ମଙ୍ଗଳବାର ଦିନ ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର ହେବ ଶ୍ରୀଜୀଉଙ୍କର ଅଳଙ୍କାର

ପୁରୀ,22।09 – ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା ପରେ ଅସ୍ଥାୟୀ ରତ୍ନଭଣ୍ଡାରରେ ରଖାଯାଇଥିବା ଶ୍ରୀଜୀଉଙ୍କର ଅଳଙ୍କାର ତଥା ମୂଲ୍ୟବାନ ସାମଗ୍ରୀ ରାଜ୍ୟ ସରକାରଂକ ଅନୁମୋଦିତ ମାର୍ଗଦର୍ଶିକା ଅନୁଯାୟୀ ଆସନ୍ତା କାଲି ଅର୍ଥାତ ମଙ୍ଗଳବାର, ୨୩ ସେପ୍ଟେମ୍ବର ଦିନ ସ୍ଥାୟୀ ରତ୍ନଭଣ୍ଡାରକୁ ସ୍ଥାନାନ୍ତର କରାଯିବ। ଏଥିପାଇଁ ସେପ୍ଟେମ୍ବର ୨୩ ତାରିଖରେ, ସକାଳ ୧୦ ଘଟିକା ଠାରୁ ସର୍ବସାଧାରଣ ଦର୍ଶନ ବନ୍ଦ ହେବା ସହ ଶ୍ରୀମନ୍ଦିର ନାଟମଣ୍ଡପ ଏବଂ ଜଗମୋହନ ଶୋଧ କରାଯିବ । ଶ୍ରୀମନ୍ଦିର ମୁଖ୍ୟ ଦେଉଳ ତଥା ଝୁଲଣ ମଣ୍ଡପ ପରିସରକୁ ଭକ୍ତଙ୍କ ପ୍ରବେଶ ବାରଣ ରହିବ। ତେବେ ଆନନ୍ଦ ବଜାର ଖୋଲା ରହୁଥିବାରୁ ମହାପ୍ରସାଦ ପାଇବାକୁ ଇଚ୍ଛୁକ ଭକ୍ତମାନେ ଆନନ୍ଦ ବଜାରକୁ ଯାଇ ମହାପ୍ରସାଦ ନେଇ ପାରିବେ। ରତ୍ନଭଣ୍ଡାର ସ୍ଥାନାନ୍ତର କାର୍ଯ୍ୟ ସମାପନ ପରେ ପ୍ରବେଶ କଟକଣା ପ୍ରତ୍ୟାହାର ତଥା ଦର୍ଶନ ସ୍ୱାଭାବିକ ହେବ। ମହାପ୍ରଭୁଙ୍କ ସେବାରେ କରାଯାଉଥିବା ଏହି ଦର୍ଶନ କଟକଣା ପାଇଁ ଭକ୍ତମାନେ ସହଯୋଗ କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିବେଦନ କରିଛନ୍ତି ।

  • Related Posts

    ଶୋଇଥିବା ଶିଶୁକୁ ଝୁଣିଦେଲା କୁକୁର

    କୋଷାଗୁମୁଡ଼ା: ବୁଲା କୁକୁରର ଦୌରାତ୍ମ୍ୟ । ଘରେ ପଶି ଶୋଇଥିବା ଶିଶୁକୁ ଝୁଣି ଲହୁଲୁହାଣ କରିଦେଇଛି । ଶିଶୁର ମୁହଁ ସହ ଶରୀରର ବିଭିନ୍ନ ଅଂଶକୁ କାମୁଡ଼ି କ୍ଷତାକ୍ତ କରିଦେଇଛି । ଏଭଳି ହୃଦୟ ବିଦାରକ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା…

    Continue reading
    ବଡ଼ ଭାଇକୁ ହତ୍ୟା କଲା ସାନ

    ବ୍ରଜରାଜନଗର: ଝାରସୁଗୁଡ଼ାଜିଲ୍ଲା ଲଖନପୁର ଥାନା ଅନ୍ତର୍ଗତ କୁଶ୍ରାଲୋଇ ଖପରପଡ଼ା ଗାଁରେ ଭାଇ ହାତରେ ଭାଇର ହତ୍ୟା ଭଳି ଅଭାବନୀୟ ଘଟଣା ଘଟିଛି। ମୃତକ ଜଣକ ଅଢାପଡା (ଖପରପଡ଼ା)ର ସୁଦର୍ଶନ ଓରାମ (୩୯) ଓ ଅଭିଯୁକ୍ତ ତାଙ୍କ ସାନ ଭାଇ କିଶୋର ଓରାମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ