ଭିଜିଲାନ୍ସ ଜାଲରେ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକ

ଭୁବନେଶ୍ୱର:ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କ କାର୍ୟ୍ୟାଳୟର ଅଡିଟର । ଏମଏସିପି ଯୋଜନା ଅଧୀନରେ ଜଣେ କର୍ମଚାରୀଙ୍କ ଦରମାର ଆବଶ୍ୟକୀୟ ସଂଶୋଧନ ପାଇଁ ୪ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଅଡିଟର ଜଣକ ହେଲେ ଅମ୍ବିକା ପ୍ରସାଦ ରଥ। ତାଙ୍କ ଡ୍ରୟରରୁ ଏକ ଲକ୍ଷ ୨୯ ହଜାର ଟଙ୍କା ଭିଜିଲାନ୍ସ ଟିମ୍ ଜବତ କରିଛି।

ଭୁବନେଶ୍ୱରର ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶକଙ୍କ କାର୍ୟ୍ୟାଳୟର ଅଡିଟର ଅମ୍ବିକା ପ୍ରସାଦ ରଥ ଖୋର୍ଦ୍ଧା ଜିଲ୍ଲାର ଏକ ଡିଗ୍ରୀ କଲେଜର ଜଣେ କର୍ମଚାରୀଙ୍କଠାରୁ ଏମଏସପି ଯୋଜନା ଅଧୀନରେ ଦରମାର ଆବଶ୍ୟକୀୟ ସଂଶୋଧନ ଏବଂ ଦରମାକୁ ସକ୍ଷମ କରିବା ପାଇଁ ୪,୦୦୦ ଟଙ୍କା ଲାଞ୍ଚ ଦାବି କରିଥିଲେ। ଏ ନେଇ କଲେଜର କର୍ମଚାରୀ ଜଣକ ଭିଜିଲାନ୍ସ କର୍ତ୍ତୃପକ୍ଷଙ୍କୁ ଖବର ଦେଇଥିଲେ। କଲେଜ କର୍ମଚାରୀଙ୍କ ଠାରୁ ଅମ୍ବିକା ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍ ଚଢାଉ କରି ଟଙ୍କା ଜବତ କରିଛି। ଏହା ପରେ ତାଙ୍କ କାର୍ୟ୍ୟାଳୟ ଏବଂ ବାସଭବନରେ ଏକକାଳୀନ ଭିଜିଲାନ୍ସ ଟିମ୍ ଯାଞ୍ଚ କରିଥିଲା। ତାଙ୍କ କାର୍ୟ୍ୟାଳୟ ଡ୍ରୟରରୁ ଆହୁରି ୧,୨୮,୦୦୦ ଟଙ୍କା ଭିଜିଲାନ୍ସ ଜବତ କରିଥିଲା। ଏହା ପୂର୍ବରୁ ସଂଗୃହୀତ ଲାଞ୍ଚ ବୋଲି ସନ୍ଦେହ କରାଯାଉଛି।

  • Related Posts

    ବେଗୁନିଆ କାହା ମାମୁଁ ଘର ? ଅଟ୍ରିରେ ପ୍ରଦୀପ ଓ ପ୍ରଶାନ୍ତ ମୁହାଁମୁହିଁ

    ଖୋର୍ଦ୍ଧା : ବେଗୁନିଆ ବୋଲଗଡ ନିର୍ବାଚନମଣ୍ଡଳୀ କାହା ଘର ? ବର୍ତ୍ତମାନ ବିଧାୟକ ପ୍ରଦୀପ ସାହୁଙ୍କର ନା ପୂର୍ବତନ ବିଧାୟକ ତଥା ବର୍ତ୍ତମାନ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କର, ତାହା ଏବେ ଚର୍ଚ୍ଚାର କେନ୍ଦ୍ର ବିନ୍ଦୁ ପାଲଟିଛି । ନିକଟରେ ବେଗୁନିଆ…

    Continue reading
    ଅମିତ ଓ ଶିଳାନନ୍ଦଙ୍କ ସହ କଥା ହୋଇ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

    ୨୦୨୬ ଏସିଆନ୍ସ ଗେମ୍ସରେ ଭାରତୀୟ ହକି ଦଳର ସ୍ୱର୍ଣ୍ଣପଦକ ଆପଣ ଉଭୟ ରାଜ୍ୟ ଓ ଦେଶ ପାଇଁ ଗର୍ବ ଓ ଗୌରବ ଅମିତଙ୍କ ଡିଫେନ୍ସିଭ୍ ଷ୍ଟାଇଲ୍ ଓ ଶିଳାନନ୍ଦଙ୍କ ଆଟାକିଙ୍ଗ୍‌ ଷ୍ଟାଇଲ୍‌ରେ ଗୋଲ୍‌ ଭାରତର ବିଜୟରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ