ଭୁବନେଶ୍ବର କ୍ଲବ ସଭାପତି ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା

ଭୁବନେଶ୍ବର,22/09: ପୂର୍ବତନ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଭୁବନେଶ୍ବର କ୍ଲବ ସଭାପତି ନିର୍ବାଚରେ ବିଜୟୀ ହୋଇଛନ୍ତି । ପ୍ରଥମ ଥର ପାଇଁ ସେ ନିର୍ବାଚନ ଲଢିଥିଲେ । ଏବଂ ଏଥିରେ ସେ ୧୮ ଖଣ୍ଡ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି । ସୂଚନାମୁତାବକ, ଶନିବାର ନିର୍ବାଚନ ପାଇଁ ଇ-ଭୋଟିଂ ଅନୁଷ୍ଠିତ ହୋଇଥିଲେ ମଧ୍ୟ, ରବିବାର ପାଇଁ ବାଲାଟ୍ ଉପରେ ଭୋଟ୍ ଦିଆଯିବା ସ୍ଥିର ହୋଇଥିଲା । ରବିବାର ସକାଳ ୧୧ଟାରୁ ସନ୍ଧ୍ୟା ୫ଟା ଭିତରେ କ୍ଲବକୁ ଆସି ମତଦାନ କରିଥିଲେ । ୧୯୨୨ ଜଣ ବ୍ୟକ୍ତିଗତ ଏବଂ ୩୯୯ ଜଣ କର୍ପୋରେଟ୍ ଭୋଟରଙ୍କ ସମେତ ୨୩୨୧ ଜଣ ଭୋଟରଙ୍କୁ ନେଇ ଏହି ନିର୍ବାଚନ ହୋଇଥିଲା । ରବିବାର ପ୍ରଥମାର୍ଦ୍ଧରେ ଭୋଟ ଗ୍ରହଣ ପରେ ସନ୍ଧ୍ୟାରେ ଗଣତି ହୋଇ ଫଳ ପ୍ରକାଶ ପାଇଥିଲା । ଯେଉଁଥିରେ ବରିଷ୍ଠ ପ୍ରଶାସକ ପ୍ରଦୀପ ଜେନା ସଭାପତି, ଲଳିତ ଦାସ ସମ୍ପାଦକ , ପ୍ରଗତି କୁମାର ମହାନ୍ତି ଏବଂ ସମ୍ବିତ ମହାନ୍ତି ଯଥାକ୍ରମେ ଉପ-ସଭାପତି ଏବଂ ଯୁଗ୍ମ ସମ୍ପାଦକ ଭାବରେ ନିର୍ବାଚିତ ହୋଇଛନ୍ତି । ସଭାପତି ପ୍ରଦୀପ କୁମାର ଜେନା ୧୮ ଭୋଟ ବ୍ୟବଧାନରେ, ସେହିପରି ଉପ-ସଭାପତି ପ୍ରଗତି ମହାନ୍ତି ୬୦ ଭୋଟ ବ୍ୟବଧାନରେ ବିଜୟୀ ହୋଇଛନ୍ତି । ସମ୍ପାଦକ ଲଳିତ ଦାସ ୭୬ ଭୋଟ ବ୍ୟବଧାନରେ ବିଜୟୀ ହୋଇଥିବାବେଳେ ଯୁଗ୍ମ ସମ୍ପାଦକ ସମ୍ବିତ ମହାନ୍ତି ୬୮ ଭୋଟରେ ବିଜୟୀ ହୋଇଛନ୍ତି । ପ୍ରଦୀପ ଜେନା ପ୍ରଥମ ଥର କ୍ଲବ ନିର୍ବାଚନକୁ ଓହ୍ଲାଇଥିଲେ ସେ ଅସିତ୍ ତ୍ରିପାଠୀଙ୍କୁ ପରାସ୍ତ କରି ନର୍ବାଚିତ ହୋଇଛନ୍ତି । ଫଳ ଘୋଷଣା ପରେ କ୍ଲବର ଅନ୍ୟାନ୍ୟ ସଦସ୍ୟ ବୃନ୍ଦ ତାଙ୍କୁ ପୁଷ୍ପ ଗୁଚ୍ଛ ଦେଇ ସମ୍ମାନିତ କରିଥିଲେ ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ