ଭୟଙ୍କର ସଡ଼କ ଦୁର୍ଘଟଣା, ୬ ମୃତ

ନୂଆଦିଲ୍ଲୀ: ଉତ୍ତରପ୍ରଦେଶର କନୌଜ ଜିଲ୍ଲା। ଆଜି ଭୋରୁ ଆଗ୍ରା ଲକ୍ଷ୍ନୌ ଏକ୍ସପ୍ରେସ୍‌ଓ୍ୱରେ ଏକ ସ୍କର୍ପିଓ କାର୍‌ ଦ୍ରୁତ ଗତିରେ ଆସି ଡିଭାଇଡର୍‌ରେ ପିଟ ହୋଇ ରାସ୍ତା ଆର ପାର୍ଶ୍ୱକୁ ଚାଲିଯାଇଥିଲା। ଏହାପରେ ସାମ୍ନା ପଟୁ ଆସିଥିବା ଏକ ଟ୍ରକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଏଥିରେ ୬ ଜଣଙ୍କ ମୃତ୍ୟୁ ହୋଇଛି।ମୃତକଙ୍କ ମଧ୍ୟରେ ୫ ଜଣ ଡାକ୍ତରଙ୍କ ସମେତ କାର୍ ଡ୍ରାଇଭର ଅଛନ୍ତି। ଏହି ୫ ଡାକ୍ତର ସୈଫଇ ମେଡିକାଲ କଲେଜରେ ପୋଷ୍ଟିଂ ଥିଲେ। ଏମାନେ ନିଜର ଅନ୍ୟ ସାଙ୍ଗମାନଙ୍କ ସହ ଲକ୍ଷ୍ନୌରୁ ସୈଫଇକୁ ଫେରୁଥିଲେ। ତେବେ ଅଧ ରାସ୍ତାରେ ଡ୍ରାଇଭରଙ୍କ ଆଖି ଲାଗିଯିବାରୁ କାର୍‌ଟି ନିୟନ୍ତ୍ରଣ ହରାଇ ଡିଭାଇଡର୍‌ରେ ପିଟି ହୋଇ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍‌ଓ୍ୱେକୁ ମାଡି ଯାଇଥିଲା।

୬ ଜଣ ମୃତକଙ୍କ ବ୍ୟତୀତ ଜୟବୀର ସିଂହ ନାମକ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ସୈଫଇ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ମୃତକଙ୍କ ପରିବାରକୁ ପୁଲିସ ସୂଚନା ଦେଇଛି ଏବଂ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ ଜାରି ରଖିଛି।

  • Related Posts

    ଆଜିଠାରୁ PUCC ଯାଞ୍ଚ କଡ଼ାକଡ଼ି: ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା

    ଭୁବନେଶ୍ବର:ଆଜିଠାରୁ କଡ଼ାକଡ଼ି ହେବ PUCC ଯାଞ୍ଚ । ଧରାପଡ଼ିଲେ ଗଣିବେ ୧୦ ହଜାର ଟଙ୍କା ଜରିମାନା। ଆଜି ଠାରୁ ସାରା ରାଜ୍ୟରେ ପ୍ରଦୂଷଣ ପ୍ରମାଣପତ୍ର ଯାଞ୍ଚ ପ୍ରକ୍ରିୟାକୁ ଅଧିକ କଡ଼ାକଡ଼ି କରାଯାଇଛି। ପୂର୍ବରୁ ପ୍ରଦୂଷଣ ସାର୍ଟିଫିକେଟ ଯାଞ୍ଚ ଏପ୍ରିଲ ପହିଲା ଯାଏଁ…

    Continue reading
    ଜନତାଙ୍କ ଉପରେ ନପଡ଼ୁ ଯୁଦ୍ଧର ପ୍ରଭାବ: ପ୍ରଧାନମନ୍ତ୍ରୀ

    ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିରେ ଦେଶବାସୀଙ୍କୁ ସୁରକ୍ଷା ଦିଅ। ଅତ୍ୟାବଶ୍ୟକ ସାମଗ୍ରୀର ଯୋଗାଣ ନିରନ୍ତର ସହିତ ଦରଦାମ ସ୍ଥିର ରଖ। ସୁରକ୍ଷା ସଂପର୍କିତ କ୍ୟାବିନେଟ୍ କମିଟି ବା CCS ବୈଠକରେ ଏଭଳି ନିର୍ଦ୍ଦେଶ ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମଧ୍ୟପ୍ରାଚ୍ୟ ଯୁଦ୍ଧ ସ୍ଥିତିକୁ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ