ଭୁବନେଶ୍ବରରେ ଙ୍ଗନା ରଣାୱତ

ଭୁବନେଶ୍ବର: ବଲିଉଡ ଅଭିନେତ୍ରୀ ତଥା ସାଂସଦ କଙ୍ଗନା ରଣାୱତ ଭୁବନେଶ୍ବରରେ ପହଞ୍ଚିଛି। ନିଜ ଫିଲ୍ମ ଭାରତ ଭାଗ୍ୟ ବିଧାତାର ପ୍ରିମିୟର ପାଇଁ ସେ ଓଡ଼ିଶା ଆସିଥିବା ଜଣାପଡ଼ିଛି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ସେ ପ୍ରିମିୟର ଶୋ’ ଦେଖିବେ। ଭୁବନେଶ୍ୱରରେ ପହଞ୍ଚିବା ପରେ ବିମାନ ବନ୍ଦରରେ ଗଛ ଲଗାଇ ‘ଏକ ପେଡ ମା’ କେ ନାମ’ କାର୍ଯ୍ୟକ୍ରମରେ ସାମିଲ ହୋଇଥିଲେ।

କଙ୍ଗନାଙ୍କ ଆଗାମୀ ଫିଲ୍ମ ‘ଭାରତ ଭାଗ୍ୟ ବିଧାତା’ର ଟ୍ରେଲର ନିକଟରେ ମୁକ୍ତିଲାଭ କରିଛି। ଏହି ଫିଲ୍ମଟି ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ସମୟରେ କାମା ହସ୍ପିଟାଲରେ ଘଟିଥିବା ସତ୍ୟ ଘଟଣାଗୁଡ଼ିକୁ ବର୍ଣ୍ଣନା କରେ। ଜଣେ ନର୍ସଙ୍କ ସାହସିକତା ଏବଂ ସମର୍ପଣର ଅକୁହା କାହାଣୀକୁ ଉଜ୍ଜ୍ୱଳ କରିଥାଏ। ଏହା ପ୍ରଥମ ଥର ନୁହେଁ ଯେତେବେଳେ ୨୬/୧୧ ଆକ୍ରମଣ ଉପରେ କୌଣସି ଫିଲ୍ମ ନିର୍ମିତ ହୋଇଛି। ନାନା ପାଟେକରଙ୍କ ‘ଦି ଆଟାକ୍ସ ଅଫ ୨୬/୧୧’ଠାରୁ ମୋହିତ ରୈନାଙ୍କ ‘ମୁମ୍ବାଇ ଡାଏରିଜ’ ପର୍ଯ୍ୟନ୍ତ ଅନେକ ଫିଲ୍ମ ଏବଂ ଧାରାବାହିକ ପୂର୍ବରୁ ଏହି ବିଷୟକୁ କଭର କରିଛି।

  • Related Posts

    ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଉଦ୍‌ଯାପିତ

    କଟକ: ଗତ ତିନିଦିନ ଧରି କଟକ ବକ୍ସିବଜାରସ୍ଥିତ ରିଜର୍ଭ ପୁଲିସ ପଡ଼ିଆରେ ଚାଲିଥିବା ୭୧ତମ ରାଜ୍ୟ ପୁଲିସ ବୃତ୍ତିଗତ ପ୍ରତିଯୋଗିତା ଆଜି ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସମାରୋହରେ ରାଜ୍ୟ ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗ ମନ୍ତ୍ରୀ ଶ୍ରୀ ପୃଥୀରାଜ…

    Continue reading
    ବ୍ୟବସାୟିକ ଅଣ୍ଡାଦିଆ କୁକୁଡ଼ାପାଳନ ଯୋଜନାର ଶୁଭାରମ୍ଭ

    ଭୁବନେଶ୍ୱର: ସ୍ଥାନୀୟ ପ୍ରାଣିଚିକିତ୍ସକ ପ୍ରଶିକ୍ଷଣ ପ୍ରତିଷ୍ଠାନଠାରେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ଦ୍ଵାରା ବିଶ୍ଵ ଅଣ୍ଡା ଦିବସ-୨୦୨୬ ପାଳିତ ହୋଇଯାଇଛି । ଏହି ଅବସରରେ ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ବିଭାଗ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ଅଣ୍ଡା ଉତ୍ପାଦନ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ