ମଧ୍ୟାହ୍ନ ଭୋଜନ: ୫୬ଟି ସ୍କୁଲକୁ କାରଣ ଦର୍ଶାଅ ନୋଟିସ୍ ଜାରି

ବୌଦ୍ଧ: ସ୍କୁଲରେ ମଧ୍ୟାହ୍ନ ଭୋଜନ ନଦେବା ପଡ଼ିଲା ମହଙ୍ଗା । ଜିଲ୍ଲାର ୫୬ଟି ସ୍କୁଲକୁ କାରଣ ଦର୍ଶାଅ ନୋଟିସ୍ ଜାରି । ନୋଟିସ ଜାରି କଲେ ଜିଲ୍ଲା ଶିକ୍ଷା ଅଧିକାରୀ । ହରଭଙ୍ଗା ବ୍ଲକର ୩୩, ବୌଦ୍ଧ ବ୍ଲକ ୧୫ ଓ କଣ୍ଟାମାଳ ବ୍ଲକର ୮ଟି ସ୍କୁଲକୁ ନୋଟିସ ଜାରି। ସାତ ଦିନ ମଧ୍ୟରେ ଝଗଉ କମିଟି ଆଗରେ ୧୫ତାରିଖର ଭୋଜନ ଛାତ୍ରଛାତ୍ରୀଙ୍କୁ ଦେବା ସହ ପ୍ରମାଣ ସ୍ୱରୂପ ଫୋଟୋ ଭିଡିଓ ସହ ଉତ୍ତର ଦାଖଲ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ସୂଚନା ଥାଉକି, ସ୍ଵାଧୀନତା ଦିବସରେ ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନ ନ ଦେବା ସ୍କୁଲ କର୍ତ୍ତୃପକ୍ଷଙ୍କୁ ପଡିଛି ମହଙ୍ଗା । ବୋୖଦ୍ଧ ଜିଲ୍ଲାରେ ଏକାବେଳେ ୫୬ଟି ବିଦ୍ୟାଳୟକୁ ଜାରି ହୋଇଛି କାରଣ ଦର୍ଶାଅ ନୋଟିସ । ଜିଲ୍ଲାର ତିନୋଟି ବ୍ଲକର ଶିକ୍ଷା ଅଧିକାରୀଙ୍କୁ ନୋଟିସ ଜାରି କଲେ ଜିଲ୍ଲା ଶିକ୍ଷାଅଧିକାରୀ । ବୋୖଦ୍ଧ ଜିଲ୍ଲାର ହରଭଙ୍ଗା ବ୍ଲକର ୩୩ଟି, ବୋୖଦ୍ଧ ବ୍ଲକ ର ୧୫ଟି ,କଣ୍ଟାମାଳ ବ୍ଲକର ୮ଟି ସ୍କୁଲକୁ ଜାରି ହୋଇଛି ନୋଟିସ ।

ସାତ ଦିନ ମଧ୍ୟରେ ୧୫ତାରିଖର ଭୋଜନ ଛାତ୍ରଛାତ୍ରୀଙ୍କୁ ଦେବା ସହ ପ୍ରମାଣ ସ୍ୱରୂପ ଫୋଟୋ ଭିଡିଓ ସହ ଉତ୍ତର ଦାଖଲ ପାଇଁ ନିର୍ଦ୍ଦେଶ ଦିଆଯାଇଛି । କାହିଁକି ଏହି ସ୍କୁଲ କର୍ତ୍ତୃପକ୍ଷ ଙ୍କ ବିରୋଧରେ ଶୃଙ୍ଖଳା ଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ସେ ନେଇ ଉତ୍ତର ରଖିବାକୁ ଚିଠି ରେ ଉଲ୍ଲେଖ ରହିଛି।

ହେଲେ ଶିକ୍ଷା ବିଭାଗ ର ନିର୍ଦ୍ଦେଶନାମାକୁ ଫୁ କରି ବୌଦ୍ଧ ଜିଲ୍ଲାରେ ଅନେକ ସ୍କୁଲ ଦେଇନଥିଲେ ମଧ୍ୟାହ୍ନ ଭୋଜନ । ତେବେ ମଧ୍ୟାହ୍ନ ଭୋଜନ ଦେଇନଥିବା ରୁ ବୋୖଦ୍ଧ ଜିଲ୍ଲାର ୩ଟି ବ୍ଲକ ର ୫୬ ଟି ସ୍କୁଲକୁ ଜାରି ହୋଇଛି କାରଣ ଦର୍ଶାଓ ନୋଟିସ । ୭ଦିନ ମଧ୍ୟରେ ସ୍କୁଲ ଗୁଡିକ ଉତ୍ତର ରଖିବା ସହ ଝଗଉ କମିଟି ଆଗରେ ୧୫ତାରିଖର ଖାଦ୍ୟ ଛାତ୍ରଛାତ୍ରୀ ଙ୍କୁ ପ୍ରଦାନ କରିବା ସହ ଫୋଟୋ ଭିଡିଓ ଦାଖଲ ପାଇଁ ନିର୍ଦ୍ଦେଶ ହୋଇଛି । ଏଥିରେ ଖିଲାପ ହେଲେ ଦୃଢ଼ କାର୍ୟ୍ୟାନୁଷ୍ଠାନ ହେବ ବୋଲି ବୋୖଦ୍ଧ ଜିଲ୍ଲା ଶିକ୍ଷା ଅଧିକାରୀ ସୂଚନା ଦେଇଛନ୍ତି ।

  • Related Posts

    ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ସ୍ୱଚ୍ଛତା ପକ୍ଷ ପାଳନ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆସ୍ଥିତ ଜୀବନ ଜ୍ୟୋତି ମହାବିଦ୍ୟାଳୟରେ ଭାରତ ସରକାରଙ୍କ ନିର୍ଦ୍ଦେଶକ୍ରମେ ସ୍ୱଚ୍ଛତା ପକ୍ଷ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ୱାଧୀନତା ଦିବସ ଉପଲକ୍ଷେ ଅଗଷ୍ଟ ୧ରୁ ୧୫ ତାରିଖ ପର୍ଯ୍ୟନ୍ତ ସ୍ୱଚ୍ଛତା ପକ୍ଷ ପାଳନ କରାଯାଉଥିବା ବେଳେ ଏହାର…

    Continue reading
    ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ

    ରାଇକିଆ: କନ୍ଧମାଳ ଜିଲ୍ଲା ରାଇକିଆ ପୁଲିସ ପ୍ରଶାସନ ପକ୍ଷରୁ ‘ଆମ ପୋଲିସ ଆମ ସାଥୀ’ କାର୍ଯ୍ୟକ୍ରମ ସ୍ଥାନୀୟ ସୁଗଡ଼ବାଡ଼ି ବାଳିକା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଛାତ୍ରୀମାନଙ୍କୁ ସାଇବର ଅପରାଧ, ଆଇନ, ପୋକ୍ସୋ ଆଇନ (ଶିଶୁ ଯୌନ ନିର୍ଯାତନା ନିବାରଣ ଆଇନ୍)ଓ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ