ଭିଜିଲାନ୍ସ ଜାଲରେ ଦୁଇ ବୟନ ଶିଳ୍ପ ଇନ୍‌ସପେକ୍ଟ

ବୌଦ୍ଧ: ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ବୌଦ୍ଧ ବୟନ ଶିଳ୍ପ ସହକାରୀ ନିର୍ଦ୍ଦେଶକଙ୍କ ଅଫିସର ଦୁଇ ଜଣ ବୟନ ଶିଳ୍ପ ଇନ୍‌ସପେକ୍ଟର। ସେମାନେ ହେଉଛନ୍ତି- କୃଷ୍ଣଚନ୍ଦ୍ର ସାହୁ ଓ ଅଦିତ କୁମାର ଦାସ।

ବୌଦ୍ଧ ଜିଲ୍ଲା ବାଉଁଶୁଣୀ ଅଞ୍ଚଳର ଏକ ସମବାୟ ସମିତିର ବିଲ୍‌ ରିଲିଜ୍ ପାଇଁ ଆବଶ୍ୟକୀୟ କାମ କରିବାକୁ ଏହି ଦୁଇ ଅଧିକାରୀ ଲାଞ୍ଚ ମାଗିଥିଲେ। ଏନେଇ ଉକ୍ତ ସମବାୟ ସମିତି ପକ୍ଷରୁ ଭିଜିଲାନ୍ସରେ ଅଭିଯୋଗ କରାଯାଇଥିଲା।ଭିଜିଲାନ୍ସର ଯୋଜନା ପ୍ରକାରେ ଆଜି ଏହି ସଂସ୍ଥାର ଜଣେ କାର୍ୟ୍ୟକର୍ତ୍ତା ବୟନ ଶିଳ୍ପ ଇନ୍‌ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଓ ଅଦିତ କୁମାର ଦାସଙ୍କୁ ଲାଞ୍ଚ ବାବଦକୁ ୫ ହଜାର ଟଙ୍କା ଦେଇଥିଲେ। ଏହି ଦୁଇ ଅଧିକାରୀ ଲାଞ୍ଚ ଅର୍ଥ ଗ୍ରହଣ କରିବା ପରେ ସେମାନଙ୍କୁ ଧରିଥିଲେ ଭିଜିଲାନ୍ସ ଅଧିକାରୀ। ସେମାନଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଛି।

ଲାଞ୍ଚ ନେଇ ଧରାପଡ଼ିବା ପରେ ଏହି ଦୁଇ ଅଧିକାରୀଙ୍କ ଦୁଇଟି ଲେଖାଏଁ ଠିକଣାରେ ଚଢ଼ାଉ କରିଛି ଭିଜିଲାନ୍ସ। ସେମାନେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଏହି ଚଢ଼ାଉ କରାଯାଇଛି। ଏହି ଘଟଣାରେ ଭିଜିଲାନ୍ସ ପକ୍ଷରୁ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ କରାଯାଉଛି।

  • Related Posts

    ୧.୭୯ ଲକ୍ଷ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କା ସୁଧ ଫେରସ୍ତ

    ଓଡ଼ିଶାର ବିକାଶରେ ନେତୃତ୍ୱ ନେବେ ନାରୀଶକ୍ତି: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା • ୧୫,୫୨୬ ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ଆବର୍ତ୍ତନ ପାଣ୍ଠି, ୩୭୧ ଗ୍ରାମପଞ୍ଚାୟତ ସ୍ତରୀୟ ମହାସଂଘ ଗୋଷ୍ଠୀ ବିନିଯୋଗ ପାଣ୍ଠି ଓ ୬୦୫ ଆଞ୍ଚଳିକ ମହାସଂଘକୁ ନିରାପତ୍ତା ପାଣ୍ଠି ବାବଦକୁ ମୋଟ…

    Continue reading
    ଏସୀୟ କ୍ରୀଡ଼ା ସ୍ୱର୍ଣ୍ଣ ପଦକ ବିଜେତା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରାଙ୍କୁ ସ୍ୱାଗତ କଲେ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ

    ଭୁବନେଶ୍ୱର, ୦୬-୧୦-୨୬: ଜାପାନରେ ଆୟୋଜିତ ଏସୀୟ କ୍ରୀଡ଼ା ୨୦୨୬ରେ ସ୍ୱର୍ଣ୍ଣ ପଦକ ଜିତିବା ସହ ଲସ୍ ଆଞ୍ଜେଲସ୍ ଅଲମ୍ପିକ୍ସ (LA28) ପାଇଁ ଯୋଗ୍ୟତା ହାସଲ କରିଥିବା ଭାରତୀୟ ହକି ଟିମ୍‌ର ଓଡ଼ିଶା ତାରକା ଅମିତ ରୋହିଦାସ ଓ ଶୀଳାନନ୍ଦ ଲାକ୍ରା ଭୁବନେଶ୍ୱରରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ