ଭୁବନେଶ୍ବର ଏମ୍‌ସ ଗସ୍ତରେ ନଡ୍ଡା

ଭୁବନେଶ୍ବର : କେନ୍ଦ୍ର ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରୀ ଜଗତ ପ୍ରକାଶ ନଡ୍ଡା ଆଜି ଭୁବନେଶ୍ବର ଏମ୍‌ସ ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ଅବସରରେ ଶ୍ରୀ ନଡ୍ଡା କେନ୍ଦ୍ରୀୟ ଗବେଷଣା ପ୍ରୟୋଗଶାଳାର ଉଦ୍‌ଘାଟନ କରିବେ। ଏହି ବ୍ୟବସ୍ଥା ଏମ୍‌ସ ଭୁବନେଶ୍ବରର ଗବେଷଣା କ୍ଷମତାକୁ ଏକ ନୂତନ ଶିଖରକୁ ନେବାର ସମ୍ଭାବନା ରଖିଛି। ଏହି ଅତ୍ୟାଧୁନିକ ପ୍ରୟୋଗଶାଳା ଡାକ୍ତର, ଗବେଷକ, ଏବଂ ଛାତ୍ରଛାତ୍ରୀଙ୍କୁ ଅଭିନବ ସ୍ୱାସ୍ଥ୍ୟସେବା ସମାଧାନ ବିକାଶ ଏବଂ ସୁଦୂରପ୍ରସାରୀ ଚିକିତ୍ସା ଗବେଷଣା କ୍ଷେତ୍ରକୁ ସଶକ୍ତ କରିବ ବୋଲି ଆଶାପ୍ରକାଶ କରିଛନ୍ତି ଏମ୍‌ସ ଭୁବନେଶ୍ବର କାର୍ୟ୍ୟନିର୍ବାହୀ ନିର୍ଦେଶକ ଡ. ଆଶୁତୋଷ ବିଶ୍ବାସ।
ସେହିପରି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଶ୍ରୀ ନଡ୍ଡା ବହୁମୁଖୀ ଗ୍ୟାଷ୍ଟ୍ରୋନୋମି ବ୍ଲକ୍‌ର ଶିଳାନ୍ୟାସ କରିବେ। ଏହା ପ୍ରତିଷ୍ଠାନର ଛାତ୍ରଛାତ୍ରୀ, ଚିକିତ୍ସକ, କର୍ମଚାରୀ ଏବଂ ଜନସାଧାରଣଙ୍କ ବର୍ଦ୍ଧିତ ଆବଶ୍ୟକତା ପୂରଣ କରିବା ନେଇ ଯୋଜନା କରାଯାଇଛି। ଏହି ଆଧୁନିକ ଭିତ୍ତିଭୂମି ଗୋଟିଏ ଛାତ ତଳେ ବିବିଧ ସେବା ପ୍ରଦାନ କରିବାରେ ସହାୟକ ହେବ। ଏହି ଗସ୍ତ ଅବସରରେ ଶ୍ରୀ ନଡ୍ଡା ଏମ୍‌ସ ଭୁବନେଶ୍ବରର ଏକ ନୂତନ ୱେବ୍‌ସାଇଟ୍ ଉନ୍ମୋଚନ କରିବେ। ଏହି ୱେବସାଇଟ୍‌ରେ ସାଧାରଣ ଲୋକଙ୍କୁ ସୁବିଧା ପ୍ରଦାନ ନିମନ୍ତେ ବହୁ ବ୍ୟବସ୍ଥା ରହିଛି। ଏମ୍‌ସର ବିଭିନ୍ନ ସେବା ନେଇ ଲୋକେ ଏହା ମାଧ୍ୟମରେ ସୂଚନା ପାଇପାରିବେ। ଏହାବ୍ୟତୀତ ଇଏଚ୍‌ଏସ କ୍ଲିନିକ୍ ଏବଂ ଅମୃତ୍‌ ଫାର୍ମାସିକୁ ଉଦ୍‌ଘାଟନ କରିବେ ଶ୍ରୀ ନଡ୍ଡା। ଏହା ଅତ୍ୟାବଶ୍ୟକ ସ୍ୱାସ୍ଥ୍ୟସେବା ଏବଂ ସୁଲଭ ଔଷଧର ସୁଗମତାକୁ ଉନ୍ନତ କରିବ। ଗସ୍ତ ଅବସରରେ ଶ୍ରୀ ନଡ୍ଡା ଏମ୍‌ସର ସାମଗ୍ରିକ ବିକାଶ ନେଇ ଏକ ବିଶେଷ ସମୀକ୍ଷା ବୈଠକ କରିବେ ବୋଲି ସୂଚନା ମିଳିଛି।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ