ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଖଣି ଅଧିକାରୀ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜୁନିଅର୍ ଖଣି ଅଧିକାରୀ ପଦ୍ମନାଭ ହୋତା ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ପୈତୃକ ଘର ସହ ଭୁବନେଶ୍ୱର, କେନ୍ଦୁଝର ଓ ଯାଜପୁର ସମେତ ୭ଟି ସ୍ଥାନରେ ଏହି ଚଢ଼ାଉ କରାଯାଇଛି।

କେନ୍ଦୁଝର ଜଗନ୍ନାଥପୁରରେ ଥିବା ୨ମହଲା ଘର, ଭୁବନେଶ୍ୱରରେ ଥିବା ୪ ମହଲା ଘର, ଘସିପୁରା ତହସିଲ ମଦନପୁରଠାରେ ଥିବା ଫାର୍ମ ହାଉସ୍, ଯାଜପୁର ଟମକା ନିକଟ ଯେମାଦେଇପୁର ଠାରେ ପୈତୃକ ଘର, କେନ୍ଦୁଝର ଅଫିସ୍, ଭବାନୀପାଟଣାରେ ଥିବା ଭଡ଼ାଘର ଓ ଯାଜପୁର ଧର୍ମଶାଳା ନିକଟରେ ସମ୍ପର୍କୀୟଙ୍କ ଘରେ ଆଜି ସକାଳେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି।ପଦ୍ମନାଭ ଆୟ ବର୍ହିଭୂତ ସମ୍ପତ୍ତି ଠୁଳ କରିଥିବା ଅଭିଯୋଗ ହୋଇଥିଲା। ଭିଜିଲାନ୍ସ ଘଟଣାର ତଦନ୍ତ କରି ଆଜି ତାଙ୍କ ଘରେ ଚଢ଼ାଉ କରିଛି। ଏହି ଚଢ଼ାଉରେ ୭ଜଣ ଡିଏସପି, ୫ଜଣ ଇନ୍ସପେକ୍ଟର, ୮ଜଣ ଏଏସଆଇଙ୍କ ସହ ଅନ୍ୟମାନେ ସାମିଲ୍ ଥିବା ଜଣାଯାଇଛି।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ