ଭୋଗରାଇ ଗସ୍ତରେ ସୁଜାତା ରାଉତ

ଭୋଗରାଇ ଗସ୍ତରେ ସୁଜାତା ରାଉତ। ସକାଳୁ ସକାଳୁ ପୂର୍ବ ଭାରତର ପ୍ରସିଦ୍ଧ ଶୈବପୀଠ ବାବା ଚନ୍ଦନେଶ୍ୱରଙ୍କ ଦର୍ଶନ କରି ଓଡ଼ିଶାବାସୀଙ୍କ ସୁଖ, ଶାନ୍ତି ଓ ସମୃଦ୍ଧି କାମନା କରିଛନ୍ତି ସୁଜାତା। ଏହାପରେ ଦେହୁର୍ଡା ହନୁମାନ ମନ୍ଦିର ନିକଟରୁ ଆରମ୍ଭ ହୋଇଥିଲା , ଏଥିସହ ଏକ ବିଶାଳ ପଦଯାତ୍ରା ମଧ୍ୟ କରାଯାଇଛି । ହଜାର ହଜାର କର୍ମୀଙ୍କ ଉପସ୍ଥିତିରେ ଶୋଭାଯାତ୍ରା ଥାନାଛକ ହେଲିପ୍ୟାଡ୍ ପଡ଼ିଆରେ ପହଞ୍ଚିଥିଲା । ସେଠାରେ ଆୟୋଜିତ ସାଧାରଣ ସଭାରେ ଯୋଗଦେଇ କର୍ମୀମାନଙ୍କୁ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ଗସ୍ତରେ ତାଙ୍କ ସହିତ ଭୋଗରାଇ ବିଧାୟକ, ଜିଲ୍ଲା ସଭାପତିଙ୍କ ସମେତ ଅନେକ ବରିଷ୍ଠ ନେତା ଓ କର୍ମୀ ସାମିଲ ହୋଇଛନ୍ତି । ଭୋଗରାଇ ମାଟିରେ ସୁଜାତା ରାଉତଙ୍କ ଗସ୍ତକୁ ନେଇ ରାଜନୈତିକ ମହଲରେ ଦେଖିବାକୁ ମିଳିଛି ବେଶ୍ ଉତ୍ସାହ। ପଦଯାତ୍ରା ପରେ ହେଲିପ୍ୟାଡ୍ ପଡ଼ିଆରେ ଆୟୋଜିତ ହୋଇଥିଲା ସାଧାରଣ ସଭା। ଏହି ସଭାରେ ଭୋଗରାଇ ବିଧାୟକ, ଜିଲ୍ଲା ସଭାପତିଙ୍କ ସମେତ ବହୁ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ। ସୁଜାତା ରାଉତ ମଞ୍ଚରୁ ଉପସ୍ଥିତ ହଜାର ହଜାର କର୍ମୀଙ୍କୁ ଉଦବୋଧନ ରଖିଛନ୍ତି । ତେବେ ସୁଜାତା ରାଉତଙ୍କ ଏହି ଭୋଗରାଇ ଗସ୍ତ ଓ ବିଶାଳ ପଦଯାତ୍ରା ଆଗାମୀ ଦିନରେ ରାଜନୈତିକ ସମୀକରଣକୁ କେଉଁ ଦିଗ ଦେଉଛି, ତାହା ଉପରେ ଏବେ ସମସ୍ତଙ୍କ ନଜର।

  • Related Posts

    ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ: ସାମିଲ ହେଲେ କଂଗ୍ରେସ ଓ ବିଜେଡିରୁ ନିଲମ୍ବିତ ବିଧାୟକ

    ଭୁବନେଶ୍ବର: ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ କଂଗ୍ରେସ ଓ ବିଜେଡିରୁ ନିଲମ୍ବିତ ବିଧାୟକମାନେ ଯୋଗ ଦେଇଛନ୍ତି। ଏହି ଘଟଣା ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ହୋଇଛି। ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ବିଜେଡିରୁ ନିଲମ୍ବିତ ବିଧାୟକ ସୌଭିକ ବିଶ୍ବାଳ, ଦେବୀ…

    Continue reading
    କଂଗ୍ରେସ ଓ ବିଜେଡି‌ ଉପରାଷ୍ଟ୍ରପତିଙ୍କୁ ଅସମ୍ମାନ କରିଛନ୍ତି: ରାଜସ୍ବ ମନ୍ତ୍ରୀ

    ଭୁବନେଶ୍ବର: ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନଙ୍କ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ କଂଗ୍ରେସ ଓ ବିଜେଡି‌ ବିଧାୟକମାନେ ଯୋଗ ଦେଇନାହାନ୍ତି। ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପୂର୍ବତନ ରାଜ୍ୟ ବିଜେପି ସଭାପତି ତଥା ବର୍ତ୍ତମାନର ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀ ସୁରେଶପୂଜାରୀ।…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଆଜି ବିଶ୍ୱ ମଧୁମେହ ଦିବସ, ଜାଣନ୍ତୁ ଏହାର କାରଣ, ଲକ୍ଷଣ ଓ ନିରାକରଣ

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଯେତେ ଖାଇଲେ ବି ଓଜନ ବଢୁନି? ଡାଏଟ୍‌ରେ ଯୋଡନ୍ତୁ ଏହି ଖାଦ୍ୟ, ମାସକରେ ବଢିବ ୫ କେଜି

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଶୀତରେ ପିଲାଙ୍କୁ ଗାଧୋଇଦେବାକୁ ଡରୁଛନ୍ତି କି? ଜାଣନ୍ତୁ ଶିଶୁ ବିଶେଷଜ୍ଞଙ୍କ ୩ ଜରୁରୀ ଟିପ୍ସ

    ଜନତା ମଇଦାନରେ ଅନ୍ତର୍ଜାତୀୟ ବାଣିଜ୍ୟ ମେଳା-୨୦୨୬

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    ଆପଣ ବି ଡେରି ରାତିରେ ଖାଉଛନ୍ତି କି… ସାବଧାନ! ଆପଣ ହେବେ ଷ୍ଟ୍ରୋକର ଶିକାର!

    କମଳା ଚୋପାରୁ ଡ୍ରେସ୍‌ !