ଭୁବନେଶ୍ୱରରେ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀର ଉଦଘାଟିତ

ଭୁବନେଶ୍ବର: ଭାରତର ବ୍ରିକ୍ସ ଅଧ୍ୟକ୍ଷତାରେ ଭୁବନେଶ୍ୱରରେ ଆୟୋଜିତ ୧୩ତମ ବ୍ରିକ୍ସ ଶିକ୍ଷାମନ୍ତ୍ରୀ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନ ଗୁରୁବାର ଅନୁଷ୍ଠିତ ହୋଇଛି । ସମ୍ମିଳନୀରେ ବ୍ରିକ୍ସ ସଦସ୍ୟ ଦେଶଗୁଡ଼ିକର ଶିକ୍ଷାମନ୍ତ୍ରୀ ଓ ପ୍ରତିନିଧିମାନେ ଯୋଗଦେଇ ଶିକ୍ଷା କ୍ଷେତ୍ରରେ ସହଯୋଗ, ନବସୃଜନ ଓ ସ୍ଥାୟୀ ବିକାଶକୁ ନେଇ ଆଲୋଚନା କରିଥିଲେ ।

ଏହି ଅବସରରେ “Building for Resilience, Innovation, Cooperation and Sustainability” ବିଷୟବସ୍ତୁକୁ ଆଧାର କରି ସଦସ୍ୟ ଦେଶମାନେ ଏକ ସାମୁହିକ ଦୃଷ୍ଟିକୋଣ ଗଠନ ଉପରେ ଗୁରୁତ୍ୱ ଦେଇଥିଲେ । ଶିକ୍ଷାରେ ନବପ୍ରବର୍ତ୍ତନ, ଦକ୍ଷତା ବିକାଶ, ଗବେଷଣା ଓ ଆନ୍ତର୍ଜାତିକ ସହଯୋଗକୁ ଆହୁରି ସୁଦୃଢ଼ କରିବା ପାଇଁ ମତ ବିନିମୟ ହୋଇଥିଲା ।

ଭାରତ ବର୍ତ୍ତମାନ ଚତୁର୍ଥ ଥର ପାଇଁ ବ୍ରିକ୍ସର ଅଧ୍ୟକ୍ଷତା କରୁଛି। ବିଶେଷକରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଭାରତ ତିନିଥର ବ୍ରିକ୍ସ ଅଧ୍ୟକ୍ଷତାର ଦାୟିତ୍ୱ ସଫଳତାର ସହ ପାଳନ କରିଥିବା ଉଲ୍ଲେଖ କରାଯାଇଥିଲା । ସମ୍ମିଳନୀରେ ବ୍ରାଜିଲ, ରୁଷ, ଭାରତ, ଚୀନ, ଦକ୍ଷିଣ ଆଫ୍ରିକା ସମେତ ଇଣ୍ଡୋନେସିଆ, ଇରାନ, ଇଥିଓପିଆ ଓ ସଂଯୁକ୍ତ ଆରବ ଏମିରେଟ୍ସର ପ୍ରତିନିଧିମାନେ ଅଂଶଗ୍ରହଣ କରିଥିଲେ ।

  • Related Posts

    ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା ପରିବର୍ତ୍ତନ ଉଦ୍ୟମ ନେଇ ସାମ୍ବାଦିକ ସଂଘର ବିରୋଧ

    ଭୁବନେଶ୍ୱର: ରାଜ୍ୟରେ କାର୍ଯ୍ୟରତ ସାମ୍ୱାଦିକଙ୍କ ସ୍ୱାସ୍ଥ୍ୟ ସେବା ପାଇଁ “ଗୋପବନ୍ଧୁ ସାମ୍ୱାଦିକ ସ୍ୱାସ୍ଥ୍ୟ ବୀମା ଯୋଜନା’ ରହିଛି । ହେଲେ ଏବେ ରାଜ୍ୟ ସରକାର ଏଥିରେ ପରିବର୍ତ୍ତନ କରିବାକୁ ମସୁଧା କରୁଛନ୍ତି । ସାମ୍ବାଦିକଙ୍କ ପାଇଁ ଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା…

    Continue reading
    ବଲାଙ୍ଗୀରରେ ନୂଆଁଖାଇ ଲଗ୍ନ ଧାର୍ଯ୍ୟ

    ବଲାଙ୍ଗୀର: ବଲାଙ୍ଗୀର ଜିଲ୍ଲା ପାଇଁ ପାଟଣା ମହାରାଜାଙ୍କ ଶୈଳଶ୍ରୀ ପ୍ୟାଲେସରୁ ପ୍ରକାଶ ପାଇଛି ନୂଆଁଖାଇ ଲଗ୍ନ । ଆସନ୍ତା ସେପ୍ଟେମ୍ବର ୧୫ ତାରିଖ ସକାଳ ୯ଟା ୩୬ ମିନିଟରୁ ୧୦ଟା ୧୦ ମିନିଟ ଯାଏଁ ରହିଛି ଅମୃତ ବେଳା । ଆସନ୍ତା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ