ମନ୍ତ୍ରିମଣ୍ଡଳ ସଂପ୍ରସାରଣକୁ ନେଇ ସେଭଳି କୌଣସି ସମ୍ଭାବନା ନାହିଁ:ମନମୋହନ ସାମଲ

ଭୁବନେଶ୍ୱର : ଦିଲ୍ଲୀରୁ ଫେରିଲେ ରାଜ୍ୟ ସଭାପତି ମନମୋହନ ସାମଲ । ତିନି ଦିନିଆ ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ୱର ଫେରିଛନ୍ତି ରାଜ୍ୟ ବିଜେପି ସଭାପତି । ଦିଲ୍ଲୀରୁ ଫେରିବା ପରେ ସେ କହିଛନ୍ତି ଯେ, ମନ୍ତ୍ରୀମଣ୍ଡଳ ସଂପ୍ରସାରଣ ନେଇ ଦିଲ୍ଲୀରେ କୌଣସି ଆଲୋଚନା ହୋଇନାହିଁ । ମନ୍ତ୍ରୀମଣ୍ଡଳ ଚର୍ଚ୍ଚା ଆଲୋଚନା ପାଇଁ ଯାଇନଥିଲୁ। ସାଂଗଠନିକ ବିଷୟରେ ଆଲୋଚନା କରିଛୁ। କିଛି ବାକି ଥିବା କାମ ରହିଛି, ଯାହାକୁ ନେଇ ଆଲୋଚନା କରିଛୁ। ମନ୍ତ୍ରିମଣ୍ଡଳକୁ ନେଇ ସେଭଳି କୌଣସି ସମ୍ଭାବନା ନାହିଁ। କେବଳ ଏକ ସୌଜନ୍ୟମୂଳକ ସାକ୍ଷାତକାର ଥିଲା ବୋଲି କହିଛନ୍ତି ରାଜ୍ୟ ସଭାପତି ।

ସେ ଆହୁରି ମଧ୍ୟ କହିଛନ୍ତି ଯେ, ରାଷ୍ଟ୍ରପତିଙ୍କ ସହ ସୌଜନ୍ୟମୂଳକ ସାକ୍ଷାତକାର କରିଛୁ । ସାମ୍ବିଧାନିକ ପଦ୍ଧତିରେ ରାଜ୍ୟ ବିଜେପିରେ ନୂଆ କମିଟି ହେବ। ରାଜ୍ୟ ବିଜେପିର କମିଟି ଗଠନ ପରେ ନୂଆ ଭିଜନ୍ ପ୍ରସ୍ତୁତ ହେବ। ସେହି କମିଟିରେ ପୁରୁଣା ଏବଂ ନୂଆଙ୍କୁ ସୁଯୋଗ ଦିଆଯିବ। ରାଜ୍ୟ ବିଜେପିରେ ୨୫ ପ୍ରତିଶତ ନୂଆ ମୁହଁ ଆସିବେ। ଦୁଇ ଦିନ ରାଜ୍ୟ ବିଜେପି କାର୍ୟ୍ୟାଳୟରେ ବୈଠକ ରହିଛି। ପ୍ରଭାରୀଙ୍କ ସହ ନିରନ୍ତର ବୈଠକ ହେବ। ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା ହେବ। ସେହିପରି ଖୁବ ଶୀଘ୍ର ନିଗମ ପଦବୀ ଗୁଡିକ ପୂରଣ କରାଯିବ।

  • Related Posts

    କଂଗ୍ରେସ ତୁଷ୍ଟୀକରଣ ରାଜନୀତିରେ ମାତିଛି :ଶାହ

    ଦେଶର ଜାତୀୟ ଗୀତ ବନ୍ଦେ ମାତରମ ଗାନକୁ ନେଇ ବିବାଦ। ସରକାରୀ କାର୍ଯ୍ୟକ୍ରମରେ ବନ୍ଦେ ମାତରମର ୬ଟି ଷ୍ଟାଞ୍ଜା ଗାନ କରିବାକୁ ସରକାର କରିଥିବା ନିୟମକୁ ମାନିବାକୁ ମନା କରି ଦେଇଛି କଂଗ୍ରେସ। ୬ ଷ୍ଟାଞ୍ଜା ବଦଳରେ କଂଗ୍ରେସ ୧୯୩୭ରେ ଅନୁମୋଦନ…

    Continue reading
    ବିଜୟଙ୍କୁ ଭେଟିଲେ ଅମିତ ଶାହା

    ଚେନ୍ନାଇ: ତାମିଲନାଡ଼ୁର ମୁଖ୍ୟମନ୍ତ୍ରୀ ସି. ଜୋସେଫ୍ ବିଜୟଙ୍କୁ ଭେଟିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଦକ୍ଷିଣାଞ୍ଚଳ ଆଞ୍ଚଳିକ ପରିଷଦର ବୈଠକରେ ଯୋଗଦେବା ପାଇଁ ଚେନ୍ନାଇରେ ପହଞ୍ଚିଥିବା ଗୃହମନ୍ତ୍ରୀ ଶାହାଙ୍କୁ ମୁଖ୍ୟମନ୍ତ୍ରୀ ବିଜୟ ସ୍ୱାଗତ କରିଥିଲେ । ଗୃହମନ୍ତ୍ରୀ ଅମିତ ଶାହା…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ