ଭୟଙ୍କର ଦୁର୍ଘଟଣାଜ୍ଝଜ୍ଝ: କଣ୍ଟେନର ଡ୍ରାଇଭର ଜୀବନ୍ତଦଗ୍ଧ

ଜଳେଶ୍ୱର:ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଲକ୍ଷ୍ମଣନାଥ ଟୋଲଗେଟରେ ଏକ କଣ୍ଟେନର ଟୋଲଗେଟକୁ ଧକ୍କା ଦେବା ପରେ ଜଳିଯାଇଥିବା ବେଳେ ଜୀବନ୍ତଦଗ୍ଧ ହୋଇଯାଇଛନ୍ତି ଡ୍ରାଇଭର।କଣ୍ଟେନରଟିରେ ଚା’ ବୋଝେଇ ହୋଇଥିଲା। ତାହା ପଶ୍ଚିମବଙ୍ଗରୁ ତାମିଲନାଡୁ ଯାଉଥିବା ବେଳେ ଗତକାଲି ବିଳମ୍ବିତ ରାତିରେ ଘଟିଛି ଏହି ଦୁର୍ଘଟଣା। ଟ୍ରକ୍‌ଟି ଟୋଲଗେଟ୍‌ର ୬ ନମ୍ବର ଲେନ୍‌ର ସୁରକ୍ଷାବାଡ଼ ଭାଙ୍ଗି ଦ୍ରୁତଗତିରେ ମାଡ଼ିଯାଇଥିଲା ଓ ଟୋଲଗେଟ୍‌ରେ ପିଟି ହୋଇଥିଲା। ଏହା ପରେ ଟ୍ରକ୍‌ଟିରେ ନିଆଁ ଲାଗି ଯାଇଥିଲା। ଟୋଲଗେଟ୍‌ର ବିପୁଳ କ୍ଷତି ହୋଇଥିବା ବେଳେ ସେଠାରେ କାର୍ୟ୍ୟ କରୁଥିବା କୌଣସି କର୍ମଚାରୀ ହତାହତ ହୋଇନାହାନ୍ତି। କାହିଁକି ଏପରି ଏକ ଦୁର୍ଘଟଣା ଘଟିଲା, ତାହା ଜଣାପଡ଼ିନାହିଁ। ବ୍ରେକ୍‌ଫେଲ୍ ଅବା ଡ୍ରାଇଭରଙ୍କ ଆଖି ଲାଗି ଯାଇ ଥିବାରୁ ଏଭଳି ଭୟଙ୍କର ଦୁର୍ଘଟଣା ଘଟିଥିବା ଅନୁମାନ କରାଯାଉଛି।

ଦୁର୍ଘଟଣା ସଂପର୍କରେ ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ସେହିପରି ଜଳେଶ୍ୱର ପୁଲିସ ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଥିଲା।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରତିଯୋଗିତା

    ରାଇକିଆ: ରାଇକିଆ ସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟ ପରିସରରେ ନବୀକରଣ ଓ ନୂତନ ଉଦ୍ୟୋଗ ପ୍ରଶିକ୍ଷଣ ତଥା ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରମାନେ ନିଜସ୍ୱ ଉଦ୍ଭାବନ ଓ ନୂତନ…

    Continue reading
    ପାରାଦୀପ ବନ୍ଦରରେ ଜାହାଜ ଆରେଷ୍ଟ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

    କଟକ: ଏକ ଜାହାଜକୁ ଆରେଷ୍ଟ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାମୁଦ୍ରିକ ବିବାଦ ସଂପର୍କିତ ଏକ ମାମଲାର ଶୁଣାଣି କରି ହାଇକୋର୍ଟ ଏପରି ନିର୍ଦ୍ଦେଶ ଦେଇଛନ୍ତି। ବ୍ୟାବସାୟିକ ବିବା‌ଦକୁ ନେଇ ବୋଇଲରମ୍ୟାନ ଲିମିଟେଡ ପକ୍ଷରୁ ଦାୟର ଆବେଦନର ହାଇକୋର୍ଟ ଶୁଣାଣି କରି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ