ଭାରତୀୟ ନ୍ୟାୟ ବ୍ୟବସ୍ଥାରେ ମେଡିଏସନ ଭଳି ପଦକ୍ଷେପ ସମାଜ ଜୀବନକୁ ସହଜ କରୁଛି : ଧର୍ମେନ୍ଦ୍ର

ଭୁବନେଶ୍ୱର: ମଧ୍ୟସ୍ଥତା ମାଧ୍ୟମରେ ବିଚାରାଧୀନ ମାମଲା ଶୂନକୁ ଆଣିବା ତଥା ପେଣ୍ଡିଂ କେସ୍ ହ୍ରାସ କରିବା ଭାରତୀୟ ନ୍ୟାୟ ବ୍ୟବସ୍ଥାର ମୂଳ ଲକ୍ଷ୍ୟ ହେବା ଦରକାର । ରବିବାର ଭୁବନେଶ୍ୱର ଠାରେ ଆୟୋଜିତ ଦ୍ୱିତୀୟ ଜାତୀୟ ମଧ୍ୟସ୍ଥତା(ମେଡିଏସନ) କର୍ମଶାଳାର ଉଦଯାପନ ସମାରୋହରେ ଯୋଗଦେଇ ଏହା କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ମଧ୍ୟସ୍ଥତାର ଗୁରୁତ୍ୱ ଉପରେ ଆଲୋକପାତ କରି ସେ କହିଛନ୍ତି ଯେ ବିଭିନ୍ନ ସ୍ଥାନରେ ଭଦ୍ର ଓ ସଚେତନ ବ୍ୟକ୍ତିମାନେ ମଧ୍ୟସ୍ଥତା ମାଧ୍ୟମରେ ବିବାଦର ସମାଧାନ କରିଥାନ୍ତି । ମେଡିଏସନ ଲଦ ବା ଭାରତୀୟ ନ୍ୟାୟ ବ୍ୟବସ୍ଥାରେ ମଧ୍ୟସ୍ଥତା ଭଳି ପଦକ୍ଷେପଗୁଡ଼ିକ ସମାଜ ଜୀବନକୁ ଅଧିକ ସହଜ କରୁଛି । ଶିକ୍ଷା କ୍ଷେତ୍ରରେ ଜାତୀୟ ଶିକ୍ଷା ନୀତିର ଗୁରୁତ୍ୱ ବର୍ଣ୍ଣନା କରି ଶ୍ରୀ ପ୍ରଧାନ କହିଛନ୍ତି ଜାତୀୟ ଶିକ୍ଷା ନୀତି ବହୁଭାଷୀ ଶିକ୍ଷା ତଥା ମାତୃଭାଷାରେ ଶିକ୍ଷାଦାନକୁ ପ୍ରାଥମିକତା ଦେଉଛି । ଠିକ୍ ସେହିପରି, ଭାରତୀୟ ନ୍ୟାୟ ବ୍ୟବସ୍ଥା ବିଭିନ୍ନ ରାଜ୍ୟରେ ଭାରତୀୟ ଭାଷାକୁ ଅଧିକ ପ୍ରାଧାନ୍ୟ ଦେବା ଦିଗରେ କାର୍ଯ୍ୟ କରୁଛି, ଯାହା ପ୍ରଶଂସନୀୟ ।

ସେ କହିଥିଲେ ଯେ ମେଡିଏସନ କେବଳ ଏକ ଆଇନଗତ ପ୍ରକ୍ରିୟା ନୁହେଁ, ଏହା ହେଉଛି ଚିନ୍ତାଧାରା ପ୍ରକ୍ରିୟା ଏବଂ ଦୈନନ୍ଦିନ ଜୀବନର ଅଂଶ । କରୋନା ମହାମାରୀ ସମୟରେ ନୂଆ ଟେକ୍ନୋଲୋଜି ଏବଂ ଅନ୍‌ଲାଇନ୍ ମାଧ୍ୟମର ବ୍ୟବହାର ଆରମ୍ଭ ହେଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ‘ମନ କୀ ବାତ୍’ କାର୍ଯ୍ୟକ୍ରମରେ ଟେକ୍ନୋଲୋଜି ଓ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ମାଧ୍ୟମରେ ଆଞ୍ଚଳିକ ଭାଷାରେ କଥା ହେଉଛନ୍ତି । ଏହିଭଳି କିଛି ନୂଆ ସଂସ୍କାର ଭାରତୀୟ ନ୍ୟାୟ ବ୍ୟବସ୍ଥା ଏବଂ ସମାଜରେ ଅଣାଯିବାର ଆବଶ୍ୟକତା ରହିଛି ବୋଲି ଶ୍ରୀ ପ୍ରଧାନ ମତପ୍ରକାଶ କରିଛନ୍ତି ।

ଏହି କାର୍ଯ୍ୟକ୍ରମରେ ସୁପ୍ରିମକୋର୍ଟର ଜଜ୍ ଜଷ୍ଟିସ ଏମ.ଏମ ସୁନ୍ଦରେଶ, ଜଷ୍ଟିସ ସଞ୍ଜୟ କୋରଲ, କେନ୍ଦ୍ର ରାଷ୍ଟ୍ର ଆଇନ ଏବଂ ନ୍ୟାୟ ମନ୍ତ୍ରୀ ଅର୍ଜୁନ ରାମ ମେଘାଓ୍ୱାଲ, ଓଡ଼ିଶା ହାଇକୋର୍ଟର ଚିଫ୍ ଜଷ୍ଟିସ ହରିଶ ଟଣ୍ଡନ, ଓଡ଼ିଶାର ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଓଡ଼ିଶା ହାଇକୋର୍ଟର ଜଜ ଏସ.କେ ସାହୁ, କେ.ଆର୍ ମହାପାତ୍ର, ଏସ.କେ ପାଣିଗ୍ରାହୀ, ସଲିସିଟର ଜେନେରାଲ ଅଫ୍ ଇଣ୍ଡିଆ ତୁଷାର ମେହେଟ୍ଟା, ଓଡ଼ିଶାର ଆଡଭୋକେଟ୍ ଜେନେରାଲ ପିତାମ୍ବର ଆଚାର୍ଯ୍ୟ ପ୍ରମୁଖ ଯୋଗଦେଇଥିଲେ ।

  • Related Posts

    ଆଜି ନୋମିନେସନ୍ ପ୍ରତ୍ୟାହାର, ଅପରାହ୍ନ ୩ଟାରେ ଚୂଡ଼ାନ୍ତ ପ୍ରାର୍ଥୀ ତାଲିକା

    ଭୁବନେଶ୍ୱର: ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେଉଛି । ଶୁକ୍ରବାର ଆଶାୟୀ ପ୍ରାର୍ଥୀମାନେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଅପରାହ୍ନରେ ପ୍ରାର୍ଥୀପତ୍ର ଯାଞ୍ଚ ପରେ ସଂଧ୍ୟାରେ ବୈଧ ନାମାଙ୍କନ ପ୍ରକାଶ ପାଇଥିଲା । ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାର…

    Continue reading
    ଓଡ଼ିଶା ଗସ୍ତରେ ଆସୁଛନ୍ତି ମୋହନ ଭାଗବତ

    ଭୁବନେଶ୍ୱର: ରାଷ୍ଟ୍ରୀୟ ସ୍ୱଂୟସେବକ ସଂଘର ସରସଂଘଚାଳକ ଡ. ମୋହନ ଭାଗବତ ଶନିବାର ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ସେ ଆଜି ଅପରାହ୍ନ ୪ ଘଟିକାରେ ସମ୍ବଲପୁରରେ ପହଞ୍ଚିବେ ବୋଲି ସଂଘର ଓଡ଼ିଶା ପୂର୍ବ ପ୍ରାନ୍ତର ପ୍ରାନ୍ତ ପ୍ରଚାର ପ୍ରମୁଖ ସୁମନ୍ତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ