ଭିଜିଲାନ୍ସ ଜାଲରେ ଲାଞ୍ଚୁଆ ଜେଇ

ବାରିପଦା:ଲାଞ୍ଚ ନେଉଥିବାବେଳେ ମୟୂରଭଞ୍ଜ ଜିଲ୍ଲା ବଡ଼ସାହି ବ୍ଲକର କନିଷ୍ଠ ଯନ୍ତ୍ରୀ (ଜେଇ) ସୁଶୀଲ କୁମାର ସିଂ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ଠିକାଦାରଙ୍କଠାରୁ ୩୨ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ବାରିପଦା ଭିଜିଲାନ୍ସ ୟୁନିଟ୍‌ ତାଙ୍କୁ ରଙ୍ଗେହାତ ଗିରଫ କରିଛି।

ସୂଚନା ଅନୁସାରେ, ବଡ଼ସାହି ବ୍ଲକ ଅଧୀନରେ ଥିବା ଟଙ୍ଗାଶୋଳ, ଶାଳଗାଁ, ମନଗୋବିନ୍ଦପୁର ଓ ମାଣତ୍ରୀ ପଞ୍ଚାୟତର ଦାୟିତ୍ୱରେ ଥିଲେ ଜେଇ ସୁଶୀଲ କୁମାର ସିଂ। ଟଙ୍ଗାଶୋଳ ପଞ୍ଚାୟତର ଲେମ୍ବୁସାହିଠାରୁ କେନ୍ଦୁଆ ପର୍ଯ୍ୟନ୍ତ ମେଣ୍ଟାଲ ମୋରମ୍‌ ରାସ୍ତା ନିର୍ମାଣ କାମରେ ସେ ଠିକାଦାରଙ୍କଠାରୁ ପିସି ବାବଦରେ ୩୨ ହଜାର ଟଙ୍କା ଦାବି କରିଥିବା ଅଭିଯୋଗ ହୋଇଥିଲା।ଏହି କାର୍ଯ୍ୟର ଅଟକଳ ମୂଲ୍ୟ ପ୍ରାୟ ୫ ଲକ୍ଷ ଟଙ୍କା ଥିବା ଜଣାପଡ଼ିଛି। ଠିକାଦାରଙ୍କ ଅଭିଯୋଗ ପରେ ଭିଜିଲାନ୍ସ ପକ୍ଷରୁ ଯୋଜନାବଦ୍ଧ ଭାବେ ଚଢ଼ାଉ କରାଯାଇଥିଲା।

  • Related Posts

    ସୌମ୍ୟ ହତ୍ୟା ମାମଲା :୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

    ବାଲିଅନ୍ତାର ବହୁଚର୍ଚ୍ଚିତ ସୌମ୍ୟ ହତ୍ୟାକାଣ୍ଡ ମାମଲାରେ ବଡ଼ ଖବର । ଏହି ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ଆଜି କୋର୍ଟରେ ୧୧ ଜଣ ଅଭିଯୁକ୍ତଙ୍କ ବିରୋଧରେ ୭୬୭ ପୃଷ୍ଠାର ଏକ ବିସ୍ତୃତ ଚାର୍ଜସିଟ୍ ଦାଖଲ କରିଛି । ଦୀର୍ଘ ଦିନର ତଦନ୍ତ ପରେ…

    Continue reading
    ପ୍ରଶ୍ନପତ୍ର ଲିକ୍ ଘଟଣା: ଏମ୍‌କେସିଜିରେ ପହଞ୍ଚିଲା ସ୍ୱାସ୍ଥ୍ୟ ବିଭାଗର ଉଚ୍ଚସ୍ତରୀୟ ଟିମ୍

    ଏମ୍‌କେସିଜି ମେଡିକାଲ କଲେଜରେ ମେଡିକାଲ ପିଜି ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ମାମଲା । ଘଟଣାର ତଦନ୍ତ କରିବା ପାଇଁ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଏକ ୩ ଜଣିଆ ସ୍ୱତନ୍ତ୍ର ଟିମ୍ ଏମ୍‌କେସିଜି ମେଡିକାଲ କଲେଜରେ ପହଞ୍ଚିଛନ୍ତି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ