ଭୟଙ୍କର ଦୁର୍ଘଟଣା:୫ ଡାକ୍ତରୀ ଛାତ୍ର ମୃତ

ନୂଆଦିଲ୍ଲୀ: ସୋମବାର ବିଳମ୍ବିତ ରାତିରେ କେରଲର ଅଲପ୍ପୁଝା ସ୍ଥିତ କଲାରକୋଡ୍‌ରେ ଏକ କାର୍‌ ଓ ଯାତ୍ରୀବାହୀ ବସ୍‌ ମଧ୍ୟରେ ଭୟଙ୍କର ଧକ୍କା ହୋଇଥିଲା। ଏହି ଧକ୍କା ଏତେ ଭୟଙ୍କର ଥିଲା ଯେ, କାର୍‌ଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଏଥିରେ କାର୍‌ରେ ଥିବା ୫ ଜଣ ଏମ୍‌ବିବିଏସ୍‌ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଛାତ୍ର ଗୁରୁତର ରୂପେ ଆହତ ହୋଇଛନ୍ତି।ସୂଚନା ମୁତାବକ, ଯେଉଁ ସମୟରେ ଏହି ଦୁର୍ଘଟଣା ଘଟିଥିଲା ସେହି ସମୟରେ ଏକ ଘଣ୍ଟା ଧରି ପ୍ରବଳ ବର୍ଷା ଜାରି ରହିଥିଲା। ଏହି ସମୟରେ ବସ୍‌ଟି ଦ୍ରୁତ ଗତିରେ ଆସି କାର୍ ସହ ଧକ୍କା ହୋଇଥିଲା। ଦୁର୍ଘଟଣାରେ କାର୍‌ଟି ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ମୃତକଙ୍କୁ ବାହାର କରିବା ପାଇଁ କାର୍‌କୁ କଟର୍‌ରେ କାଟିବାକୁ ପଡ଼ିଛି। ମୃତକ ଅଲାପ୍ପୁଝାର ଟିଡି ମେଡିକାଲ କଲେଜର ଛାତ୍ର ଥିଲେ। ଏମାନେ ଏମ୍‌ବିବିଏସ୍‌ ପ୍ରଥମ ବର୍ଷରେ ପାଠ ପଢ଼ୁଥିଲେ।ଏହି ଦୁର୍ଘଟଣାରେ ବସ୍‌ରେ ଥିବା କିଛି ଯାତ୍ରୀମଧ୍ୟ ସାମାନ୍ୟ ଆହତ ହୋଇଛନ୍ତି। ସେପଟେ ଗୁରୁତର ଥିବା ଦୁଇ ଜଣ ଛାତ୍ରଙ୍କୁ ବନ୍ଦନମ୍‌ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

  • Related Posts

    ଆମେରିକୀୟ ସଂସଦ ନିମ୍ନ ସଦନରେ ଆମେରିକା-ଇରାନ ଯୁଦ୍ଧ ରୋକିବା ବିଲ୍ ପାରିତ

    ୱାଶିଂଟନ୍: ବୁଧବାର ଆମେରିକା ସଂସଦ ‘ହାଉସ୍ ଅଫ୍ ରିପ୍ରେଜେଣ୍ଟେଟିଭ୍ସ’ରେ ଗୁରୁତ୍ୱପୂର୍ଣ୍ଣ ଯୁଦ୍ଧ କ୍ଷମତା ପ୍ରସ୍ତାବ ପାରିତ ହୋଇଛି। ଟ୍ରମ୍ପଙ୍କ ନିଜ ଦଳ ରିପବ୍ଲିକାନର କିଛି ସାଂସଦ ବିରୋଧୀ ଡେମୋକ୍ରାଟ୍ସଙ୍କ ସହ ମିଶି ଏହି ପ୍ରସ୍ତାବ ସପକ୍ଷରେ ଭୋଟ୍ ଦେଇଛନ୍ତି। ଇରାନ ବିରୋଧରେ…

    Continue reading
    କେରଳମ୍ ଛୁଇଁଲା ମୌସୁମୀ ବାୟୁ

    କେରଳମ୍ ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଦିଆଯାଇଛି ଏହି ସୂଚନା। ସାଧାରଣତଃ ଜୁନ୍ ୧ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁଥାଏ। ଚଳିତ ବର୍ଷ ମେ’ ୨୬ ତାରିଖରେ ମୌସୁମୀ ବାୟୁ କେରଳମ୍ ଛୁଇଁବ ବୋଲି…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ