ମନ୍‌ କି ବାତ୍‌ରେ ଓଡ଼ିଶାର ମୈଥିଲି ଭୁଏ

ଭୁବନେଶ୍ୱର: ୧୩୭ ତମ ମନ୍‌ କି ବାତରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ବଡ଼ ବାର୍ତ୍ତା ଦେଇଛନ୍ତି । ଓଡ଼ିଶାର ମୈଥିଲି ଭୁଏଙ୍କୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଡେବ୍ରିଗଡ଼ରେ କେନ୍ଦୁପତ୍ର ଓ ମହୁ ସଂଗ୍ରହ ସହ ଜଙ୍ଗଲ ସଂରକ୍ଷଣ କରି ପ୍ରଶଂସା ସାଉଁଟିଛନ୍ତି ମୈଥିଲି ଭୁଏ । ମୈଥିଲିଙ୍କର ଏହି କାର୍ଯ୍ୟରେ ଏବେ ପ୍ରାୟ ୬୦ ମହିଳା ସାମିଲ ହୋଇଛନ୍ତି ।

ମୈଥିଲି ଭୁଏଙ୍କୁ ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଛନ୍ତି, ମୈଥିଲି ଜୀଙ୍କ ଜୀବନରେ ଆସିଥିବା ଏହି ପରିବର୍ତ୍ତନ ଅନ୍ୟ ମହିଳାଙ୍କୁ ପ୍ରେରଣା ଦେଇଛି । ଆଜି ୬୦ରୁ ଅଧିକ ମହିଳା ଜଙ୍ଗଲ ସଂରକ୍ଷଣରେ ସାମିଲ ହୋଇଛନ୍ତି । କିଏ ବନ୍ୟଜନ୍ତୁଙ୍କୁ ସୁରକ୍ଷା ଦାୟିତ୍ୱ ତୁଲାଇଛନ୍ତି ତ କିଏ ଘାସ ମୈଦାନରେ ବିକାଶ ସହ ଯୋଡି ହୋଇଛନ୍ତି । କିଛି ମହିଳା ଇକୋ-ଟୁରିଜିମ୍ ଆକ୍ଟିଭିଟିରେ ଯୋଗଦାନ ଦେଇଛନ୍ତି । ମୈଥିଲି ଏବଂ ତାଙ୍କ ପରିବାରର ଆବଶ୍ୟକତା ଏହି ଜଙ୍ଗଲରୁ ପୂରଣ ହେଉଛି । ହେଲେ ମୈଥିଲି ଜୀ ଡେବ୍ରିଗଡ଼ ଇକୋ-ଟୁରିଜିମ୍ ସହ ଯୋଡି ହୋଇ ରହିଛନ୍ତି । ଏଠାରେ ଜଙ୍ଗଲ ସହ ତାଙ୍କର ସମ୍ପର୍କ ନୂଆ ଦିଗରେ ପରିବର୍ତ୍ତନ ହୋଇଛି । ଏବେ ଜଙ୍ଗଲ ସଂରକ୍ଷଣ ତାଙ୍କ ଜୀବିକାର ମାଧ୍ୟମ ହୋଇଛି ।

  • Related Posts

    ୭ ଦିନ ବଢ଼ିଲା ଧାନ ପଞ୍ଜିକରଣ ଅବଧି

    ଭୁବନେଶ୍ବର : ଚାଷୀଙ୍କ ପାଇଁ ଖୁସି ଖବର । ଆହୁରି ସପ୍ତାହେ ବଢ଼ିଲା ଧାନ ପଞ୍ଜିକରଣ ଅବଧି। ଆଗଷ୍ଟ ୩୧ରେ ସରୁଥିବା ପଞ୍ଜିକରଣ ଅବଧି କୁ ୭ ଦିନ ଘୁଞ୍ଚାଇଛନ୍ତି ସରକାର । ଏନେଇ ସୂଚନା ଦେଇଛନ୍ତି ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର…

    Continue reading
    ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦେଶକ ଦାୟିତ୍ବ ନେଲେ ସଞ୍ଜୟ ବିଶ୍ବାଳ

    ଭୁବନେଶ୍ବର: ଭାରତୀୟ ପ୍ରଶାସନିକ ସେବା ଅଧିକାରୀ ସଞ୍ଜୟ କୁମାର ବିଶ୍ୱାଳ ଶନିବାର ସୂଚନା ଓ ଲୋକସମ୍ପର୍କ ବିଭାଗର ନିର୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ଲୋକସମ୍ପର୍କ ଭବନ ସମ୍ମିଳନୀ କକ୍ଷଠାରେ ଶ୍ରୀ ବିଶ୍ୱାଳଙ୍କୁ ଅତିରିକ୍ତ ସଚିବ ଅଶୋକ କୁମାର ବେହୁରିଆ, ଯୁଗ୍ମ…

    Continue reading

    Leave a Reply

    Your email address will not be published. Required fields are marked *

    You Missed

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍ ଆଇଡଲ୍ ଟ୍ରଫି ହାତେଇଲେ ଜ୍ୟୋତିର୍ମୟୀ ନାୟକ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଇଣ୍ଡିଆନ୍‌ ଆଇଡଲ୍‌ ଫାଇନାଲ୍‌ରେ ଜ୍ୟୋତିର୍ମୟୀ,  ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

    ସକାଳ ଜଳଖିିଆରେ କ’ଣ ଖାଆନ୍ତି ଗୁଗୁଲ ସିଇଓ ସୁନ୍ଦର ପିଚାଇ

    ରାଜା ଶିବାଜୀ ଆଦାୟ କଲାଣି କୋଟି କୋଟି ଟଙ୍କା

    ବିଶ୍ୱବିଦ୍ୟାଳୟ ପାଠ୍ୟକ୍ରମରେ ମୋଦୀ ତତ୍ତ୍ୱ

    ଓଡ଼ିଶାର ‘ଡାଲମା’କୁ ‘X’ ହ୍ୟାଣ୍ଡଲରେ ଖୁବ୍ ପ୍ରଂଶସା କଲେ ଜାପାନ ରାଷ୍ଟ୍ରଦୂତ