ମନରେଗା ଶ୍ରମିକଙ୍କ ମଜୁରୀ ୧୦ଟଙ୍କା ବୃଦ୍ଧି

ଭୁବନେଶ୍ବର : ମନରେଗା ଶ୍ରମିକଙ୍କ ପାଇଁ ବଢିଲା ମଜୁରୀ । ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ମନରେଗା ଅଧୀନରେ କାମ କରୁଥିବା ବିଭିନ୍ନ ଶ୍ରେଣୀର ଶ୍ରମିକଙ୍କ ସର୍ବନିମ୍ନ ମଜୁରୀ ବୃଦ୍ଧି କରାଯାଇଛି । ନିର୍ଦ୍ଧାରିତ ମଜୁରୀକୁ ପ୍ରତିଦିନ ୧୦ଟଙ୍କା ବଢ଼ାଯାଇଛି ।

ନୂତନ ଦର ଅନୁଯାୟୀ ସେମିସ୍କିଲ୍ଡ ଶ୍ରମିକଙ୍କ ଦୈନିକ ମଜୁରୀ ୫୨୨ଟଙ୍କା, ସ୍କିଲ୍ଡ ଶ୍ରମିକଙ୍କ ୫୭୨ଟଙ୍କା ଏବଂ ହାଇଲି ସ୍କିଲ୍ଡ ଶ୍ରମିକଙ୍କ ମଜୁରୀ ୬୨୨ଟଙ୍କା କରାଯାଇଛି। ଏହି ସଂଶୋଧିତ ଦର ୧ ଏପ୍ରିଲ ୨୦୨୬ ଠାରୁ ଲାଗୁ କରିବାକୁ ଅତିରିକ୍ତ ସଚିବ ଅରୂପ କୁମାର ସାହୁ ସମସ୍ତ ଜିଲ୍ଲାପାଳ, ଜିଲ୍ଲା ପରିଷଦ ସିଡିଓ ଏବଂ ବିଡିଓମାନଙ୍କୁ ଚିଠି ଲେଖି କାର୍ଯ୍ୟକରୀ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।

  • Related Posts

    ଡିନାମାଇଟ ବିସ୍ଫୋରଣରେ ମତ୍ସ୍ୟଜୀବୀ ଗୁରୁତର

    ଦେବଗଡ଼:ବାରକୋଟ ବ୍ଲକର ବିଜୟନଗର ଗ୍ରାମର ଗୋପାଳପାଲି ନାଳରେ ଆଜି ଡିନାମାଇଟ ସାହାର୍ଯ୍ୟରେ ମାଛ ମାରୁଥିବା ବେଳେ ଜଣେ ମତ୍ସ୍ୟଜୀବୀ ଗୁରୁତ ଆହତ ହୋଇଥିବା ଜଣାପଡିଛି। ଆହତ ମତ୍ସ୍ୟଜୀବି ହେଲେ ବିଜୟନଗର ଗ୍ରାମର ସଞ୍ଜୟ ବିରୁଆ(୩୨)। ସୂଚନା ଅନୁଯାୟୀ, ସଞ୍ଜୟ ଆଜି ମାଛ…

    Continue reading
    ପିପିଲିରେ ବିଶ୍ୱପ୍ରସିଦ୍ଧ ଚାନ୍ଦୁଆ ହସ୍ତଶିଳ୍ପ ହବ୍‌ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

    ୮୦ କୋଟି ଟଙ୍କା ବିନିଯୋଗରେ ନିର୍ମାଣ ହେବ ୫ ମହଲା ବିଶିଷ୍ଟ ଅତ୍ୟାଧୁନିକ ଚାନ୍ଦୁଆ ବଜାର ଉପକୃତ ହେବେ ୬ ହଜାର ସ୍ଥାନୀୟ ଚାନ୍ଦୁଆ କାରିଗର ସମୃଦ୍ଧ ଓଡିଶା ଗଠନରେ ହେବ ଆଉ ଏକ ମାଇଲଖୁଣ୍ଟ ପ୍ରଧାନମନ୍ତ୍ରୀଙ୍କ ‘ଭୋକାଲ ଫର ଲୋକାଲ’…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ

    ବଢ଼ୁଛି ଉପଭୋକ୍ତାଙ୍କ ଭରସା, ବୃଦ୍ଧି ପାଉଛି ବିପିସିଏଲର ପିଏନ୍‌ଜି ସଂଯୋଗୀକରଣ

    ‘ମନ୍ କି ବାତ୍’ କାର୍ଯ୍ୟକ୍ରମର ୧୩୨ତମ ପର୍ବରେ ସମ୍ବଲପୁରର ସୁଜାତା ଭୁୟାଁଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ