଶ୍ରେଷ୍ଠ ମେଡିକାଲ କଲେଜ ଏମ୍ସ ଭୁବନେଶ୍ୱର

ଭୁବନେଶ୍ୱର: ରାଜ୍ୟ ତଥା ସମଗ୍ର ପୂର୍ବ ଭାରତ ପାଇଁ ପୁଣିଥରେ ସଫଳତା ଆଣିଦେଇଛି ଏମ୍‌ସ ଭୁବନେଶ୍ୱର। କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ଜାତୀୟ ଶିକ୍ଷାନୁଷ୍ଠାନ ମାନ୍ୟତା ତାଲିକା (ଏନଆଇଆରଏଫ)ରେ ଏମ୍‌ସ ଭୁବନେଶ୍ୱରକୁ ଦେଶର ଶ୍ରେଷ୍ଠ ମେଡିକାଲ କଲେଜ ବର୍ଗରେ ୧୪ତମ ସ୍ଥାନ ମିଳିଛି। ଗତ ବର୍ଷ ଏହି ଜାତୀୟ ଅନୁଷ୍ଠାନ ଏନଆଇଆରଏଫ ତାଲିକାରେ ୧୫ତମ ସ୍ଥାନରେ ଥିଲା। ତେବେ ୨୦୨୧ରେ ୩୧ତମ ସ୍ଥାନ ହାସଲ କରିଥିବା ଏହି ଅନୁଷ୍ଠାନ ମାତ୍ର ଚାରି ବର୍ଷ ମଧ୍ୟରେ ସତର ସୋପାନ ଉପରକୁ ଉଠି ଉଲ୍ଲେଖନୀୟ ଅଭିବୃଦ୍ଧି ହାସଲ କରିଛି। ଯାହାକି ଗୌରବର ବିଷୟ। ସେହିପରି ସାମଗ୍ରୀକ କ୍ଷେତ୍ରରେ ମଧ୍ୟ ଏହି ଜାତୀୟ ପ୍ରତିଷ୍ଠାନ ଚଳିତ ବର୍ଷ ବିଶେଷ ସଫଳତା ଆଣିଦେଇଛି। ଏହି ବର୍ଗରେ ଏମ୍‌ସ ଭୁବନେଶ୍ବର ଶ୍ରେଷ୍ଠ ଶହେ ମଧ୍ୟରେ ନିଜକୁ ସାମିଲ କରିପାରିଛି। କେବଳ ମେଡିକାଲ୍‌ ପ୍ରତିଷ୍ଠାନ ହୋଇଥିଲେ ମଧ୍ୟ ସାମଗ୍ରୀକ ବର୍ଗରେ ଶ୍ରେଷ୍ଠ ଶହେ ମଧ୍ୟରେ ସ୍ଥାନ ପାଇବା ଅତ୍ୟନ୍ତ ଉତ୍ସାହଜନକ ଖବର।ଉଲ୍ଲେଖଯୋଗ୍ୟ, କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଘୋଷଣା କରିଥିବା ୨୦୨୫ ବର୍ଷ ପାଇଁ ଏନଆଇଆରଏଫ ତାଲିକା ଅନୁସାରେ ଏମ୍‌ସ ଭୁବନେଶ୍ୱରକୁ ଓଡ଼ିଶା ସମେତ ସମଗ୍ର ପୂର୍ବ ଭାରତରେ ସର୍ବୋତ୍ତମ ମେଡିକାଲ୍ କଲେଜର ମାନ୍ୟତା ପ୍ରଦାନ କରାଯାଇଛି। କାର୍ୟ୍ୟନିର୍ବାହୀ ନିର୍ଦ୍ଦେଶକ ତଥା ସିଇଓ ଡ. ଆଶୁତୋଷ ବିଶ୍ବାସଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱରେ ଏହି ଜାତୀୟ ଅନୁଷ୍ଠାନ ଭିତ୍ତିଭୂମି, ଶିକ୍ଷା, ରୋଗୀସେବା ଏବଂ ଗବେଷଣା ସମେତ ବିଭିନ୍ନ କ୍ଷେତ୍ରରେ ସଫଳତା ହାସଲ କରିଛି।ଏହି ଅବସରରେ ଡ. ବିଶ୍ବାସ ସମସ୍ତ ଅଧ୍ୟାପକ ଅଧ୍ୟାପିକା, କର୍ମଚାରୀ ଏବଂ ଛାତ୍ରଛାତ୍ରୀ ତଥା ଏମ୍‌ସର ବିଶାଳ ପରିବାରକୁ ସେମାନଙ୍କର ଉତ୍ସର୍ଗୀକୃତ ମନୋଭାବ ତଥା କଠିନ ପରିଶ୍ରମ ପାଇଁ ହୃଦୟରୁ ଅଭିନନ୍ଦନ ଜଣାଇଛନ୍ତି। ରୋଗୀ ସେବା, ଗବେଷଣା ଏବଂ ଶିକ୍ଷାର ସାମଗ୍ରିକ ବିକାଶରେ ଏହି ଅନୁଷ୍ଠାନ ଉତ୍କର୍ଷର ନିରନ୍ତର ଅନୁସରଣ ଜାରି ରଖିବବୋଲି ଡ. ବିଶ୍ବାସ ମତବ୍ୟକ୍ତ କରିଛନ୍ତି।
ଶିକ୍ଷାଦାନ, ଶିକ୍ଷା ଏବଂ ସମ୍ବଳ (ଟିଏଲଆର), ଗବେଷଣା ଏବଂ ବୃତ୍ତିଗତ ଅଭ୍ୟାସ (ଆରପି), ସ୍ନାତକୋତ୍ତର ଫଳାଫଳ (ଜିଓ), ଆଉଟରିଚ୍ ଏବଂ ଇନକ୍ଲୁସିଭିଟି (ଓଆଇ) ଏବଂ ପିଅର ପର୍ସେପ୍‌ସନ (ପିପି) ଭଳି ପାଞ୍ଚଟି ମାପଦଣ୍ଡକୁ ଭିତ୍ତି କରି ଏହି ମାନ୍ୟତା ତାଲିକା ପ୍ରସ୍ତୁତ କରାଯାଇଛି। ଏକାଡେମିକ୍ ଏବଂ ବୃତ୍ତିଗତ ଉତ୍କର୍ଷ ପ୍ରତି ପ୍ରତିବଦ୍ଧତାକୁ ପ୍ରତିଫଳିତ କରି ଏମ୍ସ ଭୁବନେଶ୍ୱର ଚଳିତ ବର୍ଷ ୧୦୦ରୁ ୬୪.୩୧ ସ୍କୋର କରିଛି। ଯାହା ଏହାର ସର୍ବାଙ୍ଗୀନ ପ୍ରଦର୍ଶନ ଏବଂ ବର୍ଦ୍ଧିତ ଜାତୀୟ ଖ୍ୟାତିର ପ୍ରତିଫଳନ।ଚଳିତ ବର୍ଷ, ଏମ୍‌ସ ଭୁବନେଶ୍ୱର ମର୍ୟାଦାଜନକ ଇଣ୍ଡିଆ ଟୁଡେ-ଏମଡିଆରଏ ସର୍ଭେ ରାଙ୍କିଂରେ ଭାରତର ଶ୍ରେଷ୍ଠ ଉଦୀୟମାନ ମେଡିକାଲ କଲେଜଗୁଡ଼ିକ ମଧ୍ୟରେ ଦ୍ୱିତୀୟ ସ୍ଥାନ ହାସଲ କରିଥିଲା।ଓଡ଼ିଶାର ଶୀର୍ଷ ସ୍ଥାନପ୍ରାପ୍ତ ମେଡିକାଲ କଲେଜ ଭାବରେ, ଏମ୍‌ସ ଭୁବନେଶ୍ୱର ଆଞ୍ଚଳିକ ଏବଂ ଜାତୀୟ ସ୍ତରରେ ଚିକିତ୍ସା ଶିକ୍ଷା ଏବଂ ସ୍ୱାସ୍ଥ୍ୟସେବା ପ୍ରଦାନରେ ମାନଦଣ୍ଡ ସ୍ଥାପନ କରିଚାଲିଛି।
ଏହି ଅବସରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ କାର୍ୟ୍ୟନିର୍ବାହୀ ନିର୍ଦ୍ଦେଶକ ଡ. ଆଶୁତୋଷ ବିଶ୍ୱାସଙ୍କ ସମେତ ଡିନ୍ (ପରୀକ୍ଷା) ଡ. ସୌଭାଗ୍ୟ କୁମାର ଜେନା, ଡିଡିଏ ଲେଫ୍ଟନାଣ୍ଟ କର୍ଣ୍ଣେଲ ଅଭିଜିତ ସରକାର, କୁଳସଚିବ ଡ. ସୁଦୀପ୍ତ ରଞ୍ଜନ ସିଂହ, ଡ. ବିନୋଦ କୁମାର ପାତ୍ରୋ, ଡ. ଦେବପ୍ରିୟ ବନ୍ଦୋପାଧ୍ୟାୟ, ଡ. ସିପ୍ରା ରାଉତ, ଜଗଦୀଶ ସାହୁ ଏବଂ ଜନ ସମ୍ପର୍କ ଅଧିକାରୀ(ପିଆରଓ) ରାଜ କିଶୋର ଦାଶ ପ୍ରମୁଖ ଉପସ୍ଥିତ ଥିଲେ।

  • Related Posts

    ଲାଞ୍ଚ ନେଇ ଧରାପଡ଼ିଲେ ରାଜସ୍ୱ ନିରୀକ୍ଷକ

    ଭୁବନେଶ୍ୱର: ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ୮ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଲକାନଗିରି ଜିଲ୍ଲା ଝରାପାଲି ପଞ୍ଚାୟତର ରାଜସ୍ୱ ନିରୀକ୍ଷକ (RI) ସୁରଜବାଲା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ଯୁବକଙ୍କ ଜାତି ସାର୍ଟିଫିକେଟ୍ କରାଇଦେବା ପାଇଁ ସୁରଜ ବାଲା…

    Continue reading
    ସୁପ୍ରିମକୋର୍ଟ​‌ରେ ଡିଜିପି ନିଯୁକ୍ତି ମାମଲା : ପକ୍ଷ ରଖିଲେ ଓଡିଶା ସରକାର

    ଭୁବନେଶ୍ବର: ସୁପ୍ରିମକୋର୍ଟରେ ଓଡ଼ିଶା ଡିଜିପି ନିଯୁକ୍ତି ମାମଲାର ମଙ୍ଗଳବାର ଶୁଣାଣି ହୋଇଥିଲା। ଏଥିରେ ଓଡିଶା ସରକାର ନିଜ ପକ୍ଷ ରଖିଛନ୍ତି। ତେବେ ସେପ୍ଟେମ୍ବର ୨ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି।ଓଡିଶାରେ ଡିଜିପି ଚୟନକୁ ନେଇ ଆପତ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ