ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଅଗ୍ନିକାଣ୍ଡ

ଭୁବନେଶ୍ୱର: ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱର ୧ ନମ୍ବର ହାଟ ଭୂତଳ ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ବହୁ ସମୟର ପରିଶ୍ରମ ପରେ ଅଗ୍ନିଶମ ବାହିନୀ ନିଆଁକୁ ଆୟତ୍ତ କରିଛନ୍ତି । ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବା ବେଳେ ଏଥିରେ ଲକ୍ଷାଧିକ ଟଙ୍କାର କ୍ଷତି ହୋଇଥିବା ଜଣାଯାଇଛି।ୟୁନିଟ-୧ ଓ ୟୁନିଟ-୨ ମାର୍କେଟକୁ ସଂଯୋଗ କରୁଥିବା ଭୂତଳ ମାର୍କେଟରେ ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗି ଯାଇଥିଲା। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚିଥିଲେ। ମାତ୍ର ତାହା ଏକ ଭୂତଳ ମାର୍କେଟ ହୋଇଥିବାରୁ ପ୍ରବେଶ ପଥ ଓ ପ୍ରସ୍ଥାନ ପଥ ହିଁ ବାଟ ଥିଲା।ଉଭୟ ପଟେ ପ୍ରଖର ବେଗରେ ନିଆଁ ଓ ଧୂଆଁ ବାହାରୁଥିବାରୁ ଅଗ୍ନିଶମ କର୍ମଚାରୀ ପ୍ରାୟ ଘଣ୍ଟାଏ କାଳ ଭିତରେ ପଶି ପାରି ନ ଥିଲେ। ଏହାପରେ ଭେଣ୍ଟିଲେସନ ବାଟକୁ ଭାଙ୍ଗି ଧୂଆଁ ବାହାର କରାଯାଇଥିଲା। ତା’ ପରେ ଅଗ୍ନିଶମ କର୍ମଚାରୀ ଭିତରେ ପଶିଥିଲେ। ସେମାନେ ପ୍ରାୟ ୪ ଘଣ୍ଟା କାଳ ପରିଶ୍ରମ କରିବା ପରେ ନିଆଁକୁ ଆୟତ୍ତ କରିଥିଲେ।ଏହି ଅଗ୍ନିକାଣ୍ଡରେ ୬ କପଡ଼ା ଦୋକାନ ସମ୍ପୂର୍ଣ୍ଣ ଜଳି ଯାଇଥିବା ବେଳେ ବହୁ ଦୋକାନ କ୍ଷତିଗ୍ରସ୍ତ ହୋଇଛି। ଏହି ଅଗ୍ନିକାଣ୍ଡ ଯୋଗୁ ପ୍ରାୟ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ଜଳି ଯାଇଛି।ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ିନି।

  • Related Posts

    ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ ଗୃହଗଣନା ଏବଂ ଗୃହତାଲିକା-୨୦୨୬ ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

    ପ୍ରିୟ ଭାଇ ଓ ଭଉଣୀମାନେ!ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟର ଓଡ଼ିଶାସ୍ଥିତ ଜନଗଣନା ନିର୍ଦ୍ଦେଶାଳୟ ଏବଂ ଓଡ଼ିଶା ସରକାରଙ୍କ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ସମନ୍ୱୟରେ ଜନଗଣନା କାର୍ଯ୍ୟକ୍ରମର ଶୁଭାରମ୍ଭ ହୋଇଛି। ଓଡ଼ିଶାର ୩୦ଟି ଜିଲ୍ଲାରେ ଜନଗଣନାର ପ୍ରଥମ ପର୍ଯ୍ୟାୟରେ ଗୃହଗଣନା…

    Continue reading
    ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍ : ଯୋଗାଣ ମନ୍ତ୍ରୀ

    ଭୁବନେଶ୍ୱର: ଆଉ ବଜାରରେ ବିକ୍ରି ହେବନି ରନ୍ଧନ ଗ୍ୟାସ୍। ଏହା ବେଆଇନ୍ । ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆଜି ଏହି ବଡ଼ ସୂଚନା ଦେଇଛନ୍ତି । କେବଳ ସୀକୃତି ପ୍ରାପ୍ତ ଦୋକାନୀ ବା ଏଜେନ୍ସି ହିଁ ଗ୍ୟାସ୍ ବିକ୍ରି କରିପାରିବେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ