ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପର ଟେଣ୍ଡର ବାତିଲ

ଭୁବନେଶ୍ୱର: ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ୨୦୨୪ ଜାନୁଆରୀ ପହିଲାରେ ଭିତ୍ତିପ୍ରସ୍ତର ପଡ଼ିଥିଲା । ଏବେ ସୁଦ୍ଧା କାମ ଶୂନ । ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ କାମ ବିଳମ୍ବ ହେଉଥିବାରୁ ଠିକା ସଂସ୍ଥାର ଟେଣ୍ଡର ବାତିଲ ହୋଇଛି। ଠିକା ସଂସ୍ଥା ସିଗାଲ ଇଣ୍ଡିଆ ଓ ଦିଲ୍ଲୀ ମେଟ୍ରୋ ରେଲ୍‌ କର୍ପୋରେସନ୍‌ ସହ କଣ୍ଟ୍ରାକ୍ଟ ଚୁକ୍ତି ବାତିଲ କରାଯାଇଛି। ୬ଟି ମେଟ୍ରୋ ଷ୍ଟେସନ ନିର୍ମାଣ ପାଇଁ ଚୁକ୍ତି ହୋଇଥିଲା। ପ୍ରାୟ ୮ ମାସ ହେଲା ଭୁବନେଶ୍ବର ମେଟ୍ରୋ ପ୍ରକଳ୍ପ କାର୍ଯ୍ୟ ବନ୍ଦ ରହିଛି।୨୦୨୪ ନିର୍ବାଚନ ପୂର୍ବରୁ ପୂର୍ବ ସରକାର ମେଟ୍ରୋ ପ୍ରକଳ୍ପର ନିଅଁ ଦେଇଥିଲେ । ୨୦୨୪-୨୫ ବଜେଟରେ ଏ ପ୍ରକଳ୍ପ ପାଇଁ ଅର୍ଥ ବରାଦ ହେଲା । ଆରମ୍ଭରୁ କୁହାଗଲା, ସହର ଉପରେ ଏଲିଭେଟେଡ୍‌ କରିଡରରେ ମେଟ୍ରୋ ରେଳ ପଥ ନିର୍ମାଣ ହେବ । କିଛି ମାସ ପାଇଁ ସହରରେ ମାଟି ପରୀକ୍ଷା ପାଇଁ ଖୋଳାତଡ଼ା ଆରମ୍ଭ ହେଲା । ପୁଣି କ’ଣ ହେଲା କେଜାଣି ସବୁ କାମ ବନ୍ଦ, ନିର୍ମାଣ ସାମଗ୍ରୀ ଉଠାଇ ନିଆଗଲା । ବର୍ତ୍ତମାନ ସରକାର କହୁଛନ୍ତି, ମାଟି ତଳେ ମେଟ୍ରୋ ଚାଲିବ । ମେଟ୍ରୋ ରେଳ ପାଇଁ କମିଟି ଗଠନ କରାଯାଇଛି । ଗତ ୧୬ ତାରିଖରେ ଏ ନେଇ ବୈଠକ ବସିଥିଲା । ମେଟ୍ରୋ ପ୍ରକଳ୍ପକୁ ନେଇ ବାରମ୍ବାର ଭିନ୍ନ କଥା, ଭିନ୍ନ ଢାଞ୍ଚା, ନୂଆ ବୟାନବାଜି ନେଇ ମେଟ୍ରୋ ପ୍ରକଳ୍ପକୁ ନେଇ ଲୋକଙ୍କ ମନରେ ଦ୍ୱନ୍ଦ୍ୱ ସୃଷ୍ଟି ହେଲାଣି ।
ବିଜେଡି ସରକାର ସମୟରେ ମେଟ୍ରା ପ୍ରକଳ୍ପ ପାଇଁ ଡିପିଆର ପ୍ରସ୍ତୁତ ସହ ଟେଣ୍ଡର କରାଯାଇଥିଲା । ପ୍ରକଳ୍ପର ଭିତ୍ତିପ୍ରସ୍ତର ହୋଇଥିଲା । ମାତ୍ର ବିଜେପି ସରକାର କ୍ଷମତାକୁ ଆସିବାର ଦୀର୍ଘ ୧୩ ମାସ ବିତି ଯାଇଥିଲେ ସୁଦ୍ଧା ପ୍ରକଳ୍ପକୁ ନେଇ ଅନିଶ୍ଚିତତା ଲାଗି ରହିଛି । ତେବେ ଭୁବନେଶ୍ବର ମେଟ୍ରୋ ନେଇ କମିଟି ଗଠନ ହୋଇଛି । ଏହି କମିଟି ଥରେ ବୈଠକ କରିଛି । ଆଗକୁ ପୁଣି ବୈଠକ ବସି ଆଲୋଚନା ହେବ । ନୂଆ ଡିପିଆର୍‌ ପ୍ରସ୍ତୁତ ପରେ କେନ୍ଦ୍ରକୁ ପ୍ରସ୍ତାବ ପଠାଯିବ । କେନ୍ଦ୍ରର ସହଯୋଗରେ ପ୍ରକଳ୍ପ ହେବ । ନୂଆ ଢାଞ୍ଚାରେ ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେବ ।

  • Garvita Odia

    Related Posts

    ହୀରାକୁଦ : ୨୦ ଫାଟକରୁ ବନ୍ୟାଜଳ ନିଷ୍କାସନ ଜାରି

    ହୀରାକୁଦ: ଉପରମୁଣ୍ଡରୁ ବର୍ଷାଜଳ ପ୍ରବେଶ କରୁଥିବାରୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଶନିବାର ରାତି ୯ଟାରେ ୬୧୨.୧୨ ଫୁଟ ରହିଥିଲା ା ବାମପଟର ୧୩ ଓ ଡାହାଣପଟର ୭ ଫାଟକ ଦ୍ବାରା ବନ୍ୟାଜଳ ନିଷ୍କାସନ ଜାରି ରହିଛି। ଏହି ସମୟରେ ଜଳଭଣ୍ଡାରକୁ ପ୍ରତି…

    ଆଜିଠୁ କମିବ ବର୍ଷା

    ଭୁବନେଶ୍ବର: ଉତ୍ତର-ପଶ୍ଚିମ ବଙ୍ଗୋପସାଗର, ଉପକୂଳ ପଶ୍ଚିମବଙ୍ଗ ଓ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ଗତକାଲି ଉପକୂଳ ପଶ୍ଚିମବଙ୍ଗ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ବାଂଲାଦେଶର ସଂଲଗ୍ନ ଅଞ୍ଚଳ ଉପରେ କେନ୍ଦ୍ରୀଭୂତ ହୋଇ ଅବପାତର ରୂପ ନେଇଥିଲା। ଏହା…

    Leave a Reply

    Your email address will not be published. Required fields are marked *

    You Missed

    ଘୋଷଣା କଲେ ଟ୍ରମ୍ପ: ଯୁଦ୍ଧ ବିରତି ପାଇଁ ଥାଇଲାଣ୍ଡ ଓ କାମ୍ୱୋଡିଆ ରାଜି

    ଘୋଷଣା କଲେ  ଟ୍ରମ୍ପ: ଯୁଦ୍ଧ ବିରତି ପାଇଁ  ଥାଇଲାଣ୍ଡ ଓ କାମ୍ୱୋଡିଆ ରାଜି

    ହୀରାକୁଦ : ୨୦ ଫାଟକରୁ ବନ୍ୟାଜଳ ନିଷ୍କାସନ ଜାରି

    ହୀରାକୁଦ : ୨୦ ଫାଟକରୁ ବନ୍ୟାଜଳ ନିଷ୍କାସନ ଜାରି

    ଓଡ଼ିଶାରେ ଲାଗୁ ହେଉ ରାଷ୍ଟ୍ରପତି ଶାସନ: ପ୍ରମିଳା

    ଓଡ଼ିଶାରେ  ଲାଗୁ ହେଉ ରାଷ୍ଟ୍ରପତି ଶାସନ: ପ୍ରମିଳା

    ଆଜିଠୁ କମିବ ବର୍ଷା

    ଆଜିଠୁ କମିବ ବର୍ଷା

    ଓଏମପିରୁ କନ୍ଦରପୁର ଏଲିଭେଟେଡ କରିଡର

    ଓଏମପିରୁ କନ୍ଦରପୁର ଏଲିଭେଟେଡ କରିଡର

    ଅଗଷ୍ଟ ୯ ତାରିଖ ଦିନ ୧କୋଟି ୨ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି

    ଅଗଷ୍ଟ ୯ ତାରିଖ ଦିନ ୧କୋଟି ୨ଲକ୍ଷ ୪୦ ହଜାର ମହିଳାଙ୍କୁ ମିଳିବ ସୁଭଦ୍ରା କିସ୍ତି