ମନମୋହନଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା

ନୂଆଦିଲ୍ଲୀ: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଓ ରାଜନେତା ମନମୋହନ ସିଂହ ଆଉ ନାହାନ୍ତି। ଦିଲ୍ଲୀ ଏମ୍ସରେ ଗତ ରାତିରେ ୯୨ ବର୍ଷ ବୟସ୍କ ଶ୍ରୀ ସିଂହଙ୍କ ପରଲୋକ ହୋଇଛି। ମନମୋହନ ସିଂହଙ୍କ ବିୟୋଗ ଘଟଣାକୁ ଦେଶବାସୀ ସହଜେ ଗ୍ରହଣ କରି ପାରୁ ନାହାନ୍ତି।

ମନମୋହନଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଏହି ପରିପ୍ରେକ୍ଷୀରେ ଆଜି ସମସ୍ତ ସରକାରୀ କାର୍ୟ୍ୟକ୍ରମ ବାତିଲ୍ କରିବାକୁ ଘୋଷଣା କରାଯାଇଛି।ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ୟ୍ୟାଦା ସହ ପୂର୍ବତନ ପ୍ରଧାନମନ୍ତ୍ରୀ ମହମୋହନ ସିଂହଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ । ତେବେଏହା କେବେ ଓ କେଉଁଠି ହେବ ସେ ନେଇ କିଛି ନିର୍ଦ୍ଦିଷ୍ଟ ସୂଚନା ମିଳିନି।

ଶ୍ରୀ ସିଂହଙ୍କ ପରଲୋକ ଯୋଗୁ କଂଗ୍ରେସ ମଧ୍ୟ ଆସନ୍ତା ୭ ଦିନ ପାଇଁ ଦଳର ସମସ୍ତ କାର୍ୟ୍ୟକ୍ରମକୁ ବାତିଲ କରିଦେଇଛି। ମନମୋହନ ସିଂହ ଙ୍କ ବିୟୋଗ ଦଳ ପାଇଁ ଏକ ଅପୂରଣୀୟ କ୍ଷତି ହୋଇଥିବାରୁ ଚଳିତ ବର୍ଷ ଦଳର ପ୍ରତିଷ୍ଠା ଦିବସ ବି ପାଳନ କରାଯିବନି ବୋଲି ସୂଚନା ଜାରି କରାଯାଇଛି। ଆସନ୍ତା ୩ ତାରିଖ ପର୍ୟ୍ୟନ୍ତ ଦଳର ସମସ୍ତ କାର୍ୟ୍ୟକ୍ରମକୁ ବାତିଲ କରାଯାଇଛି। ଏହି ସମୟ ମଧ୍ୟରେ ଦଳର ପତାକା ଅର୍ଦ୍ଧନତ ଅବସ୍ଥାରେ ରହିବ ।

  • Related Posts

    ସିମେଣ୍ଟ ମିକ୍ସର-କାର ମଧ୍ୟରେ ଧକ୍କା, ୧୧ ମୃତ

    ମହାରାଷ୍ଟ୍ର: ମହାରାଷ୍ଟ୍ରର କଲ୍ୟାଣ-ଅହଲ୍ୟାନଗର ରାଜପଥରେ ଭୟଙ୍କର ସଡକ ଦୁର୍ଘଟଣା ଘଟିଛି। ଏକ ଡମ୍ଫର ଓ ଏକ କାର୍ ମଧ୍ୟରେ ଭୀଷଣ ଧକ୍କା ହେବା ଫଳରେ ୧୧ ଜଣ ଲୋକଙ୍କର ମୃତ୍ୟୁ ହୋଇଛି। ଜଣେ ବ୍ୟକ୍ତି ଅତ୍ୟନ୍ତ ଗମ୍ଭୀର ଭାବରେ ଆହତ ହୋଇଛନ୍ତି।…

    Continue reading
    ପଞ୍ଚାୟତରୁ ପାର୍ଲାମେଣ୍ଟ ମହିଳାଙ୍କ ଯାତ୍ରା ହେବ ସହଜ- ପ୍ରଧାନମନ୍ତ୍ରୀ

    ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀର ବିଜ୍ଞାନ ଭବନରେ ନାରୀ ଶକ୍ତି ବନ୍ଦେ ସମ୍ମେଳନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧନ କରିଛନ୍ତି । ସେ କହିଛନ୍ତି, “ପୂର୍ବତନ ଲୋକସଭା ବାଚସ୍ପତି ମୀରା କୁମାର ମଧ୍ୟ ଆମ ଗହଣରେ ଅଛନ୍ତି । ଦେଶର ବିକାଶ ଯାତ୍ରାରେ,…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ