ଭୂଦାନ ଜମିର ବଣ୍ଟନ ଏବଂ ମ୍ୟୁଟେସନ୍ ଉପରେ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତାଦେଶ

– ସମସ୍ତ ଆରଡିସି ଏବଂ ଜିଲ୍ଲାପାଳଙ୍କୁ ରାଜସ୍ୱ ସଚିବଙ୍କ ଚିଠି

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ଦୃଷ୍ଟିକୁ ଆସିଛି ଯେ, ଭୂଦାନ ଜମିର ବଣ୍ଟନ କ୍ଷେତ୍ରରେ ପ୍ରଚଳିତ ନିୟମାବଳୀର ସମ୍ପୂର୍ଣ୍ଣ ପାଳନ ଏବଂ ସମ୍ପୃକ୍ତ ଜମିର ଅଭିଲେଖର ଯଥାର୍ଥ ଯାଞ୍ଚ ବିନା ହିତାଧିକାରୀମାନଙ୍କ ସପକ୍ଷରେ ବଣ୍ଟନ କରାଯାଉଛି। ଏହା ଫଳରେ ପରବର୍ତ୍ତୀ ସମୟରେ ମ୍ୟୁଟେସନ୍ ଏବଂ ଜମିପଟ୍ଟାରେ ଅନ୍ତର୍ଭୁକ୍ତି ସମୟରେ ବିଭିନ୍ନ ଆଇନଗତ ଜଟିଳତା ସୃଷ୍ଟି ହେବାର ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୂଦାନ ଜମିର ବଣ୍ଟନ ଏବଂ ହିତାଧିକାରୀଙ୍କ ସପକ୍ଷରେ ମ୍ଯୁଟେସନ୍ ପ୍ରକ୍ରିୟାକୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ନିଷ୍ପତ୍ତି ନେଇଛି। ବିଭାଗୀୟ ଅତିରିକ୍ତ ମୁଖ୍ୟ ଶାସନ ଡ. ଅରବିନ୍ଦ ପାଢ଼ୀ ସମସ୍ତ ଆରଡିସି, ପଞ୍ଜୀକରଣ ମହାନିରୀକ୍ଷକ (ଆଇଜିଆର୍), ଜିଲ୍ଲାପାଳ ଏବଂ ଜମିଜମା ରେକର୍ଡ ଓ ସର୍ଭେ ନିର୍ଦ୍ଦେଶାଳୟଙ୍କୁ ଚିଠି ଲେଖି ଏହି ନିର୍ଦ୍ଦେଶ ଜାରି କରିଛନ୍ତି l ଏଥିସହିତ, ପୂର୍ବରୁ ବଣ୍ଟନ ହୋଇ ମ୍ୟୁଟେସନ୍ ସମ୍ପନ୍ନ ହୋଇଥିବା ଭୂଦାନ ଜମିର କୌଣସି ପ୍ରକାର ହସ୍ତାନ୍ତରକୁ ପଞ୍ଜୀକରଣ ଅଧିକାରୀମାନେ ତତ୍କାଳ ପ୍ରଭାବରୁ ପଞ୍ଜୀକୃତ କରିବେ ନାହିଁ ବୋଲି ରାଜ୍ୟ ସରକାର ଦୃଢ଼ ନିର୍ଦ୍ଦେଶ ଦେଇଛନ୍ତି l

ରାଜ୍ୟର ସମସ୍ତ ଜିଲ୍ଲାପାଳଙ୍କୁ ଭୂଦାନ ଯଜ୍ଞ ସମିତିକୁ ଦାନ କରାଯାଇଥିବା ଜମି, ସେଥିରୁ ବଣ୍ଟନ କରାଯାଇଥିବା ଜମି, ହାଲ୍ ଜମିପଟ୍ଟାରେ ରେକର୍ଡ ହୋଇଥିବା ଜମି ଏବଂ ହିତାଧିକାରୀଙ୍କ ସପକ୍ଷରେ ଜାରି ହୋଇଥିବା ଜମି ସମ୍ବନ୍ଧୀୟ ବିସ୍ତୃତ ତଥ୍ୟ ପ୍ରମାଣିତ କରି ଏକ ମାସ ମଧ୍ୟରେ ସରକାରଙ୍କୁ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଏହି ସରକାରୀ ନିଷ୍ପତ୍ତିକୁ ଗମ୍ଭୀରତାର ସହ ପାଳନ କରିବା ପାଇଁ ସମସ୍ତ ଉପଜିଲ୍ଲାପାଳ, ତହସିଲଦାର ତଥା କ୍ଷେତ୍ରସ୍ତରୀୟ ଅଧିକାରୀମାନଙ୍କୁ ଆବଶ୍ୟକୀୟ ନିର୍ଦ୍ଦେଶ ପ୍ରଦାନ କରିବାକୁ ଆରଡିସି, ଜିଲ୍ଲାପାଳ ଏବଂ ସମ୍ପୃକ୍ତ ଅଧିକାରୀମାନଙ୍କୁ ସ୍ପଷ୍ଟ ନିର୍ଦ୍ଦେଶ ଜାରି କରାଯାଇଛି l

  • Related Posts

    ପ୍ରଣବଙ୍କ ବିୟୋଗରେ ମୋହନଙ୍କ ଶୋକପ୍ରକାଶ

    ଭୁବନେଶ୍ୱର:ଆଉ ନାହାନ୍ତି ଓଡ଼ିଶା ସଂଗୀତ ଜଗତର ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ। ଆଜି ୮୮ ବର୍ଷ ବୟସରେ ସେ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି। ଓଡ଼ିଆ ସଙ୍ଗୀତ ଜଗତରେ ବେତାଜ ବାଦଶାହ ଭାବେ ସେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ।ଆଜି…

    Continue reading
    ପରଲୋକରେ ପ୍ରଣବ ପଟ୍ଟନାୟକ

    ଭୁବନେଶ୍ୱର: ଆଉ ନାହାନ୍ତି ବିଶିଷ୍ଟ ସଙ୍ଗୀତଜ୍ଞ ପ୍ରଣବ ପଟ୍ଟନାୟକ ।୮୮ ବର୍ଷ ବୟସରେ ସେ ଆଜି ଆଖି ବୁଜିଛନ୍ତି ।ଭୁବନେଶ୍ୱରସ୍ଥିତ ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ଦିନ ୧୧.୩୦ରେ ତାଙ୍କର ପରଲୋକ ହୋଇଛି । ତାଙ୍କ ପରଲୋକ ଖବର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ