ଭୋଟରଙ୍କୁ ଆକୃଷ୍ଟ କରୁଛି ସଖୀ ମତଦାନ କେନ୍ଦ୍ର

ନୂଆପଡା: ନୂଆପଡାରେ ଆଜି ଉପନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହେଉଛି । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ଉପନିର୍ବାଚନରେ ନିଜର ମତଦାନ ସାବ୍ୟସ୍ତ କରିବା ପାଇଁ ଲୋକମାନେ ବେଶ ଉତ୍ସାହିତ ରହିଛନ୍ତି । ଯିଏ ସେମାନଙ୍କର ଅସୁବିଧାକୁ ବିଝିବ ଏବଂ ଅଞ୍ଚଳର ବିକାଶ କରିବା ତାହାକୁ ଭୋଟ ଦେଉଛନ୍ତି ବୋଲି ମତଦାତା ମାତେ କହିଛନ୍ତି । ତେବେ ନୂଆପଡାରେ ସଖୀ ମତଦାନ କେନ୍ଦ୍ର ଭୋଟରଙ୍କୁ ବିଶେଷ ଭାବରେ ଆକୃଷ୍ଟ କରୁଛି ।

ନୂଆପଡାର ନେସନାଲ ଉଚ୍ଚ ବିଦ୍ୟାଳୟକୁ ସଖୀ ମତଦାନ କେନ୍ଦ୍ର କରାଯାଇଛି । ସେଠାରେ ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ବିଭିନ୍ନ ବ୍ୟବସ୍ଥା କରିଛି ପ୍ରଶାସନ । ଭୋଟରମାନେ ମତଦାନ ପରେ ସେଲଫି ପଏଣ୍ଟରେ ଫଟୋ ଉଠାଇବା ପରେ ସୋସିଆଲ ମିଡ଼ିଆରେ ସେୟାର କରୁଛନ୍ତି । ଏହାସହିତ ମହିଳାମାନଙ୍କ ଲାଗି ସେଲଫି ପଏଣ୍ଟରେ ସୋଫା ପକାଯାଇଛି, ଯେଉଁଠାରେ ଟିକେ ବସିପଡି ଫଟୋ ଉଠାଉଛନ୍ତି । ପ୍ରଶାସନର ଏଭଳି ବ୍ୟବସ୍ଥାକୁ ମତଦାତାମାନେ ସ୍ୱାଗତ କରିଛନ୍ତି ।

  • Related Posts

    ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ପରିବେଶଗତ ଅସନ୍ତୁଳନ, ଐତିହ୍ୟର ବିଲୁପ୍ତି ଓ ଆଧ୍ୟ୍ୟତ୍ମିକତାର ଧ୍ବଂସସାଧନ କରିବ: ଭକ୍ତ

    ଭୁବନେଶ୍ବର,୦୪/୦୩/୨୦୨୬:ପୁରୀଠାରେ ପ୍ରସ୍ତାବିତ ଅର୍ନ୍ତଜାତୀୟ ବିମାନ ବନ୍ଦର ପାଇଁ କେନ୍ଦ୍ର ସରକାରଙ୍କର ମିଳିଥିବା ଷ୍ଟେଜ୍ -୧ ଅନୁମୋଦନକୁ ପ୍ରଦେଶ କଂଗ୍ରସ କମିଟି ସଭାପତି ଭକ୍ତ ଚରଣ ଦାସ ସମାଲୋଚନା କରିଛନ୍ତି। ବହୁଚର୍ଚ୍ଚିତ ପୁରୀ ଅନ୍ତର୍ଜାତୀୟ ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ମିଳିଥିବା ଜଙ୍ଗଲ ଜମି…

    Continue reading
    ମହାନଦୀ, ପୋଲାଭରମ ପରେ ଏବେ ବଂଶଧାରା; ଟ୍ରିବ୍ୟୁନାଲ୍‌ର ରାୟ ଓଡ଼ିଶା ପ୍ରତି ଉପହାସ: ଭକ୍ତ ଦାସ

    * ଓଡ଼ିଶାକୁ ଶସ୍ତା ପାଇଛି ବିଜେପି * କ୍ୟାଚ୍‌ମେଣ୍ଟ ଏରିଆର ଓଡ଼ିଶାରେ ତିନି ଚତୁର୍ଥାଂଶ; ଅଥଚ ଜଳ ବଣ୍ଟନ ୫୦-୫୦ ଭୁବନେଶ୍ବର,୦୪/୦୩/୨୦୨୬: ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁଙ୍କୁ ଖୁସି କରିବାକୁ ବଂଶଧାରା ଟ୍ରିବ୍ୟୁନାଲ୍ ରାୟ ଦିଆଯାଇଛି। ଓଡ଼ିଶାରେ ବଂଶଧାରାର ତିନି ଚତୁର୍ଥାଂଶ କ୍ୟାଚ୍‌ମେଣ୍ଟ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ