ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ମାଲକାନଗିରି,: ଭିଜିଲାନ୍ସ ଜାଲରେ ମାଲକାନଗିରି ମାଥିଲି ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ଶିଶିର କୁମାର ଦାଶ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ୱର, ବ୍ରହ୍ମପୁର ଓ ମାଲକାନଗିରିର ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଉଛି। ଭୁବନେଶ୍ୱର ବରମୁଣ୍ଡାରେ ୪ ମହଲା କୋଠା ଏବଂ ବ୍ରହ୍ମପୁର ନୀଳାଚଳ ନଗରରେ ଦୁଇ ମହଲା କୋଠା ଠାବ ହୋଇଛି । ବ୍ରହ୍ମପୁର ଗଜପତି ନଗରରେ ଥିବା ପୈତୃକ ଘର ଓ ଗଞ୍ଜାମ ବାସୁଦେବପୁରରେ ଥିବା ଘରେ ମଧ୍ୟ ଚଢ଼ାଉ ଜାରି ରହିଛି । ମାଲକାନଗିରିସ୍ଥିତ ଭଡ଼ାଘର ଓ ଅଫିସ୍ ଚାମ୍ବରରେ ଖୋଳତାଡ଼ କରୁଛି ଭିଜିଲାନ୍ସର ସ୍ୱତନ୍ତ୍ର ଟିମ୍।
ସୂଚନା ଅନୁଯାୟୀ, ରବିବାର ସକାଳୁ ସକାଳୁ ଓଡ଼ିଶା ଭିଜିଲାନ୍ସ ଟିମ୍ ଏଇଇଙ୍କ ଘରେ ଚଢ଼ାଉ କରିଛି। ବ୍ରହ୍ମପୁର ଭିଜିଲାନ୍ସ ସ୍ୱତନ୍ତ୍ର ଅଦାଲତଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଭୁବନେଶ୍ୱର ବରମୁଣ୍ଡା, ବ୍ରହ୍ମପୁର, ଗଞ୍ଜାମର ବାସୁଦେବପୁର, ମାଲକାନଗିରିର ଭଡ଼ା ଘର ଓ ଡିଆର୍‌ଡିଏ କାର୍ଯ୍ୟାଳୟ ସମେତ ୬ ସ୍ଥାନରେ ଯାଞ୍ଚ ଚାଲିଛି। ଜଣେ ଅତିରିକ୍ତ ଏସ୍‌ପି , ୫ ଡିଏସ୍‌ପି ଓ ୫ ଇନ୍ସପେକ୍ଟରଙ୍କ ସମେତ ଭିଜିଲାନ୍ସ ଟିମ୍ ଏହି ଚଢ଼ାଉରେ ସାମିଲ ଅଛନ୍ତି। ତଲାସି ବେଳେ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଭିଜିଲାନ୍ସ ଜବତ କରିଛି। ଚଢ଼ାଉ ଶେଷ ହେବା ପରେ ଆୟର ସଠିକ୍ ତଥ୍ୟ ମିଳିପାରିବ ବୋଲି ଜଣେ ଭିଜିଲାନ୍ସ ଅଧିକାରୀ ସୂଚନା ଦେଇଛନ୍ତି।

  • Related Posts

    ଲୋକଙ୍କୁ ବାନ୍ଧିଲେ, ୬ ଲକ୍ଷ ଟଙ୍କାର ସୁନା ଗହଣା ଲୁଟିନେଲେ

    ସୋର: ରାତିରେ ଘରେ ପଶି ଲୋକଙ୍କୁ ବାନ୍ଧିଲେ, ଘରୁ ନେଇଗଲେ ସୁନା ଗହଣା । ବାଲେଶ୍ୱର ଜିଲ୍ଲା ସୋର ଥାନା ସବିରା ଗାଁର ଜଣେ ବ୍ୟକ୍ତିଙ୍କ ଘରୁ ଲୁଟ୍ ଅଭିଯୋଗ ହୋଇଛି । ଗାଁର କୈଳାଶ ମହାନ୍ତି ତାଙ୍କର ପରିବାରର ଅନ୍ୟ…

    Continue reading
    ପୁଣି ବାତ୍ୟା ଭୟ

    ପୁଣି ବାତ୍ୟା ଭୟ। ଭାରତୀୟ ପାଣିପାଗ ବିଜ୍ଞାନ ସଂସ୍ଥା ଏ ନେଇ ପୂର୍ବାନୁମାନ କରିନଥିଲେ ମଧ୍ୟ ଆମେରିକୀୟ ଏବଂ ୟୁରୋପିୟ ମଡେଲ୍ ବାତ୍ୟା ନେଇ ଆକଳନ କରୁଛନ୍ତି। ଆକଳନ ଅନୁଯାୟୀ ପାଖାପାଖି ୧୨ ଅକ୍ଟୋବର ବେଳକୁ ଉତ୍ତର ଆଣ୍ଡାମାନ ସାଗରରେ ଏକ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ