ଭୋଟ ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ଆଜି ଦିଲ୍ଲୀ ବିଧାନସଭା ନିର୍ବାଚନ । ସମସ୍ତ ୭୦ ଆସନ ପାଇଁ ପ୍ରାର୍ଥୀ ବାଛିବାକୁ ଭୋଟ୍ ଦେଉଛି ଦିଲ୍ଲୀ । ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି । ବିଭିନ୍ନ ମତଦାନ କେନ୍ଦ୍ରରେ ବର୍ତ୍ତମାନ ଭୋଟିଂ ପ୍ରକ୍ରିୟା ଜାରି ରହିଛି । ଏହା ସନ୍ଧ୍ୟା ୬ଟା ଯାଏଁ ଜାରି ରହିବ । ମତଦାନ ପୂର୍ବରୁ ମକ୍ ପୋଲିଂ କରାଯାଇଥିଲା । ନିର୍ବାଚନ ଆୟୋଗଙ୍କ ସୂଚନା ଅନୁସାରେ, ଚଳିତବର୍ଷ ଦିଲ୍ଲୀରେ ୧ କୋଟି ୫୬ ଲକ୍ଷ ୧୪ ହଜାର ମତାଦାତା ରହିଛନ୍ତି । ସେମାନଙ୍କ ମଧ୍ୟରେ ୮୩,୭୬,୧୭୩ ଜଣ ପୁରୁଷ ଓ ୭୨,୩୬,୫୬୦ ଜଣ ମହିଳା ଭୋଟର ରହିଛନ୍ତି ।
ଗଣତନ୍ତ୍ରର ମହାପର୍ବରେ ସାମିଲ ହେଲେ ଦେଶର ପ୍ରଥମ ନାଗରିକ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ମୁର୍ମୁ ରାଷ୍ଟ୍ରପତି ଭବନ ପରିସରରେ ଥିବା ଡ.ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟରେ ହୋଇଥିବା ବୁଥରେ ମତାଧିକାର ସାବ୍ୟସ୍ତ କରିଛନ୍ତି ।
କାଲକାଜୀ, ପଟପଡଗଞ୍ଜ, ଜଙ୍ଗପୁରା, ଓଖଲା, ବାବରପୁର, ଚାନ୍ଦନୀ ଚୌକ, ଗ୍ରେଟର କୈଳାସ, ବିଜୱାସନ, ମାଲବ୍ୟ ନଗର, ମଟିଆ ମହଲ, ନରେଲା ଇତ୍ୟାଦି ସ୍ଥାନଗୁଡ଼ିକ ଏବେ ବି ଲୋକପ୍ରିୟ । ଏହି ଆସନଗୁଡ଼ିକରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ବହୁ ହେଭିୱେଟ୍ । ତେଣୁ ସମସ୍ତଙ୍କ ନଜର ଏହି ଆସନଗୁଡ଼ିକ ଉପରେ ରହିଛି । ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଭୋଟ୍ ଦେଇଛନ୍ତି । କେ କେ କାମରାଜ ଲେନର ଏକ ମତଦାନ କେନ୍ଦ୍ରରେ ସେ ନିଜର ମତ ସାବ୍ୟସ୍ତ କରିଛନ୍ତି । ଭାରତୀୟ ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଏବଂ ପତ୍ନୀ ସୁନୀତା ଦ୍ୱିବେଦୀ ଏକ ସେଲଫି ବୁଥରେ ଏକ ଫଟୋ କ୍ଲିକ୍ କରିଛନ୍ତି ।

  • Related Posts

    ଇସ୍ତଫା ଦେଲେ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା

    ନୂଆଦିଲ୍ଲୀ : ଇସ୍ତଫା ଦେଲେ ବିବାଦୀୟ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା। ଆହ୍ଲାବାଦ ହାଇକୋର୍ଟ ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମା ଶୁକ୍ରବାର ନିଜର ଇସ୍ତଫା ପତ୍ର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ପଠାଇଛନ୍ତି। ବାସଭବନରୁ ବିପୁଳ ଟଙ୍କା ମିଳିବା ପରେ ସେ ବିବାଦରେ…

    Continue reading
    ପଞ୍ଚାୟତ ନିର୍ବାଚନ ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି

    ଭୁବନେଶ୍ୱର: ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି । ଆସନ ସଂରକ୍ଷଣ ପାଇଁ ଜିଲ୍ଲାପାଳମାନଙ୍କୁ ପଞ୍ଚାୟତିରାଜ ବିଭାଗ ପକ୍ଷରୁ ଚିଠି କରାଯାଇଛି । । ୱାର୍ଡମେମ୍ବର, ସରପଞ୍ଚ, ସମିତିସଭ୍ୟଙ୍କ ପାଇଁ ଆସନ ସଂରକ୍ଷଣ ନିର୍ଦ୍ଦେଶ ଦିଆଯାଇଛି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ