ମଣ୍ଡି ଅଧିକାରୀଙ୍କୁ ସୋ କଜ୍ ନୋଟିସ୍

ଭଦ୍ରକ: ମଣ୍ଡି ଅଧିକାରୀଙ୍କୁ ଜିଲ୍ଲାପାଳଙ୍କ ଛାଟ। ହାଫ୍ ପ୍ୟାଣ୍ଟ ଓ ବେକରେ ଗାମୁଛା । ମୁହଁରେ ମାସ୍କ ପିନ୍ଧି ମଣ୍ଡିରେ ପହଞ୍ଚିଲେ। ଆଉ ଚାଷୀ ମାନଙ୍କୁ ଧାନ ବିକ୍ରି କଥା କହିଥିଲେ। ଏହା ଶୁଣି ୮ କେଜି କଟନୀଛଟନୀ ହେବ ବୋଲି ମଣ୍ଡି ଅଧିକାରୀ କହିଥିଲେ। ତେବେ ହାଫ୍ ପ୍ୟାଣ୍ଟ ପିନ୍ଧା ମଣିଷ ଜଣକ ଚାଷୀ ନଥିଲେ , ସେ ଥିଲେ ଜିଲ୍ଲାପାଳ। ଭଦ୍ରକ ଜିଲ୍ଲାପାଳ ଚାଷୀ ବେଶରେ ମଣ୍ଡି ପରିଦର୍ଶନ କରିବା ସମୟରେ ବହୁ ଅବ୍ୟବସ୍ଥା ସାମ୍ନାକୁ ଆସିଥିଲା। ଏହାକୁ ଦେଖି ରାଗି ଯାଇଛନ୍ତି ଜିଲ୍ଲାପାଳ ଦିଲ୍ଲୀପ ରାଉତରାୟ ଏବଂ ସମ୍ପୃକ୍ତ ମଣ୍ଡି ଅଧିକାରୀଙ୍କୁ ସୋ କଜ୍ ନୋଟିସ୍ ଜାରି କରିଛନ୍ତି। ମଣ୍ଡିରେ କଟନୀ ଛଟନୀ ରୋକିବାକୁ ସରକାରଙ୍କ ପକ୍ଷରୁ ବାରମ୍ବାର ମିଲର୍ସ ମାନଙ୍କୁ ତାଗିଦ୍ କରାଯାଉଛି। ହେଲେ ଭଦ୍ରକ ଜିଲ୍ଲାରେ ୮ରୁ ୧୦ କେଜି ପର୍ୟ୍ୟନ୍ତ ଧାନ କଟାଯାଉଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ କିଛି ଦିନ ତଳେ ଯୋଗାଣ ମନ୍ତ୍ରୀ ଭଦ୍ରକ ଜିଲ୍ଲା ଗସ୍ତ କରି ସ୍ଥିତି ପରଖିଥିଲେ। କିନ୍ତୁ ତାପରେ ବି କଟନୀଛଟନୀ କମିନଥିଲା। ଯାହାକୁ ନେଇ ରବିବାର ଜିଲ୍ଲାପାଳ ନିଜକୁ ଚାଷୀର ପରିଚୟ ଦେଇ ମଣ୍ଡି ପରିଦର୍ଶନ କରିଥିଲେ। ଏବଂ ସମ୍ପାଦକଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରିବା ସହ ଦୃଢ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦେଶ ଦେଇଥିଲେ।

  • Related Posts

    ବାତ୍ୟା ଭୟ, ସବୁ ଜିଲ୍ଲାପାଳଙ୍କୁ ଆଲର୍ଟ କଲେ ସ୍ବତନ୍ତ୍ର ରିଲିଫ କମିଶନର

    ଭୁବନେଶ୍ଵର : ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକାଳେ ପୂର୍ବ-କେନ୍ଦ୍ରୀୟ ଏବଂ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆସନ୍ତାକାଲି ଅବପାତ ଏବଂ ୨୫ ଅକ୍ଟୋବରରେ ଗଭୀର ଅବପାତର ରୂପ ନେବ । ୨୬ ଅକ୍ଟୋବର…

    Continue reading
    ଜଙ୍ଗଲରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର

    ଉମରକୋଟ: ନବରଙ୍ଗପୁରଜିଲ୍ଲା ଉମରକୋଟ ବ୍ଲକ ଚିକଲପଦର ନିକଟରେ ଥିବା କେନାଲ ପାର୍ଶ୍ୱ ସଂରକ୍ଷିତ ଜଙ୍ଗଲରୁ ଜଣେଅଜଣାମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି।ତାଙ୍କର ବୟସ ୪୦ରୁ ୪୫ ଵୋଲି ଅନୁମାନ କରାଯାଉଛି। ସକାଳୁ କିଛି ଗ୍ରାମବାସୀ ଶୌଚ ପାଇଁ ଯାଇଥିବା ବେଳେ ମହିଳାଙ୍କ ମୃତଦେହ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ମୁଁ ବି ଖୁବ୍‌ଶୀଘ୍ର ପିତା ହେବି କହିଲେ ସଲମାନ୍‌ ଖାନ୍‌

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ବାପା ହେବେ ଅନୁଭବ, ଖୁସି ଖବର ଦେଲେ ଜାଗୃତି

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ଟାଟୁ ପାଇଁ ମା’କୁ ଫେରି ପାଇଲା ପୁଅ

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ପ୍ରତ୍ୟେକ ଗାର୍ଲଫ୍ରେଣ୍ଡଙ୍କର ବୟଫ୍ରେଣ୍ଡଠାରୁ କଣ ପାଇବାକୁ ଇଚ୍ଛାଥାଏ, ଆସନ୍ତୁ ଜାଣିବା

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    ବଢୁଛି ସ୍ୱାମୀ-ସ୍ତ୍ରୀ ଅଲଗା ଶୋଇବାର ଅଭ୍ୟାସ; ଏହା ଠିକ୍ ନା ଭୁଲ୍…

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି

    କନ୍ଦାଉଛି ପିଆଜ:କିଲେ ନେଲା ବେଳକୁ ଦୁଇ ଥର ଭାବିବାକୁ ପଡ଼ୁଛି