ମନମୋହନଙ୍କ ଶେଷ ଦର୍ଶନ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଗତକାଲି ଦିଲ୍ଲୀ ଏମ୍ସରେ ଶେଷ ନିଶ୍ୱାସ ତ୍ୟାଗ କରିଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଅନ୍ତିମ ସତ୍କାର ଆସନ୍ତା କାଲି ହେବ । ଗତକାଲି ବିଳମ୍ବିତ ରାତିରେ ସ୍ୱର୍ଗତ ସିଂହଙ୍କ ପାର୍ଥିବ ଶରୀର ତାଙ୍କ ବାସଭବନରେ ପହଞ୍ଚିଥିଲା। ଆଜି ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ବହୁ ମାଣ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଶେଷ ଦର୍ଶନ କରିଛନ୍ତି। ଆସନ୍ତାକାଲି ଦିଲ୍ଲୀର ଶକ୍ତି ସ୍ଥଳରେ ତାଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ।

ଆଜି ସକାଳେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏବଂ ଜେପି ନଡ୍ଡା, କଂଗ୍ରେସ ନେତା ସୋନିଆ ଗାନ୍ଧି, ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧି, ସାଂସଦ ପ୍ରିୟଙ୍କା ଗାନ୍ଧି ପ୍ରମୁଖ ମନମୋହନ ସିଂହଙ୍କ ବାସଭବନରେ ପହଞ୍ଚିଥିଲେ। ସେମାନେ ଏହି ଅମାୟିକ ତଥା ବିଦ୍ୱାନ ଜନପ୍ରିୟ ନେତାଙ୍କ ଅନ୍ତିମ ଦର୍ଶନ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।ମନମୋହନଙ୍କ ପରଲୋକରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ଘୋଷଣା କରାଯାଇଛି। ସମସ୍ତ ସରକାରୀ କାର୍ୟ୍ୟକ୍ରମକୁ ବାତିଲ କରାଯାଇଛି । ମନମୋହନଙ୍କ ବିୟୋଗରେ ସାରା ଦେଶରେ ଶୋକର ଛାୟା ଖେଳିଯାଇଛି।

  • Related Posts

    ଜଳିଗଲା ଘର: ଶାଶୁ ଏବଂ ବୋହୂ ଜୀବନ୍ତ ଦଗ୍ଧ

    ସୀତାପୁର: ଉତ୍ତର ପ୍ରଦେଶର ସୀତାପୁର ଜିଲ୍ଲାର ସଦରପୁର ଥାନା ଅଞ୍ଚଳର ସରାୟା ଚଲକାପୁର ଗାଁରେ ଶନିବାର ସନ୍ଧ୍ୟାରେ ଏକ ବଡ଼ ଦୁଃଖଦ ଘଟଣା ଘଟିଛି। ପ୍ରବଳ ଝଡ଼ ତୋଫାନ ମଧ୍ୟରେ ଏକ ଘରେ ନିଆଁ ଲାଗିଯାଇ ଦ୍ରୁତ ଗତିରେ ବ୍ୟାପି ଯାଇଥିଲା,…

    Continue reading
    ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ବର୍ଷକୁ ୨ଟି ଗ୍ୟାସ୍ ସିଲିଣ୍ଡର ମିଳିବ ମାଗଣା

    ନୂଆଦିଲ୍ଲୀ: ଆସାମ ବିଧାନସଭା ନିର୍ବାଚନ ପାଇଁ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା ବଢ଼ିବାରେ ଲାଗିଛି। ଏଭଳି ସମୟରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଜନତାଙ୍କ ପାଇଁ ଏକ ବଡ଼ ଉପହାର ଘୋଷଣା କରିଛନ୍ତି। ନିର୍ବାଚନ ଜିତିବା ପରେ ବର୍ଷକୁ ଦୁଇଟି ଖଚଏ ସିଲିଣ୍ଡର…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

    ସାଇବର ଅପରାଧରୁ ସୁରକ୍ଷା ସମ୍ପର୍କରେ ମହିଳା ଆୟୋଗଙ୍କ କର୍ମଶାଳା

    ଖରାଦିନର ଖାଦ୍ୟ

    ୧୪-୧୫ ବର୍ଷର କିଶୋରୀଙ୍କୁ ସର୍ଭିକାଲ୍‌ କ୍ୟାନ୍‌ସର ଟୀକା

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ହାତଗଣ୍ଠି ପରେ ଜଣାପଡ଼ିଲା ବର କିନ୍ନର

    ଭାଲେଣ୍ଟାଇନ୍ ଦିବସ

    ଭାଲେଣ୍ଟାଇନ୍ ଦିବସ