ଭିଜିଲାନ୍ସ ପଞ୍ଝାରେ ସହକାରୀ ନିର୍ବାହୀ ଯନ୍ତ୍ରୀ

ଭୁବନେଶ୍ୱର/ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ବେତନଟି ଆର ଆଣ୍ଡ ବି(ରାସ୍ତା ଓ ଗୃହ ନିର୍ମାଣ) ଉପଖଣ୍ଡର ସହକାରୀ ନିର୍ବାହୀ ଯନ୍ତ୍ରୀ (AEE) ଅରବିନ୍ଦ ମହାନ୍ତି ଭିଜିଲାନ୍ସ ଜାଲରେ ପଡିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାରିପଦା ସ୍ୱତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଭିଜିଲାନ୍ସ ପକ୍ଷରୁ ଆଜି (ସୋମବାର) ଅରବିନ୍ଦଙ୍କ ବିଭିନ୍ନ ଠିକଣାରେ ଚଢାଉ କରିଛି ଭିଜିଲାନ୍ସ ।ଏହି ଚଢାଉରେ ଭିଜିଲାନ୍ସର ୫ ଜଣ ଡିଏସ୍‌ପି ଏବଂ ୮ ଜଣ ଇନ୍ସପେକ୍ଟରଙ୍କ ସମେତ ବହୁ ସଂଖ୍ୟକ କର୍ମଚାରୀ ସାମିଲ ହୋଇଛନ୍ତି । ମୟୂରଭଞ୍ଜ, ବାଲେଶ୍ୱର ଏବଂ ଖୋର୍ଦ୍ଧା ଜିଲ୍ଲାର ମୋଟ ୧୦ଟି ସ୍ଥାନରେ ଏହି ଖୋଳତାଡ଼ ଚାଲିଛି ।
ଚଢ଼ାଉ ହେଉଥିବା ସ୍ଥାନ ମଧ୍ୟରେ ବାଲେଶ୍ଵର ଅଙ୍ଗାରଗଡ଼ିଆ ସ୍ଥିତ ୩ ମହଲା କୋଠା, ଖୋର୍ଦ୍ଧା ଜିଲ୍ଲା ବାଲିଅନ୍ତା ସ୍ଥିତ ଏକ ଦୁଇ ମହଲା କୋଠା, ବେତନଟି ସ୍ଥିତ ଘର, ଅଫିସ, ବାଲେଶ୍ଵର ଜିଲ୍ଲା ଜଳେଶ୍ୱର ସ୍ଥିତ ପୈତୃକ ଘର, ବସନ୍ତପୁରରେ ଥିବା ଫାର୍ମ ହାଉସ୍, ବାମପଡ଼ାରେ ଥିବା ଆଉ ଏକ ଘର, ଅଙ୍ଗାରଗଡ଼ିଆରେ ଥିବା ଘନିଷ୍ଠ ସହଯୋଗୀଙ୍କ ଘର, ମୟୂରଭଞ୍ଜ ଜିଲ୍ଲା ବୈଶିଙ୍ଗା ସ୍ଥିତ ଆଉ ଜଣେ ଘନିଷ୍ଠ ସହଯୋଗୀଙ୍କ ଘର ଏବଂ ବାମପଡ଼ାରେ ଥିବା ଅନ୍ୟ ଜଣେ ସମ୍ପର୍କୀୟଙ୍କ ଘରେ ଚଢାଉ କରାଯାଇଛି ବୋଲି ଭିଜିଲାନ୍ସ ପକ୍ଷରୁ ସୂଚନା ଦିଆଯାଇଛି ।
ଅରବିନ୍ଦଙ୍କ ବିରୋଧରେ କିଛିଦିନ ହେବ ଭିଜିଲାନ୍ସ ନିକଟକୁ ଏକାଧିକ ଅଭିଯୋଗ ଆସିଥିଲା । ତେବେ ଏହି ଚଢ଼ାଉରେ ବିପୁଳ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଠାବ ହେବାର ସମ୍ଭାବନା ରହିଛି । ତାଙ୍କର ନଗଦ ଟଙ୍କା, ସୁନା ଗହଣା, ବ୍ୟାଙ୍କ ଜମା ଓ ଅନ୍ୟାନ୍ୟ ସ୍ଥାବର-ଅସ୍ଥାବର ସମ୍ପତ୍ତିର ଆକଳନ କରୁଛି ଭିଜିଲାନ୍ସ । ଚଢ଼ାଉ ଶେଷ ହେବା ପରେ ମୋଟ ସମ୍ପତ୍ତିର ପରିମାଣ ସ୍ପଷ୍ଟ ହେବ ବୋଲି ଭିଜିଲାନ୍ସ ବିଭାଗ ପକ୍ଷରୁ କୁହାଯାଇଛି ।

ଗତ ଦୁଇ ବର୍ଷ ମଧ୍ୟରେ ଭିଜିଲାନ୍ସ ଜାଲରେ ପଡି ଗିରଫ ହୋଇଛନ୍ତି 370 ଜଣ ସରକାରୀ ବାବୁ ସେମାନଙ୍କ ଠାରୁ 306.47 କୋଟିର ସ୍ଥାବର ଓ ଅସ୍ଥାବର ସମ୍ପତ୍ତି ଜବତ କରିଛି ଭିଜିଲାନ୍ସ । ଚଳିତ ମୌସୁମୀ ଅଧିବେଶନରେ ବିଧାନସଭାରେ ଏହି ତଥ୍ୟ ଦେଇଥିଲେ ମୁଖ୍ଯମନ୍ତ୍ରୀ ମୋହନ ଚରଣ ମାଝୀ । 2024 ଜୁନରୁ ସେପ୍ଟେମ୍ବର (2026) ସୁଦ୍ଧା 285 ସରକାରୀ ଅଧିକାରୀ ଦୋଷୀ ସାବ୍ୟସ୍ତ ହୋଇଛନ୍ତି । ଗିରଫ ହୋଇଥିବା 370 ଜଣଙ୍କ ମଧ୍ୟରୁ 240 ଜଣ ଲାଞ୍ଚ ନେଇ 130 ଜଣ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ ହୋଇଛନ୍ତି ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ