ଭାରତ ବିଶ୍ୱର ୩ୟ ବଡ଼ ଅର୍ଥ ବ୍ୟବସ୍ଥା ହେବାକୁ ଯାଉଛି:ରାଷ୍ଟ୍ରପତି

ନୂଆଦିଲ୍ଲୀ: ଶୁକ୍ରବାର ସଂସଦର ମିଳିତ ଅଧିବେଶନକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମ୍ବୋଧନ କରିଛନ୍ତି । ସେ ପ୍ରଥମେ ସମ୍ବିଧାନ ପ୍ରଣେତାଙ୍କୁ ପ୍ରଣାମ ଜଣାଇଥିଲେ । ଏହାସହ ମହାକୁମ୍ଭ ଅଘଟଣକୁ ନେଇ ଦୁଃଖ ପ୍ରକାଶ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ।
ଏହାଛଡ଼ା ସେ କହିଛନ୍ତି ଯେ ଦେଶ ବର୍ତ୍ତମାନ ଦ୍ରୁତ ଗତିରେ ନିଷ୍ପତ୍ତି ନେଉଛି । ୨ କୋଟି ୨୫ ଲକ୍ଷ ହିତାଧିକାରୀଙ୍କୁ ସ୍ୱାମୀତ୍ୱ ଯୋଜନାରେ ସାମିଲ କରାଯାଇଛି । ଆୟୁଷ୍ମାନ ଯୋଜନାରେ ଉତ୍ତମ ସ୍ୱାସ୍ଥ୍ୟସେବା ଯୋଗାଇ ଦିଆଯାଉଛି । କ୍ଷୁଦ୍ର ବ୍ୟବସାୟୀଙ୍କ ପାଇଁ ଋଣ ସୀମା ବୃଦ୍ଧି କରାଯାଇଛି । ସମସ୍ତଙ୍କୁ ଆବାସ ପାଇଁ ପଦକ୍ଷେପ ନିଆଯାଇଛି । ୧୦ ବର୍ଷର କାର୍ଯ୍ୟକାଳରେ ବିକଶିତ ଭାରତକୁ ଗତ ଦେଇଛି । ଶିକ୍ଷା ଓ ରୋଜଗାର ଉପରେ ଗୁରୁତ୍ୱ ଦିଆଯାଉଛି । ବନେ୍ଦ ଭାତ ଓ ନାମୋ ଭାରତ ଟ୍ରେନ ଦୌଡ଼ୁଛି । ୨୫ କୋଟି ଲୋକଙ୍କୁ ଗରିବୀ ସୀମାରୁ ଉପରକୁ ଉଠାଯାଇଛି । ଭାରତ ବିଶ୍ୱର ୩ୟ ବଡ଼ ଅର୍ଥ ବ୍ୟବସ୍ଥା ହେବାକୁ ଯାଉଛି । ସରକାରୀ କର୍ମଚାରୀଙ୍କ ପାଇଁ ଅଷ୍ଟମ ବେତନ କମିଶନ ଗଠନ କରାଯାଇଛି । ମଧ୍ୟବିତ୍ତ ଯେତେ ବଡ଼ ସ୍ୱପ୍ନ ଦେଖିବ, ଦେଶ ସେତେ ଆଗେଇବ । ଆୟକରଦାତାଙ୍କ ପାଇଁ ଟିକସ ବ୍ୟବସ୍ଥା ସରଳ କରାଯାଇଛି । ମହିଳାଙ୍କୁ ସଶକ୍ତ କରିବା ଆମ ସରକାରଙ୍କ ଲକ୍ଷ୍ୟ । ୩ କୋଟି ଲକ୍ଷପତି ଦିିଦି ସୃଷ୍ଟି କରିବା ଆମ ସରକାରର ଲକ୍ଷ୍ୟ । ଏବେ ୧କୋଟି ୩୦ ଲକ୍ଷ ଲକ୍ଷପତି ଦିଦି ସୃଷ୍ଟି କରାଯାଇଛି । ଡ୍ରୋନ ଦିନି ଜରିଆରେ ମହିଳାଙ୍କୁ ସଶକ୍ତ କରାଯାଉଛି । ଅଲିମ୍ପିକ୍ସରେ ଦେଶର ଝିଅମାନେ ପଦକ ଜିତୁଛନ୍ତି । ଆଜିର ମହିଳା ଲଢ଼ୁଆ ବିମାନ ଉଡ଼ାଉଛନ୍ତି । ଏଆଇ ଓ ଡିଜିଟାଲ କ୍ଷେତ୍ରରେ ଭାରତ ଏବେ ପଥ ପ୍ରଦର୍ଶକ ବୋଲି ରାଷ୍ଟ୍ରପତି କହିଛନ୍ତି ।

ସେହିପରି ରାଷ୍ଟ୍ରପତି କହିଛନ୍ତି ଯେ କ୍ରୀଡ଼ା ପାଇଁ ବିଶ୍ୱସ୍ତରୀୟ ବାତାବରଣ ସୃଷ୍ଟି କରାଯାଉଛି । ଏବେ ଦେଶରେ ମାତୃଭାଷାକୁ ଗୁରୁତ୍ୱ ଦିଆଯାଉଛି । ୧୩ଟି ଭାଷାରେ ଏବେ ପରୀକ୍ଷା ପରିଚାଳନା କରାଯାଉଛି । ଦେଶରେ ଉଚ୍ଚଶିକ୍ଷାନୁଷ୍ଠାନ ସଂଖ୍ୟା ବୃଦ୍ଧି ପାଇଛି । ଟେକ୍ନୋଲୋଜୀ କ୍ଷେତ୍ରରେ ଭାରତ ଏବେ ପ୍ରମୁଖ ଦେଶ । ଦେଶରେ ରେକର୍ଡ ସଂଖ୍ୟାରେ ଡିଜିଟାଲ ପେମେଣ୍ଟ ହୋଇଛି । ସାଇବର କ୍ରାଇମ ସାମାଜିକ ସୁରକ୍ଷାରେ ଏକ ବଡ଼ ଚ୍ୟାଲେଞ୍ଜଭାବେ ଉଭା ହୋଇଛି । ଏହାର ମୁକାବିଲା ପାଇଁ ସରକାର ସମସ୍ତ ପଦକ୍ଷେପ ଗ୍ରହଣ କରୁଛନ୍ତି । ୧୦ ବର୍ଷ ତଳେ ଭିତ୍ତିଭୂମି ୨ ଲକ୍ଷକୋଟି ଥିବାବେଳେ ଏବେ ଏହା ୧୧ ଲକ୍ଷ କୋଟି ହୋଇଛି । ସ୍ପେଶ ଡକିଂରେ ଆମକୁ ସଫଳତା ମିଳିଛି ବୋଲି ରାଷ୍ଟ୍ରପତି କହିଛନ୍ତି ।

ଏହାଛଡ଼ା ରାଷ୍ଟ୍ରପତି କହିଛନ୍ତି ଯେ ପିଏମ ଗତି ଶକ୍ତି ଦ୍ୱାରା ଦେଶରେ କନେକ୍ଟିଭିଟି ବୃଦ୍ଧି ପାଇଛି । ଦେଶରେ ରେଲୱେ ନେଟୱର୍କ ଓ ବିମାନବନ୍ଦର ସଂଖ୍ୟା ବୃଦ୍ଧି ପାଇଛି । କାଶ୍ମୀରରେ ସବୁଠୁ ଉଚ୍ଚ ରେଲୱେ ବ୍ରିଜ ନିର୍ମାଣ ହୋଇଛି । ଦେଶରେ ମେଟ୍ରୋ ନେଟୱର୍କ ୧ କିମିରୁ ଊଦ୍ଧ୍ୱର୍ ରହିଛି । ଦିଲ୍ଲୀରେ ମେଟ୍ରୋର ଦ୍ରୁତଗତିରେ ବିସ୍ତାର ହେଉଛି । ଶିଶୁ-ମାତୃ ମୃତୁ୍ୟହାରରେ ସୁଧାର ଆସିଛି । କ୍ୟାନସର ଔଷଧ ଉପରେ କଷ୍ଟମ ଡୁ୍ୟଟି ହଟାଯାଇଛି ବୋଲି ରାଷ୍ଟ୍ରପତି କହିଛନ୍ତି ।

  • Related Posts

    ଇଣ୍ଡିଆ କେମ୍ ୨୦୨୬ରେ ଶିଳ୍ପ ସମ୍ଭାବନା ପ୍ରଦର୍ଶନ କରିବ ଓଡ଼ିଶା

    ଭୁବନେଶ୍ବର: ରାସାୟନିକ ଓ ପେଟ୍ରୋକେମିକାଲ ଶିଳ୍ପ କ୍ଷେତ୍ରରେ ଓଡ଼ିଶାକୁ ଏକ ପ୍ରମୁଖ ନିବେଶ ଗନ୍ତବ୍ୟ ଭାବେ ପ୍ରତିଷ୍ଠା କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ । ରାଜ୍ୟ ସରକାର ନିଜର ଶିଳ୍ପ ସମ୍ଭାବନାକୁ ଜାତୀୟ ମଞ୍ଚରେ ଉପସ୍ଥାପନ କରିବାକୁ ଯାଉଛନ୍ତି । ଏଥିପାଇଁ…

    Continue reading
    ଆଜି ଇଣ୍ଡିଆ ମେଣ୍ଟର ଅନଲାଇନରେ ବଡ଼ ବୈଠକ

    ନୂଆଦିଲ୍ଲୀ: ଅନଲାଇନରେ ହେବ ଇଣ୍ଡିଆ ମେଣ୍ଟର ବୈଠକ । ଭୋଟ ଚୋରି ପ୍ରସଙ୍ଗରେ ଆନ୍ଦୋଳନର ରୂପରେଖ ଓ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ଚାପ ପକାଇବା ପାଇଁ ଗୁରୁବାର ସନ୍ଧ୍ୟାରେ ଇଣ୍ଡିଆ ମେଣ୍ଟର ଅନଲାଇନ ବୈଠକ ଅନୁଷ୍ଠିତ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି