ମଣ୍ଡାକିଆ ପଞ୍ଚାୟତରେ ଜନଶୁଣାଣୀ

୧୭ ଅଭିଯୋଗର ଶୁଣାଣୀ, ଶୀଘ୍ର ସମାଧାନ ପାଇଁ ପ୍ରତିଶ୍ରୁତି
ରାଇକିଆ: ରାଇକିଆ ବ୍ଲକ ଅନ୍ତର୍ଗତ ମଣ୍ଡାକିଆ ପଞ୍ଚାୟତ ସଭାଗୃହରେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ଼ଃ ସବ୍ୟସାଚୀ ସାହୁଙ୍କ ଅଧ୍ୟକ୍ଷତାରେ ଜନଶୁଣାଣୀ ଅନୁଷ୍ଠିତ ହୋଇଛି। ଏଥିରେ ପଞ୍ଚାୟତବାସୀ ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଉପସ୍ଥାପନ କରିଥିଲେ।ଜନଶୁଣାଣୀରେ ମୋଟ ୧୭ଟି ଅଭିଯୋଗ ଦାଖଲ ହୋଇଥିଲା। ସେଥିମଧ୍ୟରୁ ୧୧ଟି ସାମୂହିକ ଓ ୬ଟି ବ୍ୟକ୍ତିଗତ ଅଭିଯୋଗ ରହିଥିଲା। ଭତ୍ତା ପ୍ରଦାନ, ବିଭିନ୍ନ ଅଙ୍ଗନବାଡ଼ି କେନ୍ଦ୍ରର ଗୃହ ମରାମତି, ରାସ୍ତାଘାଟ, ପାନୀୟ ଜଳ ସମସ୍ୟା ଓ ଅନ୍ୟାନ୍ୟ ସମସ୍ୟା ସମ୍ପର୍କରେ ଗ୍ରାମବାସୀ ଅଧିକାରୀଙ୍କ ନିକଟରେ ଅଭିଯୋଗ ଜଣାଇଥିଲେ।
ଶ୍ରୀ ସାହୁ ଅଭିଯୋଗଗୁଡ଼ିକୁ ଗୁରୁତ୍ୱର ସହ ଶୁଣିବା ସହ ସମ୍ପୃକ୍ତ ବିଭାଗ ଦ୍ୱାରା ସମସ୍ୟାର ଯାଞ୍ଚ କରାଯାଇ ନିୟମାନୁଯାୟୀ ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ଅଭିଯୋଗକାରୀଙ୍କୁ ଆଶ୍ୱାସନା ଦେଇଥିଲେ।ଜନଶୁଣାଣୀ ରେ ମଣ୍ଡାକିଆ ସରପଞ୍ଚ, ବ୍ଲକ ସଂଯୋଜକ କମଲ ପ୍ରସାଦ ନାୟକ, ବିଏସ୍‌ଏସ୍‌ଓ ରାମକୃଷ୍ଣ ବେହେରା,ଏପିଓ କେଦାର ପଣ୍ଡା, ଏଇଇ ବଣ୍ଟି ଚୌଧୁରୀ, ଓଏଲ୍‌ଏମ୍‌ ଜୟଦେବ ପ୍ରଧାନ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ମୀନକେତନ ପ୍ରଧାନ,ଏଡିଓ ମମତା ଦିଗାଳ ଙ୍କ ସମେତ ବ୍ଲକର ବିଭିନ୍ନ ବିଭାଗର ଅଧିକାରୀ ଓ ପଞ୍ଚାୟତର ୱାର୍ଡସଭ୍ୟସଭ୍ୟା ଉପସ୍ଥିତ ଥିଲେ।

ରିପୋର୍ଟ: ଦ୍ୟୁତି କୃଷ୍ଣ ପଣ୍ଡା

  • Related Posts

    ଓଡ଼ିଶାର ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନଗୁଡ଼ିକ ପାଇଁ ବଡ଼ ଆଶ୍ୱସ୍ତି: ‘କାରଣ ଦର୍ଶାଅ’ ପ୍ରକ୍ରିୟା ରଦ୍ଦ

    ଭୁବନେଶ୍ୱର ୬ ଅକ୍ଟୋବର, ୨୦୨୬ ରାଜ୍ୟ ସରକାରଙ୍କ ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନଗୁଡ଼ିକ ଦ୍ୱାରା ଦାଖଲ କରାଯାଇଥିବା ଅନୁପାଳନ ରିପୋର୍ଟ ଯାଞ୍ଚ ପରେ ପରବର୍ତ୍ତୀ କାର୍ଯ୍ୟାନୁଷ୍ଠାନର ଆବଶ୍ୟକତା ନାହିଁ ବୋଲି ସ୍ପଷ୍ଟ କରିଛି ଇ.ଆର୍.ସି (ERC)।ଓଡ଼ିଶାର ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନ (Teacher Education…

    Continue reading
    ନିଶାମୁକ୍ତ ଅଭିଯାନ ପାଇଁ ସ୍ୱତନ୍ତ୍ର ଚଢ଼ାଉ

    ଭୁବନେଶ୍ୱର, ୦୭/୧୦/୨୦୨୬: ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଧୀନସ୍ଥ ଡ୍ରଗ୍ସ କଣ୍ଟ୍ରୋଲ ନିର୍ଦ୍ଦେଶାଳୟର ଅଧିକାରୀମାନଙ୍କ ଦ୍ୱାରା ପୋଲିସ ଅଧିକାରୀମାନଙ୍କ ସହଯୋଗରେ ଅକ୍ଟୋବର ପହିଲାରୁ ଅକ୍ଟୋବର ୧୫ ପର୍ଯ୍ୟନ୍ତ ଏକ ସ୍ୱତନ୍ତ୍ର ନିଶାମୁକ୍ତ ଅଭିଯାନ ଚାଲୁ ରହିଛି । ଏହି ଅଭିଯାନରେ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ